Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ସରଳ ଭାବରେ ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବ। ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ଭାବ ପ୍ରବଣତାବଶତଃ ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ। ମୃଗଶିରା ନକ୍ଷତ୍ରର ସାଧାରଣ କଥାରେ ସହକର୍ମୀଙ୍କ ସହ ବିବାଦ ଉପୁଜିପାରେ। କିଛି ନ କରିପାରିଲେ ମଧ୍ୟ ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଅର୍ଥ ସମ୍ପର୍କୀୟ ବୁଝାମଣାରେ ତ୍ରୁଟି ରହିଯିବ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସୁବିଧା ସୁଯୋଗ ପାଇ କାମ ହାସଲ କରିବେ। ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ। ଆଲୋଚନା କ୍ଷେତ୍ରରେ ସତ୍ୟ ପ୍ରକାଶ କରି ବିବାଦଗ୍ରସ୍ତ ହୋଇପାରନ୍ତି। ପୁନର୍ବସୁ ନକ୍ଷତ୍ର ପାରିବାରିିକ ଜୀବନ ସୁଖ ସନ୍ତୋଷରେ କାଟିବେ।
କର୍କଟ
କର୍କଟ
ଦୀର୍ଘଦିନରୁ ରହି ଆସିଥିବା ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପୁଷ୍ୟା ନକ୍ଷତ୍ର ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ସି˚ହ
ସି˚ହ
ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାଖ, ପଡ଼ୋଶୀଙ୍କ ଦୁଃଖଦ ପରିସ୍ଥିତିକୁ ନେଇ ମାନସିକ ବ୍ୟଥା ଅନୁଭବ କରିବେ। ପୂର୍ବାଫାଲଗୁନୀ ନକ୍ଷତ୍ରର ଗୃହ ନିର୍ମାଣାଦି କାର୍ଯ୍ୟ ତ୍ୱରାନ୍ବିତ ହେବ। ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ପରିସ୍ଥିତିରେ ପଡ଼ି ଅନ୍ୟ ଉପାୟ ନ ପାଇ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବେ। ପିଲାମାନଙ୍କ କଳହକୁ କେନ୍ଦ୍ର କରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ହସ୍ତା ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
ତୁଳା
ତୁଳା
ଆକସ୍ମିକ ଆଶା ପୂରଣ ହେବାରୁ ସୁସ୍ଥ ମନ ନେଇ କାମ କରିବେ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ଚିତ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ କିନ୍ତୁ ସ୍ଥାନାନ୍ତର ଚିନ୍ତା କରିବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ରର ମାନସିକ ଅସ୍ଥିରତା ପ୍ରାୟତଃ ଲାଗି ରହିବ। ପରିବାର ସକାଶେ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହଯୋଗ ପାଇବେନି କାରଣ ବୁଝାମଣାରେ ତ୍ରୁଟି ରହିଯିବ। ନୀଚମନା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଉତ୍ତରାଷାଢା ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଯେ କୌଣସି କ୍ଷେତ୍ର ହେଉନା କାହିଁକି, ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
ମକର
ମକର
ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇ ନେବେ। ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ଶ୍ରବଣା ନକ୍ଷତ୍ର ନିଃସହାୟ ଲୋକଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ।
କୁମ୍ଭ
କୁମ୍ଭ
ଅସୁବିଧାଜନକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଶତଭିଷା ନକ୍ଷତ୍ରର ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବନ୍ଧୁଦ୍ୱାରକୁ ଗମନ କରିବେ। ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିପାରେ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି।
ମୀନମୀନ
ପ୍ରତ୍ୟେକ କାମରେ ଉଦାରତା ଗୁଣରୁ ପ୍ରଶଂସା ପାଇବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। ସତ୍‌ସଙ୍ଗ, ପୁରାଣ ପଠନ, ଆଲୋଚନା ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ। ପ୍ରଶାସନିକ ସ୍ତରରେ ଓ ରାଜନୀତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ ପାପଗ୍ରହ ଯୁକ୍ତ ଚତୁର୍ଥାଧିପତି ଯୋଗୁ ପାରିବାରିକ ସମସ୍ୟା ସମ୍ପର୍କରେ ଚନ୍ତା କରି ମନକୁ ବିଷାକ୍ତ କରିବେ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବାରୁ ମନ ଭଲ…

ରାଶିଫଳ: ରବିବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ଶନିଚନ୍ଦ୍ରଙ୍କ ଯୋଗ ଗୁରୁଙ୍କ ଦୃଷ୍ଟିରୁ ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ଅଗ୍ରସର ହେବେ। ଦୀର୍ଘ ଦିନରୁ ରହିଥିବା ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯନତ୍ କରିବେ।…

ରାଶିଫଳ: ଶନିବାର , ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାକାଳରେ କୌଣସି ନୂତନ ବନ୍ଧୁଙ୍କ ସହ ବନ୍ଧୁତା ସୃଷ୍ଟିହେବ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଅସୁବିଧା ହେବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri