Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ
ଆପଣଙ୍କର ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବବୋଧ ବିଶେଷ ବାଧିବ ନାହିଁ। ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ।
ବୃଷ
ବୃଷ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ କିଛି ଅସୁବିଧା ହେବନି। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ଲୁଚି ରହିଥିବା ମନର ଦୁଃଖକୁ ଲୁଚାଇ ବନ୍ଧୁ ମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। କର୍ମକ୍ଷେତ୍ରରେ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଗୁରୁଜନଙ୍କ ସାନ୍ତ୍ବନା ବାଣି ସାମୟିକ ଭାବରେ ମନରେ ଆଶ୍ୱସ୍ତି ଭରିପାରେ। ନୂତନ କର୍ମସସ୍ଥାନ ପାଇଁ ମନ ବଳିବ, ଏବଂ କୃତକାର୍ଯ୍ୟ ମଧ୍ୟ ହେବେ।
କର୍କଟ
କର୍କଟ
ଅତୀତ ଦିନରୁ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ଆକସ୍ମିକ ଭାବରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟର ସହ ସମସ୍ୟା ଗୁଡିକର ମୁକାବିଲା କରିବାରେ ସମର୍ଥ ହେୃବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରର ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିିଜର କାର୍ଯ୍ୟ ହାସଲ କରିନେବେ। ବନ୍ଧୁଗହଣରେ ଅପ୍ରିୟ ସତକଥା କହି ବିରୋଧି ହୋଇପାରନ୍ତି। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ ସମସ୍ୟା ସମାଧାନ ହୋଇଯିବ।
କନ୍ୟା
ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। ଇର୍ଷାାପରାୟଣ ମନୋଭାବ ନେଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଜଣେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ।
ତୁଳା
ତୁଳା
ପରିସ୍ଥିତିକୁ ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୂଲ ମାର୍ଗର ଅନୁସରଣ କରିବେ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ଅତୀତର କୌଣସି ଘଟଣା ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେବ। ଅନ୍ୟମନସ୍କତା କାରଣରୁ କେତେକ ଭୂଲ୍‌ କରିବା ଦ୍ୱାରା ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସାମ୍ବାଦିତକତା ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ଧନୁ
ଧନୁ
ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସିଆଲି କାମରେ ଅପରାହ୍ନରେ ସମସ୍ୟାର ସମଧାନ ହୋଇଯିବ। ସାମୟିକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ମକର
ମକର
ପାରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହୋଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହେବେ, ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ବନ୍ଧୁ ମାନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ସାମୟିକ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିପାରେ।
ମୀନମୀନ

ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ ଏବଂ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଅସମର୍ଥିତ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ନିକଟରୁ ଦୂରେଇ ରହିବା ଭଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri