Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ
ଆଜି ମାନସିକ ଅଶାନ୍ତିର ସମ୍ମୁଖୀନ ହେବାକୁ ପଡ଼ିପାରେ। ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ଉପକୃତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢ଼ାଇଦେବ। ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ଧର୍ମକାର୍ଯ୍ୟ ସକାଶେ ଉତ୍ସାହିତ ରହିବେ। ବିବାଦୀୟ ପରିସ୍ଥିତିରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଚେଷ୍ଟା କରୁଥିବା କାର୍ଯ୍ୟ ହାସଲ କରିନେବା ସକାଶେ ନୂତନ ଦିଗ ପ୍ରତି ଚିନ୍ତା କରିପାରନ୍ତି।
କର୍କଟ
କର୍କଟ
ଆଜି ଆପଣ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବେ ରହିପାରିବେ ନାହିଁ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ମନରେ ସାହସ ବାନ୍ଧି କୌଣସି ନୂଆ କାମ ଆରମ୍ଭ କଲେ ଅବଶ୍ୟ ସଫଳତା ପାଇବେ। ବନ୍ଧୁମାନେ ଈର୍ଷାନ୍ବିତ ହୋଇପାରନ୍ତି। କିନ୍ତୁ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିପାରନ୍ତି। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେବ।
କନ୍ୟା
ପାରିବାରିକ କ୍ଷେତ୍ରରେ ନିଜ ଲୋକମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିପାରନ୍ତି। ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି । ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି।
ତୁଳା
ତୁଳା
ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ଝଡ଼ ଉଠିପାରେ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଏକାଧିକ ସମସ୍ୟାର ସମ୍ମୁଖୀନ ହୋଇ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜି ଅଫିସ୍‌ କାମର ଜଞ୍ଜାଳ ବଳିଯିବ ଓ ଟେନସନ୍‌ ମଧ୍ୟ ଲାଗି ରହିବ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ । ମନ ଭଲ ନଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ। ଯାତ୍ରା, ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ବେଶ ଖୁସି ରହିବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଦିନରେ ଯାହା କରିବା ସକାଶେ ମନସ୍ଥ କରିଛନ୍ତି ଅବଶ୍ୟ ବହୁତ ଭଲ ହେବ । ବନ୍ଧୁମାନଙ୍କ ସହାୟତାରେ ନିଶ୍ଚିତ ସମସ୍ୟାମୂଳକ ଅସୁବିଧାରୁ ମୁକୁଳିଯାଇ ପାରନ୍ତି । ସାୟାହ୍ନରେ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ଆଲୋଚନା, ଗଠନମୂଳକ କାମ,ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସହକର୍ମୀଙ୍କ ସହାୟତାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବାଣିଜ୍ୟ ଓ ପରିବହନ, ନିର୍ମାଣ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହଁି । ପୂର୍ବ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ତରରେ କଷ୍ଟ ଅନୁଭବ କରିବେ।
ମୀନମୀନ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦର ଆଶଙ୍କା ରହିଛି । ପାରିବାରିକ ସ୍ତରରେ ନିଜ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ପ୍ଲଟିଙ୍ଗ କାରବାର,ଜମିଜମା, ଦୂରଯାତ୍ରା,ଆନୁଷ୍ଠାନିକ କାମ ସମ୍ପର୍କିତ କଥାରେ ଅଗ୍ରଗତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?