Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ସରଳ ଭାବରେ ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବ। ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ଭାବ ପ୍ରବଣତାବଶତଃ ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ। ମୃଗଶିରା ନକ୍ଷତ୍ରର ସାଧାରଣ କଥାରେ ସହକର୍ମୀଙ୍କ ସହ ବିବାଦ ଉପୁଜିପାରେ। କିଛି ନ କରିପାରିଲେ ମଧ୍ୟ ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଅର୍ଥ ସମ୍ପର୍କୀୟ ବୁଝାମଣାରେ ତ୍ରୁଟି ରହିଯିବ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସୁବିଧା ସୁଯୋଗ ପାଇ କାମ ହାସଲ କରିବେ। ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ। ଆଲୋଚନା କ୍ଷେତ୍ରରେ ସତ୍ୟ ପ୍ରକାଶ କରି ବିବାଦଗ୍ରସ୍ତ ହୋଇପାରନ୍ତି। ପୁନର୍ବସୁ ନକ୍ଷତ୍ର ପାରିବାରିିକ ଜୀବନ ସୁଖ ସନ୍ତୋଷରେ କାଟିବେ।
କର୍କଟ
କର୍କଟ
ଦୀର୍ଘଦିନରୁ ରହି ଆସିଥିବା ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପୁଷ୍ୟା ନକ୍ଷତ୍ର ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ସି˚ହ
ସି˚ହ
ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାଖ, ପଡ଼ୋଶୀଙ୍କ ଦୁଃଖଦ ପରିସ୍ଥିତିକୁ ନେଇ ମାନସିକ ବ୍ୟଥା ଅନୁଭବ କରିବେ। ପୂର୍ବାଫାଲଗୁନୀ ନକ୍ଷତ୍ରର ଗୃହ ନିର୍ମାଣାଦି କାର୍ଯ୍ୟ ତ୍ୱରାନ୍ବିତ ହେବ। ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ପରିସ୍ଥିତିରେ ପଡ଼ି ଅନ୍ୟ ଉପାୟ ନ ପାଇ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବେ। ପିଲାମାନଙ୍କ କଳହକୁ କେନ୍ଦ୍ର କରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ହସ୍ତା ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
ତୁଳା
ତୁଳା
ଆକସ୍ମିକ ଆଶା ପୂରଣ ହେବାରୁ ସୁସ୍ଥ ମନ ନେଇ କାମ କରିବେ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ଚିତ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ କିନ୍ତୁ ସ୍ଥାନାନ୍ତର ଚିନ୍ତା କରିବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ରର ମାନସିକ ଅସ୍ଥିରତା ପ୍ରାୟତଃ ଲାଗି ରହିବ। ପରିବାର ସକାଶେ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହଯୋଗ ପାଇବେନି କାରଣ ବୁଝାମଣାରେ ତ୍ରୁଟି ରହିଯିବ। ନୀଚମନା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଉତ୍ତରାଷାଢା ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଯେ କୌଣସି କ୍ଷେତ୍ର ହେଉନା କାହିଁକି, ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
ମକର
ମକର
ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇ ନେବେ। ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ଶ୍ରବଣା ନକ୍ଷତ୍ର ନିଃସହାୟ ଲୋକଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ।
କୁମ୍ଭ
କୁମ୍ଭ
ଅସୁବିଧାଜନକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଶତଭିଷା ନକ୍ଷତ୍ରର ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବନ୍ଧୁଦ୍ୱାରକୁ ଗମନ କରିବେ। ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିପାରେ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି।
ମୀନମୀନ
ପ୍ରତ୍ୟେକ କାମରେ ଉଦାରତା ଗୁଣରୁ ପ୍ରଶଂସା ପାଇବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। ସତ୍‌ସଙ୍ଗ, ପୁରାଣ ପଠନ, ଆଲୋଚନା ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ। ପ୍ରଶାସନିକ ସ୍ତରରେ ଓ ରାଜନୀତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri