Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୨ ତାରିଖ – Daily Horoscope

ମେଷ
ଆଜି ରାଶି ଓ ଚନ୍ଦ୍ରର କେନ୍ଦ୍ରରେ କର୍ମାଧିପ ହେତୁ ବହୁତ ଭଲ କାମ କରି ସମ୍ମାନିତ ହେବାର ସୌଭାଗ୍ୟ ପ୍ରାପ୍ତି ହୋଇପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାର ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।
ବୃଷ
ବୃଷ
ଚନ୍ଦ୍ର କେନ୍ଦ୍ରରେ ଶୁକ୍ର ଯୋଗୁ ବନ୍ଧୁମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ ଏବଂ ଆଶା କରି ନ ଥିବା ଜିନିଷ ଲାଭ କରି ଖୁସି ହେବେ। କଳା, ସାହିତ୍ୟ, ସଙ୍ଗୀତ ଓ ବକ୍ତୃତା କ୍ଷେତ୍ରରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଶୁକ୍ରଙ୍କ ସହ ବୁଧଙ୍କ ସଂଯୋଗ ହେତୁ ବୌଦ୍ଧିକତାର ବୃଦ୍ଧି ସାମାଜିକ ସମ୍ମାନ ପ୍ରଦାନ କରିବ। ଆରଦ୍ରା ନକ୍ଷତ୍ରର ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ କ୍ଷେତ୍ର କିମ୍ବା ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
କର୍କଟ
କର୍କଟ
ଚନ୍ଦ୍ରଙ୍କ ସୁପ୍ରଭାବରୁ ମନୋବଳ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ। କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ନେବାକୁ ପଡିପାରେ। ସଭାସମିତିରେ ସଫଳତା ହାସଲ କରିବେ କିନ୍ତୁ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଶନି ବ୍ୟୟାଧିପ ନକ୍ଷତ୍ରସ୍ଥ ଯୋଗୁ ଧନହାନି ସଙ୍ଗକୁ ଆମତ୍ୀୟଙ୍କ ପରୋକ୍ଷ ଶତ୍ରୁତା ମାନସିକ ଅଶାନ୍ତିର କାରଣ ହେବ। ବନ୍ଧୁଙ୍କ ସହଯୋଗ ରହିଲେ ମଧ୍ୟ କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। ସ୍ବାସ୍ଥ୍ୟ ପ୍ରତି ହେଳା କଲେ ଅନୁତାପ କରିବାକୁ ସମୟ ପାଇବେ ନାହିଁ। ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ସଫଳତା ହାସଲ କରିବେ।
କନ୍ୟା
କର୍ମାଧିପ ଧନସ୍ଥ ହେତୁ ଆର୍ଥିକ ଅଭିବୃଦ୍ଧି ସହିତ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଭୁଲ୍‌ ଧାରଣା ହେତୁ ପରିବାରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ଆଜି ଦିନଟିରେ କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅର୍ଥ ସଂକଟ ହେତୁ କାମଗୁଡିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ଆଜି ବୁଧଙ୍କ ସୁପ୍ରଭାବରୁ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ପରିବହନ, ରପ୍ତାନି ବାଣିଜ୍ୟ, ଜମିଜମା କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ଗୁରୁଶୈାରୀ ଯୋଗ ପ୍ରଭାବରୁ ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କି ମାରିବ। ଚାହିଁ ଚାହିଁ ଆଖିରୁ ପାଣି ମରିଯିବ ପଛକେ ପ୍ରିୟବନ୍ଧୁଟିର ଦେଖାପାଇବେ ନାହିଁ।
ଧନୁ
ଧନୁ
ସ୍ବାସ୍ଥ୍ୟରେ ଉନ୍ନତି ଘଟିବ କିନ୍ତୁ ନିଜ ଲୋକଙ୍କ ନିକଟରୁ କ୍ରମଶଃ ଦୂରେଇ ଯାଇପାରନ୍ତି। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡିବେ କିନ୍ତୁ କୌଣସି କାମ ଅଟକିବ ନାହିଁ। ଘରେ ବିତର୍କକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଆନୁଷ୍ଠାନିକ କାମରେ ସହଯୋଗ ସକାଶେ ବନ୍ଧୁଙ୍କ ଆମନ୍ତ୍ରଣକୁ ଉପେକ୍ଷା କରିପାରିବେ ନାହିଁ।
ମକର
ମକର
ଗୁରୁଙ୍କ ଦୁର୍ବଳତା କାରଣରୁ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ହେବାରୁ ଦୁଶ୍ଚିନ୍ତା ବଢିଯାଇପାରେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ଆଶାରେ ସହକର୍ମୀଙ୍କୁ ବିନୟପୂର୍ଣ୍ଣ କଥା କହିପାରନ୍ତି। ଆଲୋଚନା ଶେଷରେ ଆପଣଙ୍କ ପାଇଁ ବିଚାର ବଦଳି ଯାଇପାରେ। ନିଜର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର କରିବା ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ରର ମନ ବିଚଳିତ ରହିବ କିନ୍ତୁ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। କାମ ହାସଲ ସକାଶେ ଆଗନ୍ତୁକଟି ଆପଣଙ୍କ ପ୍ରଶଂସାରେ ଶତମୁଖ ହୋଇ ଉଠିବ। ଜମା ଭଲ ପଡୁ ନ ଥିବା ଅନ୍ୟମାନଙ୍କ ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ରାଜନୀତି କ୍ଷେତ୍ରରେ କିମ୍ବା ଆଲୋଚନା କାଳରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଶୁଣାକଥାକୁ ବିଶ୍ୱାସ କରି କାମ କଲେ ଅସୁବିଧାରେ ପଡ଼ିବେ। ଦୂରଭିସନ୍ଧି ରଖି ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିପାରନ୍ତି। ରେବତୀ ନକ୍ଷତ୍ରର ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri