Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ
ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବବୋଧ ବିଶେଷ ବାଧିବ ନାହିଁ । ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ପରିବାର ଓ କର୍ମକ୍ଷେତ୍ରର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ କିଛି ଅସୁବିଧା ହେବନି। ସହକର୍ମୀଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମିଥୁନ
ମିଥୁନ
ଲୁଚି ରହିଥିବା ମନର ଦୁଃଖକୁ ଲୁଚାଇ ବନ୍ଧୁ ମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। କର୍ମକ୍ଷେତ୍ରରେ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପାରିବାରିକ କ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ।
କର୍କଟ
କର୍କଟ
ଆକସ୍ମିକ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟର ସହ ସମସ୍ୟାଗୁଡ଼ିକର ମୁକାବିଲା କରିବାରେ ସମର୍ଥ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରର ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।
କନ୍ୟା
ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। ଈର୍ଷାାପରାୟଣ ମନୋଭାବ ନେଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି। କର୍ମକ୍ଷେତ୍ରରେ ଜଣେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ।
ତୁଳା
ତୁଳା
ପରିସ୍ଥିତିକୁ ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କରିବେ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଅଶାନ୍ତି କାରଣରୁ ଅନ୍ୟମନସ୍କ ରହିପାରନ୍ତି।
ବିଛା
ବିଛା
ସାଧାରଣ ଘଟଣାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ । ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି । ଜ୍ୟେଷ୍ଠାନକ୍ଷତ୍ର ସକାଶେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ।
ଧନୁ
ଧନୁ
ପ୍ରତିଦ୍ୱନ୍ଦ୍ୱୀଙ୍କ ସହିତ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଉତ୍ତରାଷାଢ଼ା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସିଆଲି କାମରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ।
ମକର
ମକର
ପ୍ରିୟଜନଙ୍କ ସହ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅବଶ୍ୟ ପାରିବାରିକ ସ୍ଥିତିରେ ଉନ୍ନତି କରିବେ। ତଥାପି ମାନସିକ ଅସ୍ଥିରତା କାରଣରୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହୋଇପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ବନ୍ଧୁଙ୍କ ସହାୟତାରେ ହଠାତ୍‌ ହୋଇଯିବ। ବନ୍ଧୁମାନଙ୍କ ଗହଣରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜିବାରେ ସମର୍ଥ ହେବେ । ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଦୀର୍ଘଦିନର କ୍ରନିକ୍‌ ରୋଗର ପ୍ରାଦୁର୍ଭାବ ଫଳରେେ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାମତ୍କ କଥା କହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri