Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨ ତାରିଖ – Daily Horoscope

ମେଷ
ଆଜିର ନବମସ୍ଥ ଚନ୍ଦ୍ର ଆକର୍ଷଣୀୟ ମନୋରମ ଜିନିଷ ଲାଭ କରିବା ସକାଶେ ସାହାଯ୍ୟ କରିବେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଦୀର୍ଘ ଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ।
ବୃଷ
ବୃଷ
ଦୁର୍ବଳ ଶୁକ୍ର ପ୍ରଭାବରୁ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ଯାନବାହନ, ଦୋକାନ ବଜାର, ସଭା ସମିତିରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ୟ ସମ୍ମୁଖରେ ମଧ୍ୟ ଆଦୌ କହିପାରିବେ ନାହିଁ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ।
ମିଥୁନ
ମିଥୁନ
ଗ୍ରହ ସମ୍ପର୍କରୁ ପାରିବାରିକ ସ୍ତରରେ ସମସ୍ତଙ୍କ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ନିଜର ଲୋକମାନେ ଶତ୍ରୁତା କରି କେତେକ କାମ ପାଇଁ ପ୍ରତିବନ୍ଧକ ସାଜିବେ। ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍‌ଶିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
କର୍କଟ
କର୍କଟ
ରାହୁଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଆକସ୍ମିକ ଅସୁବିଧା ଦେଖାଦେବା କାରଣରୁ କାମ ହାସଲ କଷ୍ଟକର ହେବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ପରିବାରରେ ବ୍ୟସ୍ତତା ବଢ଼ିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବାରେ କୌଣସି ଅସୁବିଧା ହେବନାହିଁ। ଅବଶ୍ୟ କଚେରି ମାମଲା ମନ୍ଥର ହୋଇପାରେ।
ସି˚ହ
ସି˚ହ
ଏକାଦଶ ସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ହେତୁ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ନିଜର ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ସାମୟିକ ଚିନ୍ତିତ ରହିବାକୁ ପଡ଼ିପାରେ। ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କୀୟ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ।
କନ୍ୟା
ଚନ୍ଦ୍ର ଓ ମଙ୍ଗଳଙ୍କ ସମସପ୍ତମ ଦୃଷ୍ଟିଜନିତ କ୍ଳାନ୍ତିବୋଧ କରିବେ। କର୍ମକ୍ଷେତ୍ରରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରକାଶନ, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରୁ ସୁନାମ ମିଳିବ।
ତୁଳା
ତୁଳା
ମୁଖଭାବକୁ ମଙ୍ଗଳ ଦେଖୁଥିବାରୁ ସ୍ପଷ୍ଟବାଦିତା କାରଣରୁ ଆଜିର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସମ୍ପର୍କ ଭଲ ରହିବନି। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର ଅନ୍ତ ଘଟିବ। ସଭାସମିତି, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ।
ବିଛା
ବିଛା
କୌଣସି ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଯାନବାହନ, ଗୃହସୀମା, ଦୂରବନ୍ଧୁ, ସଭାସମିତି, ଜମିଜମା, ସମ୍ପର୍କୀୟଙ୍କ ସ୍ଥିତି ମଧ୍ୟମ ପ୍ରକାର ରହିବ । ଅନୁରାଧା ଯାହାକୁ ବେଶୀ ବିଶ୍ୱାସ କରୁଛନ୍ତି, ସେ ହିଁ ପ୍ରତାରଣା କରିବ। ପ୍ରଶାସନ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଧନୁ
ଧନୁ
ତିନୋଟି ଗ୍ରହଙ୍କ ସନ୍ନିବେଶ ହେତୁ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେଇପାରେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିଙ୍କ ଦ୍ୱାରା ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ସପ୍ତମାଧିପତି ବ୍ୟୟଭାବସ୍ଥ ହେତୁ ସ୍ବାମୀ ସ୍ତ୍ରୀରେ ମତାନ୍ତର, ପ୍ରତିଦ୍ୱନ୍ଦ୍ୱିତାରେ ବିଫଳତା ଓ ଯାତ୍ରା, ବ୍ୟବସାୟ ସନ୍ତୋଷଜନକ ନ ହୋଇପାରେ। ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ଭଲ ହେବ, ଅନ୍ୟଥା ମାନସିକ ଦୁଶ୍ଚିନ୍ତାରେ ପଡ଼ିବେ। ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବା କଷ୍ଟକର ହୋଇପାରେ।
କୁମ୍ଭ
କୁମ୍ଭ
ବୃହସ୍ପତିଙ୍କ ଶୁଭ ପ୍ରଭାବରୁ ଯୁକ୍ତିଯୁକ୍ତ ବାର୍ତ୍ତାଳାପ କରି ବିବାଦୀୟ ପରିସ୍ଥିତିକୁ ସୁଧାରିନେବେ। ଆକସ୍ମିକ କେତେକ ସମସ୍ୟା ଦେଖାଦେବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ନୂଆ ଯୋଜନାର ରୂପରେଖ ଉପରେ ଗୁରୁତ୍ୱଦେବେ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ଅସୁବିଧାର ସମ୍ମୁଖୀନ ହେବେ।
ମୀନମୀନ
ଗ୍ରହଙ୍କ ଅନୁକୂଳତା ସତ୍ତ୍ୱେ ବାରମ୍ବାର ଚିନ୍ତା କରିବା ପରେ କୌଣସି ପଦକ୍ଷେପ ନେବା ଠିକ୍‌ ହେବ। ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ, କିନ୍ତୁ ଏଥିପାଇଁ କିଛି ବୁଦ୍ଧିର ଖେଳ ଖେଳିବାକୁ ପଡ଼ିବ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ସଭାସମିତି, ଆନୁଷ୍ଠାନିକ କ୍ଷେତ୍ରରୁ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri