Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨ ତାରିଖ – Daily Horoscope

ମେଷ
ଆଜିର ନବମସ୍ଥ ଚନ୍ଦ୍ର ଆକର୍ଷଣୀୟ ମନୋରମ ଜିନିଷ ଲାଭ କରିବା ସକାଶେ ସାହାଯ୍ୟ କରିବେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଦୀର୍ଘ ଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ।
ବୃଷ
ବୃଷ
ଦୁର୍ବଳ ଶୁକ୍ର ପ୍ରଭାବରୁ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ଯାନବାହନ, ଦୋକାନ ବଜାର, ସଭା ସମିତିରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ୟ ସମ୍ମୁଖରେ ମଧ୍ୟ ଆଦୌ କହିପାରିବେ ନାହିଁ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ।
ମିଥୁନ
ମିଥୁନ
ଗ୍ରହ ସମ୍ପର୍କରୁ ପାରିବାରିକ ସ୍ତରରେ ସମସ୍ତଙ୍କ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ନିଜର ଲୋକମାନେ ଶତ୍ରୁତା କରି କେତେକ କାମ ପାଇଁ ପ୍ରତିବନ୍ଧକ ସାଜିବେ। ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍‌ଶିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
କର୍କଟ
କର୍କଟ
ରାହୁଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଆକସ୍ମିକ ଅସୁବିଧା ଦେଖାଦେବା କାରଣରୁ କାମ ହାସଲ କଷ୍ଟକର ହେବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ପରିବାରରେ ବ୍ୟସ୍ତତା ବଢ଼ିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବାରେ କୌଣସି ଅସୁବିଧା ହେବନାହିଁ। ଅବଶ୍ୟ କଚେରି ମାମଲା ମନ୍ଥର ହୋଇପାରେ।
ସି˚ହ
ସି˚ହ
ଏକାଦଶ ସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ହେତୁ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ନିଜର ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ସାମୟିକ ଚିନ୍ତିତ ରହିବାକୁ ପଡ଼ିପାରେ। ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କୀୟ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ।
କନ୍ୟା
ଚନ୍ଦ୍ର ଓ ମଙ୍ଗଳଙ୍କ ସମସପ୍ତମ ଦୃଷ୍ଟିଜନିତ କ୍ଳାନ୍ତିବୋଧ କରିବେ। କର୍ମକ୍ଷେତ୍ରରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରକାଶନ, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରୁ ସୁନାମ ମିଳିବ।
ତୁଳା
ତୁଳା
ମୁଖଭାବକୁ ମଙ୍ଗଳ ଦେଖୁଥିବାରୁ ସ୍ପଷ୍ଟବାଦିତା କାରଣରୁ ଆଜିର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସମ୍ପର୍କ ଭଲ ରହିବନି। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର ଅନ୍ତ ଘଟିବ। ସଭାସମିତି, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ।
ବିଛା
ବିଛା
କୌଣସି ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଯାନବାହନ, ଗୃହସୀମା, ଦୂରବନ୍ଧୁ, ସଭାସମିତି, ଜମିଜମା, ସମ୍ପର୍କୀୟଙ୍କ ସ୍ଥିତି ମଧ୍ୟମ ପ୍ରକାର ରହିବ । ଅନୁରାଧା ଯାହାକୁ ବେଶୀ ବିଶ୍ୱାସ କରୁଛନ୍ତି, ସେ ହିଁ ପ୍ରତାରଣା କରିବ। ପ୍ରଶାସନ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଧନୁ
ଧନୁ
ତିନୋଟି ଗ୍ରହଙ୍କ ସନ୍ନିବେଶ ହେତୁ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେଇପାରେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିଙ୍କ ଦ୍ୱାରା ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ସପ୍ତମାଧିପତି ବ୍ୟୟଭାବସ୍ଥ ହେତୁ ସ୍ବାମୀ ସ୍ତ୍ରୀରେ ମତାନ୍ତର, ପ୍ରତିଦ୍ୱନ୍ଦ୍ୱିତାରେ ବିଫଳତା ଓ ଯାତ୍ରା, ବ୍ୟବସାୟ ସନ୍ତୋଷଜନକ ନ ହୋଇପାରେ। ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ଭଲ ହେବ, ଅନ୍ୟଥା ମାନସିକ ଦୁଶ୍ଚିନ୍ତାରେ ପଡ଼ିବେ। ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବା କଷ୍ଟକର ହୋଇପାରେ।
କୁମ୍ଭ
କୁମ୍ଭ
ବୃହସ୍ପତିଙ୍କ ଶୁଭ ପ୍ରଭାବରୁ ଯୁକ୍ତିଯୁକ୍ତ ବାର୍ତ୍ତାଳାପ କରି ବିବାଦୀୟ ପରିସ୍ଥିତିକୁ ସୁଧାରିନେବେ। ଆକସ୍ମିକ କେତେକ ସମସ୍ୟା ଦେଖାଦେବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ନୂଆ ଯୋଜନାର ରୂପରେଖ ଉପରେ ଗୁରୁତ୍ୱଦେବେ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ଅସୁବିଧାର ସମ୍ମୁଖୀନ ହେବେ।
ମୀନମୀନ
ଗ୍ରହଙ୍କ ଅନୁକୂଳତା ସତ୍ତ୍ୱେ ବାରମ୍ବାର ଚିନ୍ତା କରିବା ପରେ କୌଣସି ପଦକ୍ଷେପ ନେବା ଠିକ୍‌ ହେବ। ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ, କିନ୍ତୁ ଏଥିପାଇଁ କିଛି ବୁଦ୍ଧିର ଖେଳ ଖେଳିବାକୁ ପଡ଼ିବ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ସଭାସମିତି, ଆନୁଷ୍ଠାନିକ କ୍ଷେତ୍ରରୁ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri