Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ
ପାରିବାରିକ କ୍ଷେତ୍ରରେ ଦୀର୍ଘଦିନରୁ ଲାଗି ରହିଥିବା ମନୋମାଳିନ୍ୟ ଦୂରେଇନେବା ପାଇଁ ପ୍ରଯନତ୍ କରିବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ସକାଳୁ ସକାଳୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ମାଙ୍ଗଳିକ କାମରେ କେତେକାଂଶରେ ପ୍ରତିବନ୍ଧକ ଦେଖାଦେବ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା ମଙ୍ଗଳମୟ ହେବ ଓ ଆଶା ପୂରଣରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ବିବାଦୀୟ ଘଟଣା ଗୁରୁତର ହେବ ନାହିଁ ଅବଶ୍ୟ ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଯେକୌଣସି ପ୍ରକାରେ ନିଜର କାମ ହାସଲ ପାଇଁ ଚେଷ୍ଟିତ ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। କେତେକ କାମରେ ଅକୃତକାର୍ଯ୍ୟ ହେବା ଯୋଗୁ ବ୍ୟସ୍ତ ରହିବେ। ସାମାଜିକ, ଅର୍ଥନୈତିକ ତଥା ରାଜନୈତିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟ ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ଏବଂ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ଅବହେଳା କରି ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ପରେ ଅନୁତାପ କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କାମରେ ସମ୍ମାନିତ ହେବାର ସୌଭାଗ୍ୟ ଲାଭ କରିପାରନ୍ତି।
ସି˚ହ
ସି˚ହ
ଆତ୍ମୀୟସ୍ବଜନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ। କାମଗୁଡ଼ିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତ ହେବେ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ, ମାତ୍ର ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଛୋଟବଡ଼ କେତେକ ସମସ୍ୟା କର୍ମକ୍ଷେତ୍ରରେ ପରିଲକ୍ଷିତ ହୋଇପାରେ।
କନ୍ୟା
ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଅପ୍ରିୟ ସତ କଥା କହିବା କାରଣରୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇପାରେ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଅନ୍ୟମାନଙ୍କର ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିପାରନ୍ତି। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିପାରେ, ଯାହାକି ବନ୍ଧୁଙ୍କ ସାହାଯ୍ୟରୁ ଘଟିବ । ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇବା କାରଣରୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ଲକ୍ଷ୍ୟକରି ଆଶ୍ୱସ୍ତି ଲାଭ କରିବେ । ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଉପରିସ୍ଥଙ୍କ ଆଦେଶାନୁସାରେ କିମ୍ବା ଘରୋଇ କାମରେ ହେଉନା କାହିଁକି ଆପଣଙ୍କୁ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବାକୁ ପଡ଼ିବ । ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଖଳଲୋକଙ୍କ ଦ୍ୱାରା କରାଯାଇଥିବା ଦୁରଭିସନ୍ଧିଜନିତ ପରିସ୍ଥିତିରେ ଅପମାନଜନକ ସ୍ଥିତିରୁ ଖସିଯାଇପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ମାନସିକ ଅସ୍ଥିରତା ସୃଷ୍ଟିହେବ । କ୍ରୀଡ଼ା, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସଫଳତା ମିଳିପାରେ।
ମକର
ମକର
ସାମୟିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ଆକସ୍ମିକ କୌଣସି ସମସ୍ୟାର ସମ୍ମୁଖୀନ ହେବା କାରଣରୁ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ।
କୁମ୍ଭ
କୁମ୍ଭ
ଆଜି ଦିନଟିରେ କେତେକ ପୁରାତନ କାମ ଶେଷ କରିବାକୁ ଅଗ୍ରାଧିକାର ଦେବେ। ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ। ଯାନବାହନ, ନିର୍ମାଣ, ଶିଳ୍ପ, ବାଣିଜ୍ୟାଦିରେ ଶୁଭଫଳ ପାଇବେ। ବିଭିନ୍ନ କାମରେ ବ୍ୟସ୍ତ ରହି ମୂଳଲକ୍ଷ୍ୟକୁ ପାସୋରି ଦେବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର ନ କଲେ ଅପଦସ୍ଥ ହେବେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେବ। ନିର୍ଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତ ହେବେ। ସାହିତ୍ୟ, ସାମ୍ବାଦିକତା, ସରକାରୀ ସ୍ତରର କାମ, ରାଜନୀତି, ସାଂଗଠନିକ କାର୍ଯ୍ୟ ନେଇ କାମର ଚାପ ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?