Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ
ପାରିବାରିକ କ୍ଷେତ୍ରରେ ଦୀର୍ଘଦିନରୁ ଲାଗି ରହିଥିବା ମନୋମାଳିନ୍ୟ ଦୂରେଇନେବା ପାଇଁ ପ୍ରଯନତ୍ କରିବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ସକାଳୁ ସକାଳୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ମାଙ୍ଗଳିକ କାମରେ କେତେକାଂଶରେ ପ୍ରତିବନ୍ଧକ ଦେଖାଦେବ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା ମଙ୍ଗଳମୟ ହେବ ଓ ଆଶା ପୂରଣରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ବିବାଦୀୟ ଘଟଣା ଗୁରୁତର ହେବ ନାହିଁ ଅବଶ୍ୟ ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଯେକୌଣସି ପ୍ରକାରେ ନିଜର କାମ ହାସଲ ପାଇଁ ଚେଷ୍ଟିତ ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। କେତେକ କାମରେ ଅକୃତକାର୍ଯ୍ୟ ହେବା ଯୋଗୁ ବ୍ୟସ୍ତ ରହିବେ। ସାମାଜିକ, ଅର୍ଥନୈତିକ ତଥା ରାଜନୈତିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟ ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ଏବଂ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ଅବହେଳା କରି ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ପରେ ଅନୁତାପ କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କାମରେ ସମ୍ମାନିତ ହେବାର ସୌଭାଗ୍ୟ ଲାଭ କରିପାରନ୍ତି।
ସି˚ହ
ସି˚ହ
ଆତ୍ମୀୟସ୍ବଜନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ। କାମଗୁଡ଼ିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତ ହେବେ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ, ମାତ୍ର ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଛୋଟବଡ଼ କେତେକ ସମସ୍ୟା କର୍ମକ୍ଷେତ୍ରରେ ପରିଲକ୍ଷିତ ହୋଇପାରେ।
କନ୍ୟା
ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଅପ୍ରିୟ ସତ କଥା କହିବା କାରଣରୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇପାରେ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଅନ୍ୟମାନଙ୍କର ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିପାରନ୍ତି। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିପାରେ, ଯାହାକି ବନ୍ଧୁଙ୍କ ସାହାଯ୍ୟରୁ ଘଟିବ । ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇବା କାରଣରୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ଲକ୍ଷ୍ୟକରି ଆଶ୍ୱସ୍ତି ଲାଭ କରିବେ । ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଉପରିସ୍ଥଙ୍କ ଆଦେଶାନୁସାରେ କିମ୍ବା ଘରୋଇ କାମରେ ହେଉନା କାହିଁକି ଆପଣଙ୍କୁ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବାକୁ ପଡ଼ିବ । ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଖଳଲୋକଙ୍କ ଦ୍ୱାରା କରାଯାଇଥିବା ଦୁରଭିସନ୍ଧିଜନିତ ପରିସ୍ଥିତିରେ ଅପମାନଜନକ ସ୍ଥିତିରୁ ଖସିଯାଇପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ମାନସିକ ଅସ୍ଥିରତା ସୃଷ୍ଟିହେବ । କ୍ରୀଡ଼ା, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସଫଳତା ମିଳିପାରେ।
ମକର
ମକର
ସାମୟିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ଆକସ୍ମିକ କୌଣସି ସମସ୍ୟାର ସମ୍ମୁଖୀନ ହେବା କାରଣରୁ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ।
କୁମ୍ଭ
କୁମ୍ଭ
ଆଜି ଦିନଟିରେ କେତେକ ପୁରାତନ କାମ ଶେଷ କରିବାକୁ ଅଗ୍ରାଧିକାର ଦେବେ। ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ। ଯାନବାହନ, ନିର୍ମାଣ, ଶିଳ୍ପ, ବାଣିଜ୍ୟାଦିରେ ଶୁଭଫଳ ପାଇବେ। ବିଭିନ୍ନ କାମରେ ବ୍ୟସ୍ତ ରହି ମୂଳଲକ୍ଷ୍ୟକୁ ପାସୋରି ଦେବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର ନ କଲେ ଅପଦସ୍ଥ ହେବେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେବ। ନିର୍ଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତ ହେବେ। ସାହିତ୍ୟ, ସାମ୍ବାଦିକତା, ସରକାରୀ ସ୍ତରର କାମ, ରାଜନୀତି, ସାଂଗଠନିକ କାର୍ଯ୍ୟ ନେଇ କାମର ଚାପ ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri