Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ଫଳ ମିଳିବ। ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଅବଶ୍ୟ ବନ୍ଧୁ ସାହାଯ୍ୟ କରିବେ। ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ବୃଷ
ବୃଷ
ଆଜି ବନ୍ଧୁଙ୍କ ସାହାଯ୍ୟରୁ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ନୂତନ ଯୋଜନା ଆରମ୍ଭରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି।
ମିଥୁନ
ମିଥୁନ
ଅଫିସ୍‌ କାମରେ ସମସ୍ୟା ସମାଧାନ ରାସ୍ତା ଖୋଜି ପାଇବେ। କୌଣସି ବନ୍ଧୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିପାରନ୍ତି। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ବହୁତ ଦିନରୁ ଅଟକି ରହିଥିବା କିମ୍ବା ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।
କର୍କଟ
କର୍କଟ
ସହକର୍ମୀଙ୍କ ସହଯୋଗରେ କୌଣସି ବଡ଼ କାମ ହାସଲରୁ ଆତ୍ମତୃପ୍ତି ଲଭିବେ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଆଜିର ଦୂରଯାତ୍ରା କାଳରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହମତିିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
ସି˚ହ
ସି˚ହ
ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ସହକର୍ମୀ ଫାଇଦା ଉଠାଇବାକୁ ଚେଷ୍ଟା କରିପାରନ୍ତି। ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ମାଲିମକଦ୍ଦମାର ଆପୋସ ସମାଧାନ ହୋଇଯିବ। ମହିଳାମାନଙ୍କ ପାରିବାରିକ ସ୍ଥିତି ସୁଦୃଢ଼ ରହିବ।
କନ୍ୟା
ଆଜି ଆପଣ ଯେଉଁ କାମଟିକୁ ଆରମ୍ଭ କରିବେ ତାହା ଅତି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। କୃତି ଓ କୃତିତ୍ୱ ହେତୁ ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଅସାବଧାନତା ଯୋଗୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ। ପରିବାରରେ ଅଶାନ୍ତ ଦୂର ହେବ। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ।
ତୁଳା
ତୁଳା
ଆଜି କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିରେ ପଡ଼ି ଅଣନିଃଶ୍ୱାସୀ ହୋଇପାରନ୍ତି। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। କୌଣସି ଭଦ୍ର ମହିଳାଙ୍କ ଅନୁକମ୍ପାମୂଳକ ସାହାଯ୍ୟ ଦ୍ୱାରା ଉପକୃତ ହୋଇପାରନ୍ତି। ବନ୍ଧୁମାନଙ୍କ ସହଯୋଗ କାରଣରୁ ଶତ୍ରୁମାନେ କିଛି କ୍ଷତି କରିପାରିବେ ନାହିଁ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଅଫିସ୍‌ କାମରେ, ପ୍ରଶାସନିକ ସ୍ତରରେ, ସଭାସମିତିରେ ତଥା ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ଲାଗି ରହିବ। ପରିବାରରେ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଆର୍ଥିକ ସମସ୍ୟା ନିର୍ମାଣ କାମକୁ ଅଟକାଇ ଦେଇପାରେ।
ଧନୁ
ଧନୁ
ଯେଉଁ କାମ ହାତକୁ ନେଇଛନ୍ତି ତାହା ବଢ଼ାଇ ନିଅନ୍ତୁ, କିଛି ଅସୁବିଧା ହେବନି। ସକାଳୁ ସକାଳୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ପାଖ, ପଡ଼ୋଶୀଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ।
ମକର
ମକର
ଲାଗିରହିଥିବା ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ଲାଘବ ହେବ। କର୍ମକ୍ଷେତ୍ରରେ ସତର୍କତାର ସହ କାମ ନ କଲେ ଅସୁବିଧାରେ ପଡ଼ିପାରନ୍ତି। ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯାଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ, ଯାହାକି ଆପଣଙ୍କ ସକାଶେ ହିତକର ହେବ।
କୁମ୍ଭ
କୁମ୍ଭ
ଆଜି କର୍ମାରମ୍ଭ, ଯାନବାହନ କ୍ରୟ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ସମସ୍ୟା ଯାହା ହେଉନା କାହିଁକି ପ୍ରତିଟି କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ମନୋବଳ ବୃଦ୍ଧି ପାଇବ।
ମୀନମୀନ
ପୂର୍ବର ବିବାଦୀୟ ବିଷୟ ଚିନ୍ତା କରି ନିକଟ ସମ୍ପର୍କୀୟମାନେ ମଧ୍ୟ ପାଖ ମାଡ଼ିବେ ନାହିଁ। ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ସମସ୍ୟା ମଧ୍ୟରେ ଚଳିବା ହେତୁ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri