Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ
ଆଜିର କୋଣଭାବସ୍ଥ ଚନ୍ଦ୍ରଜନିତ ପାରିବାରିକ ଓ କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି। ପରିବହନରେ ସମସ୍ୟା ଅଶାନ୍ତିର କାରଣ ହେବ। କିନ୍ତୁ ଦ୍ୱିଜା ନକ୍ଷତ୍ରର ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ଖୁସି ରହିବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢ଼ାଇ ଦେବ। ରୋହିଣୀ ନକ୍ଷତ୍ର ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ର ଧର୍ମକାର୍ଯ୍ୟ ସକାଶେ ବନ୍ଧୁଙ୍କ ପ୍ରେରଣାରେ ମନକୁ ଉତ୍ସାହିତ କରିପାରନ୍ତି। ଜଣେ ବନ୍ଧୁ ଆଜି ମାର୍ଗଦର୍ଶକ ସାଜି ପାରନ୍ତି। ବିବାଦୀୟ ପରିସ୍ଥିତିରେ, କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ରହି ପାରିବେ ନାହିଁ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ପୁଷ୍ୟା ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ଯେତେ ସୁବିଧା ସୃଷ୍ଟି କଲେ ମଧ୍ୟ ଈର୍ଷାନ୍ବିତ ହୋଇ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ତଥାପି ଏକା ସାଙ୍ଗରେ ଅନେକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେଇପାରେ।
କନ୍ୟା
ପାରିବାରିକ କ୍ଷେତ୍ରରେ ନିଜ ଲୋକ ମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିପାରନ୍ତି। ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଛା ମନରେ ଭୟ ସୃଷ୍ଟି କରିପାରେ। ହସ୍ତା ନକ୍ଷତ୍ର ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି।
ତୁଳା
ତୁଳା
ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। ଏକାଧିକ ସମସ୍ୟାର ସମ୍ମୁଖୀନ ହେବା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ। ଚିତ୍ରା ନକ୍ଷତ୍ରର ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହେବ। ଘରକୁ ଫେରିବା ବାଟରୁ ମୂଲ୍ୟବାନ୍‌ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଆଜି ବିଶାଖା ନକ୍ଷତ୍ରର ପ୍ରତ୍ୟେକ କାମ ସୁରୁଖୁରୁରେ ସମ୍ପନ୍ନ ହେବ ଓ ପ୍ରଶଂସିତ ହେବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହୋଇପାରନ୍ତି। ମୂଳା ନକ୍ଷତ୍ରର ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଯାତ୍ରା, ପରିବହନ, ଆମଦାନୀ କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଦିନରେ ଯାହା କରିବାକୁ ମନସ୍ଥ କରିଛନ୍ତି ଅବଶ୍ୟ ବହୁତ ଭଲ ହେବ। ବନ୍ଧୁମାନଙ୍କ ସହାୟତାରେ ନିଶ୍ଚିତ ସମସ୍ୟାମୂଳକ ଅସୁବିଧାରୁ ମୁକୁଳି ଯାଇ ପାରନ୍ତି। ଧନିଷ୍ଠା ନକ୍ଷତ୍ରର କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ୍‌ ହେବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ ସୁବିଧାରେ ସମ୍ପନ୍ନ ସମ୍ଭାବନା ରହିଛି। ଅପରାହ୍ନରେ ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ପୂର୍ବଭାଦ୍ରବ ନକ୍ଷତ୍ରର ବାଣିଜ୍ୟ ଓ ପରିବହନ, ନିର୍ମାଣ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବ ନାହିଁ।
ମୀନମୀନ
ବିତର୍କ ପରିପ୍ରେକ୍ଷୀରେ କର୍ମକ୍ଷେତ୍ରରେ ସହକର୍ମୀଟି ସହ ବିବାଦ ଆଶଙ୍କା ରହିଛି। ଆତ୍ମୀୟମାନେ ବିଶ୍ୱାସଘାତ କରିପାରନ୍ତି। ରେବତୀ ନକ୍ଷତ୍ର ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ପ୍ଲଟିଂ କାରବାର, ଜମିଜମା, ଦୂରଯାତ୍ରା, ଆନୁଷ୍ଠାନିକ କାମ ସମ୍ପର୍କିତ କଥାରେ ଅଗ୍ରଗତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?