Posted inRasifala

ରାଶିଫଳ: ରବିବାର, ମେ ୦୨ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟହେବେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ମାଙ୍ଗଳିକ କାମର ତର୍ଜମା କରି ଅଶାନ୍ତି ବୃଦ୍ଧି ଘଟିବାର ସୂଚନା ରହିଛି।
ବୃଷ
ବୃଷ
ଠିକ୍‌ ନିଷ୍ପତ୍ତିର ଅଭାବରେ ପରିସ୍ଥିତି ବିଗିଡିଯିବାର ଆଶଙ୍କା ରହିଛି। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କାର୍ଯ୍ୟବ୍ୟସ୍ତ ଯୋଗୁ ମନ ଖୁସି କରିବାର ଅବସର ପାଇବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ପାରିବାରିକ ଦୁଶ୍ଚିନ୍ତାରେ ଶଢୁଥିଲେ ମଧ୍ୟ ମନ କଥା ମନ ଭିତରେ ରହି ଦିନଚର୍ଯ୍ୟା କରିବେ। ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ ଯୋଜନା ଆରମ୍ଭ କରିପାରନ୍ତି। ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇ ପାରନ୍ତି।
କର୍କଟ
କର୍କଟ
ସୁନ୍ଦର ବୁଝାମଣା ମଧ୍ୟରେ ଚଳୁଥିବାରୁ ପରିବାର ଭିତରେ ସୌହାର୍ଦ୍ଦ୍ୟ ମଧ୍ୟରେ କାମ କରିବେ। ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ଜିନିଷ କିଣିବାକୁ ମନ ବଳାଇବେ। କୌଣସି ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ। କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ସି˚ହ
ସି˚ହ
ନିଜର ବ୍ୟବହାରିକ ବ୍ୟତିକ୍ରମରୁ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ଆଜି ଭାଇ, ଭଉଣୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କରିପାରନ୍ତି। ଶତ୍ରୁତା କରୁଥିବା ବ୍ୟକ୍ତିମାନେ କୌଣସି ସମସ୍ୟା ସୃଷ୍ଟି କରିପାରନ୍ତି। ପରିବହନ, ଷ୍ଟେସନେରି କିମ୍ବା ଫଳ ଦୋକାନୀ ବିଶେଷ ଭାବେ ଲାଭବାନ ହେବେ।
କନ୍ୟା
ଆଜି ମାନସିକ ଅସ୍ଥିରତା ଲାଗି ରହିବା କାରଣରୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି। କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ସତର୍କ ରହିବା ଭଲ। ଅବହେଳା ଓ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ଆଜି ପର୍ଯ୍ୟନ୍ତ ଯାହା ପାଉ ନ ଥିଲେ ତାହା ଆକସ୍ମିକ ଭାବେ ପାଇ ମନ ଖୁସି ହୋଇଯିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ, ଏଣୁ ସତର୍କତାର ସହ ମନ୍ତବ୍ୟ ଦିଅନ୍ତୁ। ଅଫିସରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ଆଜିର ଯାତ୍ରାରେ ଲକ୍ଷ୍ୟ ହାସଲ କରିବାରେ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଶତ୍ରୁମାନେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିବେ। ପରିବହନ କ୍ଷେତ୍ରରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି ।
ଧନୁ
ଧନୁ
ନୂତନ ସ୍ଥାନ ପରିଦର୍ଶନ, ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ମଜ୍ଜାଇ ରଖିବେ। କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ସାଙ୍ଗକୁ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ପାଇବେ। କୌଣସି ଶୁଭ କାମରେ ଭାଇ, ବନ୍ଧୁ, ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ନିର୍ମାଣାଧୀନ କାଯ୍ୟ ସ୍ଥଗିତ ରହିବ ଏବଂ ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଭଲ।
ମକର
ମକର
ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର କିଛି କାମ କରାଇନେବା ସକାଶେ ଜିଦ୍‌ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହେବ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ଦୁଃଖ ପ୍ରକାଶ କରିପାରନ୍ତି ।
କୁମ୍ଭ
କୁମ୍ଭ
ଆଜି ଆପଣ ସାମାଜିକ ସ୍ତରରେ ଅର୍ଥ,ସମ୍ମାନ ଓ ପ୍ରଶଂସା ପାଇ ଉଲ୍ଲସିତ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବା କାରଣରୁ ମନ ଭଲ ରହିବ ନାହିଁ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ବିଶେଷ ଭାବରେ ଉପକୃତ ହେବେ।
ମୀନମୀନ
ଜୀବନଚର୍ଯ୍ୟାରେ ସମସ୍ୟା ରହିଥିଲେ ମଧ୍ୟ ଆଜି ପାଇଁ ତାହା ବିଶେଷ କ୍ଷତିକାରକ ନ ହୋଇପାରେ। ବିଭିନ୍ନ ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri