Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ
ମୁଖଭାବରେ ମଙ୍ଗଳ ଥିବାରୁ ଆପଣଙ୍କ କଠୋର କଥା ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। କର୍ମକ୍ଷେତ୍ରରେ ଅନ୍ୟକୁ ସରଳ ଭାବେ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବନ୍ଧୁମାନଙ୍କ ସହାୟତା ଫଳରେ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ଆଜି ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ ହେବ।
ବୃଷ
ବୃଷ
ଚନ୍ଦ୍ରଙ୍କ ଶୁଭ ପ୍ରଭାବରୁ ପରିହାସଯୁକ୍ତ କଥା ବନ୍ଧୁମାନଙ୍କ ପ୍ରୀତିଭାଜନ କରାଇବ। ସାଧାରଣ କଥାରେ ଯୁକ୍ତିତର୍କ ହେତୁ ସହକର୍ମୀଙ୍କ ସହ ବିବାଦ ଉପୁଜିପାରେ। କିଛି କରି ନ ପାରିଲେ ମଧ୍ୟ ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଅର୍ଥ ସମ୍ପର୍କିତ ବୁଝାମଣାରେ ତ୍ରୁଟି ରହିଯିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
କର୍ମସ୍ଥାନରେ ଗୁରୁ ଓ ଶୁକ୍ର ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସୁବିଧା ସୁଯୋଗ ପାଇ କାମ ହାସଲ କରିବେ। ସାମାଜିକସ୍ତରରେ ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ। ଆଲୋଚନା କ୍ଷେତ୍ରରେ ସତ୍ୟ ପ୍ରକାଶ କରି ବିବାଦଗ୍ରସ୍ତ ହୋଇପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କାଟିବେ।
କର୍କଟ
କର୍କଟ
ଚତୁର୍ଥସ୍ଥ କେତୁଜନିତ ଦୀର୍ଘଦିନରୁ ରହିଆସିଥିବା ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସ୍ଥଗିତ କାମକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ସି˚ହ
ସି˚ହ
ଷଷ୍ଠଭାବରେ ଏକାଧିକ ଗ୍ରହ ରହିଥିବାରୁ ଖର୍ଚ୍ଚଭାର ବୃଦ୍ଧି ପାଇବା ସାଙ୍ଗକୁ ସ୍ବାସ୍ଥ୍ୟ ମଧ୍ୟ ଭଲ ରହି ନ ପାରେ। ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ପଡ଼ୋଶୀଙ୍କ ଦୁଃଖଦ ପରିସ୍ଥିତିକୁ ନେଇ ମାନସିକ ବ୍ୟଥା ଅନୁଭବ କରିବେ। ପରିବାରର ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ।
କନ୍ୟା
ରାଶ୍ୟାଧିପ ଷଷ୍ଠସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ବୃହସ୍ପତିଙ୍କ ଶୁଭତ୍ୱ କାରଣରୁ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ଉପକୃତ ହେବେ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
ତୁଳା
ତୁଳା
ଭାଗ୍ୟସ୍ଥାନରେ ଚନ୍ଦ୍ରଙ୍କ ସୁପ୍ରଭାବଜନିତ ଆଶା ପୂରଣ ହେବାରୁ ମନ ଖୁସି ରହିବ। ନୂତନ ଯୋଜନାରମ୍ଭ କ୍ଷେତ୍ରରେ ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟକଲେ ବିଶେଷ ଭାବେ ଉପକୃତ ହେବେ। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ଉତ୍ତେଜିତ ରହିପାରନ୍ତି। ଦୈନନ୍ଦିନ ଜୀବନଯାତ୍ରାରେ ନୀତିଗତ କାମରୁ ପ୍ରଶଂସିତ ହେବେ।
ବିଛା
ବିଛା
ରାଶ୍ୟାଧିପ ମଙ୍ଗଳଙ୍କ ପ୍ରଭାବରୁ ଦୈହିକ ସୁସ୍ଥତା ରହିଲେ ମଧ୍ୟ ମାନସିକ ଅସ୍ଥିରତା ପ୍ରାୟତଃ ଲାଗି ରହିବ। ପରିବାର ଲାଗି ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁମାନଙ୍କ ସାହାଯ୍ୟ ଫଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛିମାତ୍ରାରେ ବଢ଼ିଚାଲିବ। ବୁଝାମଣାରେ ତ୍ରୁଟି ରହିଯିବା କାରଣରୁ ସମ୍ପର୍କୀୟଙ୍କ ସହଯୋଗ ପାଇବେନି।
ଧନୁ
ଧନୁ
କେତୁଙ୍କ କୁପ୍ରଭାବ ହେତୁ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯେଉଁ ଜିନିଷଟି ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଯେ କୌଣସି କ୍ଷେତ୍ର ହେଉନା କାହିଁକି, ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
ମକର
ମକର
ପରିବାର ସ୍ଥାନରେ ରାହୁଙ୍କ କୁପ୍ରଭାବରେ ପାରଷ୍ପରିକ ବୁଝାମଣାରେ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି ଏବଂ ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ସହକର୍ମୀଙ୍କ ସହାୟତାରେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ବହୁଦିନରୁ ଲାଗିରହିଥିବା ଶାରୀରିକ ପୀଡ଼ାରେ କଷ୍ଟ ପାଇପାରନ୍ତି। ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବନ୍ଧୁଦ୍ୱାରକୁ ଯାତ୍ରା କରିବାକୁ ପଡ଼ିପାରେ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ବର୍ଦ୍ଧିତ ହେବା ସହ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି।
ମୀନମୀନ
ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। ସତ୍‌ସଙ୍ଗ, ପୁରାଣ ପଠନ, ଆଲୋଚନା ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ମନ ବଳିବ। କର୍ମଦକ୍ଷତା ହେତୁ ପ୍ରଶାସନିକ ସ୍ତରରେ ଓ ରାଜନୀତିରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। କର୍ମକ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ସମାଧାନର ରାସ୍ତା ଖୋଜିବାରେ…

ରାଶିଫଳ: ସୋମବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ଆତ୍ମୀୟମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା,…

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri