Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ
ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବବୋଧ ବିଶେଷ ବାଧିବ ନାହିଁ । ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ପରିବାର ଓ କର୍ମକ୍ଷେତ୍ରର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ କିଛି ଅସୁବିଧା ହେବନି। ସହକର୍ମୀଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମିଥୁନ
ମିଥୁନ
ଲୁଚି ରହିଥିବା ମନର ଦୁଃଖକୁ ଲୁଚାଇ ବନ୍ଧୁ ମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। କର୍ମକ୍ଷେତ୍ରରେ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପାରିବାରିକ କ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ।
କର୍କଟ
କର୍କଟ
ଆକସ୍ମିକ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟର ସହ ସମସ୍ୟାଗୁଡ଼ିକର ମୁକାବିଲା କରିବାରେ ସମର୍ଥ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରର ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।
କନ୍ୟା
ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। ଈର୍ଷାାପରାୟଣ ମନୋଭାବ ନେଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି। କର୍ମକ୍ଷେତ୍ରରେ ଜଣେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ।
ତୁଳା
ତୁଳା
ପରିସ୍ଥିତିକୁ ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କରିବେ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଅଶାନ୍ତି କାରଣରୁ ଅନ୍ୟମନସ୍କ ରହିପାରନ୍ତି।
ବିଛା
ବିଛା
ସାଧାରଣ ଘଟଣାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ । ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି । ଜ୍ୟେଷ୍ଠାନକ୍ଷତ୍ର ସକାଶେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ।
ଧନୁ
ଧନୁ
ପ୍ରତିଦ୍ୱନ୍ଦ୍ୱୀଙ୍କ ସହିତ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଉତ୍ତରାଷାଢ଼ା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସିଆଲି କାମରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ।
ମକର
ମକର
ପ୍ରିୟଜନଙ୍କ ସହ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅବଶ୍ୟ ପାରିବାରିକ ସ୍ଥିତିରେ ଉନ୍ନତି କରିବେ। ତଥାପି ମାନସିକ ଅସ୍ଥିରତା କାରଣରୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହୋଇପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ବନ୍ଧୁଙ୍କ ସହାୟତାରେ ହଠାତ୍‌ ହୋଇଯିବ। ବନ୍ଧୁମାନଙ୍କ ଗହଣରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜିବାରେ ସମର୍ଥ ହେବେ । ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଦୀର୍ଘଦିନର କ୍ରନିକ୍‌ ରୋଗର ପ୍ରାଦୁର୍ଭାବ ଫଳରେେ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାମତ୍କ କଥା କହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri