Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ
କର୍ମୋନ୍ନତି, ଧନଲାଭ, ମିତ୍ରବନ୍ଧୁଙ୍କ ସହାୟତା ପାଇ ଚେଷ୍ଟା କରୁଥିବା କାମ ସାକାର କରିବେ। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ ବଳାଇବେ ଓ ବନ୍ଧୁ ମିଳନ ଘଟିବ। ଅନ୍ୟ କଥାରେ ଭଳିଯାଇ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବୃଷ
ବୃଷ
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ନ ରହିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ସ୍ଥିର ରହିପାରିବେ ନାହିଁ। ପ୍ରତିଯୋଗିତାରେ ସଫଳତା, ମାଲିମକଦ୍ଦମାରେ ବିଜୟ ଯୋଗୁ ମନ ଖୁସି ରହିବ। ବହୁତ ଦିନହେଲା ପାଇ ନ ଥିବା ଜିନିଷଟିକୁ ବନ୍ଧୁଙ୍କ ସାହାଯ୍ୟରେ ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ଠିକ୍‌ ସିଦ୍ଧାନ୍ତ ନେଇପାରିବେ ନାହିଁ କିମ୍ବା ଶିକ୍ଷା, ସନ୍ତାନ, ସମ୍ପର୍କ କ୍ଷେତ୍ର୍ରରେ ବ୍ୟତିକ୍ରମ ଦେଖାଦେବ। ସକାଳୁ କର୍ମାରମ୍ଭରେ ସଙ୍କଟର ସମ୍ମୁଖୀନ ହେବେ। କୌଣସି କାମ ସକାଶେ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଲେଖାପଢ଼ା, ସାମ୍ବାଦିକତା, ପ୍ରଶାସନ, ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।
କର୍କଟ
କର୍କଟ
ଧନହାନି ଓ ଅଭାବ ସଙ୍ଗକୁ କଥା ଓ କାମରେ ତାଳମେଳର ଅଭାବ ମୁଖ୍ୟ ସମସ୍ୟା ପାଲଟିଯିବ। ଯାତ୍ରା, ବାଣିଜ୍ୟ, ନିର୍ମାଣ ଓ ପରିବହନରେ ସମସ୍ୟା ସମାଧାନ କରିବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ତିକ୍ତତା ଦେଖାଦେଇପାରେ।
ସି˚ହ
ସି˚ହ
ବିଭିନ୍ନ ପ୍ରକାରର ସୁଖ ସମ୍ଭୋଗ ଓ ବିଳାସବ୍ୟସନର ସୁଯୋଗ ପାଇଲେ ମଧ୍ୟ ତାହା ଉପଭୋଗ୍ୟ ନ ହୋଇପାରେ। ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
କନ୍ୟା
ଅର୍ଥଲାଭ, ସ୍ବାଦିଷ୍ଟ ଭୋଜନ, ବନ୍ଧୁଙ୍କ ଆଦରସୋହାଗ ମନକୁ ପ୍ରଫୁଲ୍ଲିତ ରଖିବ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସ୍ବାଭାବିକ କରିବାରେ ସମର୍ଥ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।
ତୁଳା
ତୁଳା
ଅଟକି ରହିଥିବା କାମଗୁଡ଼ିକ ସମ୍ପୂର୍ଣ୍ଣ କରିପାରିବା ଯୋଗୁ ମାନସିକ ପରିତୃପ୍ତି ଲଭିବେ। ସବୁ ପରିସ୍ଥିତିକୁ ସାମ୍ନା କଲେ ଅବଶ୍ୟ ଉପକୃତ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିବେ।
ବିଛା
ବିଛା
ନିଜ ଲୋକମାନେ ଦୂରେଇ ରହିବେ କିନ୍ତୁ କୌଣସି କାମ ଅଟକିବ ନାହିଁ। ଘରୋଇ କ୍ଷେତ୍ରରେ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ ଓ ସମସ୍ୟାର ସମାଧାନ ହୋଇଯିବ। ଅଭାବ ପୂରଣ ଦିଗରେ ଜଣେ ମହିଳା ସାହାଯ୍ୟ କରିବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ଧନୁ
ଧନୁ
ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଉନ୍ନତି, ଯାନବାହନ ଲାଭ, ଗୃହ ନିର୍ମାଣ, ଜମିଜମାରେ ଅଗ୍ରଗତି ଘଟିବ। ଶିଳ୍ପ, ବ୍ୟବସାୟ, ପରିବହନ ଦିଗରୁ ଅନୁକୂଳ ଫଳ ପାଇବେ। ମକଦ୍ଦମା, ଆଲୋଚନା, ଗବେଷଣା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।
ମକର
ମକର
ଧନଲାଭ, ନୂତନ କର୍ମାରମ୍ଭ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଦୂରଯାତ୍ରା ଓ ବନ୍ଧୁମିଳନଜନିତ ମନ ଖୁସି ରହିବ। ପାରିବାରିକ ସ୍ଥିରତା, ଅର୍ଥାଭାବ ଦୂର, କାର୍ଯ୍ୟସିଦ୍ଧି ହେତୁ ଅପରାହ୍ନଟି ଖୁସିରେ କଟିବ। କିନ୍ତୁ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିୟୋଜିତ ରହିବେ। ସକାଳ ସମୟଟି ପ୍ରାୟତଃ ଭଲ ରହିବ ତଥାପି ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସାଧାରଣ ଯୁକ୍ତିତର୍କକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ। ସନ୍ଧ୍ୟା ସମୟରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।
ମୀନମୀନ
ସାମାଜିକ ସୁସମ୍ପର୍କ ହ୍ରାସ ପାଇବ ଏବଂ ପରିବାରରେ ମତାନ୍ତର ଦେଖାଦେଇପାରେ। ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ବିଳମ୍ବରେ ପାଇବେ। ଭ୍ରତୃବିବାଦ କିମ୍ବା ଜମିଜମା ସମସ୍ୟାର ସମାଧାନ ଆଶା କରାଯାଇପାରେ। ସଭାସମିତିରେ ନିଷ୍ପତ୍ତି ବଦଳାଇବା ଫଳରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri