Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ
ଉଚ୍ଚାରୋହୀ ଧନାଧିପଙ୍କ ଯୋଗୁ ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବବୋଧ ବିଶେଷ ବାଧିବ ନାହିଁ। ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ।
ବୃଷ
ବୃଷ
ରାହୁଙ୍କ ପ୍ରଭାବରେ ଯେ କୌଣସି କାମ କରନ୍ତୁ ନା କାହିଁକି, ମନବଳ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ସମସ୍ୟା ରହିଥିଲେ ମଧ୍ୟ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ଲୁଚି ରହିଥିବା ମନର ଦୁଃଖକୁ ଲୁଚାଇ ବନ୍ଧୁଙ୍କ ସମ୍ମୁଖରେ ହସି ହସି କଥା କହିବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ କୃତକାର୍ଯ୍ୟ ମଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପାଖପଡ଼ୋଶୀ କିମ୍ବା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
କର୍କଟ
କର୍କଟ
ଆକସ୍ମିକ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଧ୍ୟୈର୍ଯ୍ୟର ସହ ସମସ୍ୟା ଗୁଡ଼ିକର ମୁକାବିଲା କରିବାରେ ସମର୍ଥ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରର ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିିଜର କାର୍ଯ୍ୟ ହାସଲ କରିନେବେ। ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବା ସଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। ଈର୍ଷାପରାୟଣ ମନୋଭାବ ନେଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିପାରନ୍ତି। ଅଧିକାଂଶ ସମୟ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ଜଣେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ।
ତୁଳା
ତୁଳା
ପରିସ୍ଥିତିକୁ ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କରିବେ। ଅଜଣା ବ୍ୟକ୍ତିଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଅଶାନ୍ତି କାରଣରୁ ଅନ୍ୟମନସ୍କ ରହିପାରନ୍ତି।
ବିଛା
ବିଛା
ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟା ବଢ଼ାଇ ଦେବାର ସୂଚନା ରହିଛି। ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସାମାନ୍ୟ ବିଳମ୍ବିତ ସମୟରେ ମହିଳାଙ୍କ ଆଶା ପୂରଣ ହୋଇଯିବ।
ଧନୁ
ଧନୁ
ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ଉତ୍ତରାଷାଢ଼ା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅଫିସ କାମରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ କିନ୍ତୁ ସାମୟିକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ମକର
ମକର
ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଆଜିର ଯାତ୍ରା ସମୟରେ କିମ୍ବା ଆଲୋଚନା ସମୟରେ ଅନ୍ୟମନସ୍କ ରହିପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହେବେ, ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ।
କୁମ୍ଭ
କୁମ୍ଭ
ଆପଣ କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ହୋଇଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ। ସାମାଜିକ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ସନ୍ଧ୍ୟା ସମୟରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଶୁଭକାର୍ଯ୍ୟର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ ଟଙ୍କାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?