Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ
ଆଜି ଚତୁର୍ଥସ୍ଥ ବିଳାସକାରକ ଶୁକ୍ରଙ୍କ ପ୍ରଭାବରେ ବନ୍ଧୁମିଳନ ସାଙ୍ଗକୁ ହସ, ଖୁସି ଓ ଆନନ୍ଦରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଆନୁଷ୍ଠାନିକ କାମ, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
ବୃଷ
ବୃଷ
ଭାଗ୍ୟଭାବସ୍ଥ ଚନ୍ଦ୍ର ପ୍ରଭାବରେ ଘର ସକାଶେ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ବନ୍ଧୁ କିମ୍ବା ପିଲାମାନେ ଏହି ଦିଗରେ ସାହାଯ୍ୟ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇପାରିବେ କିନ୍ତୁ ଏହା ହିଁ ପରକ୍ଷଣରେ ସମସ୍ୟାକୁ ବୃଦ୍ଧି କରିବ। ସମସ୍ୟା ସମାଧାନ କ୍ଷେତ୍ରରେ ସହକର୍ମୀ ସହଯୋଗର ହାତ ବଢ଼ାଇବେ।
ମିଥୁନ
ମିଥୁନ
ଯେଉଁ କ୍ଷେତ୍ରରେ ଯାହାକି ନିଷତ୍ତି ନେବେ ତାହା ଶେଷ ସମୟରେ ଓଲଟ ପାଲଟ ହୋଇଯାଇପାରେ। ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ବିବାଦୀୟ କ୍ଷେତ୍ରରେ, ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଘରେ ପୂଜା ପାର୍ବଣକୁ ନେଇ ବନ୍ଧୁ ମିଳନ, ଆମୋଦ ପ୍ରମୋଦର ସୁଅ ଛୁଟିବ।
କର୍କଟ
କର୍କଟ
ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ସବୁ କଥାରେ ନରମି ରହିପାରିଲେ ହିଁ ସୁଫଳ ପାଇବେ। ପ୍ରକୃତ ଘଟଣା ନ ବୁଝି ସହକର୍ମୀ କ୍ରୋଧ ପ୍ରକାଶ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବେ, ଯାହା କି ଅଶାନ୍ତି ସୃଷ୍ଟି କରିବ। ନୂତନ ସ୍ଥାନକୁ ଯିବା ପାଇଁ ସଜବାଜ ହୋଇପାରନ୍ତି।
ସି˚ହ
ସି˚ହ
ଆପଣଙ୍କ କାର୍ଯ୍ୟଦକ୍ଷତା ଓ ଯୁକ୍ତିଯୁକ୍ତ ବାର୍ତ୍ତାଳାପରୁ ବିଜୟ ଲାଭ ଅବଶ୍ୟମ୍ଭାବୀ। ଆପଣ ବହୁତ ପୂର୍ବରୁ ଯେଉଁ ପ୍ରାପ୍ୟ ପାଇବାର ଥିଲା ଆଜି ହିଁ ତାହା ପାଇବାର ସୂଚନା ମିଳିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ।
କନ୍ୟା
ଆଜି ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ର ସମସ୍ୟା ବହୁଳ ରହିବ। ଯାନ୍ତ୍ରିକ ତ୍ରୁଟିକୁ ସୁଧାରି ନେଇ ଚାଳନାରେ ସତର୍କ ରହିବା ଭଲ ନତୁବା ହଇରାଣ ହୋଇପାରନ୍ତି। ପିଲାଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ। ଜଣେ ହିତାକାଂକ୍ଷୀଙ୍କ ସହୃଦୟତାରୁ ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ତୁଳା
ତୁଳା
ସବୁ କଥାରେ ନୀରବଦ୍ରଷ୍ଟା ସାଜିବା ଦ୍ୱାରା ଆଗାମୀ ସମୟରେ ହଇରାଣରେ ପଡିପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଗୁଜବ ମନକୁ ଆତଙ୍କିତ କରିପାରେ। ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇପାରନ୍ତି। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବିଛା
ବିଛା
ଶନିଙ୍କ ପ୍ରଭାବରୁ ଅଧିକାଂଶ ସମୟ ନିରୁସତ୍ାହିତ ରହିବେ। ଶୁକ୍ରଙ୍କ ସୁପ୍ରଭାବରୁ କଳା, ସାହିତ୍ୟ, ସଙ୍ଗୀତ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। କଚେରି ମାମଲା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ଗବେଷଣା, ଆଲୋଚନା କ୍ଷେତ୍ରରେ ସୁପ୍ରତିଷ୍ଠିତ ହେବେ।
ଧନୁ
ଧନୁ
ଆଜି ପଡ଼ୋଶୀ, ସହକର୍ମୀ କିମ୍ବା ଭାଇ, ଭଉଣୀଙ୍କ କ୍ଷେତ୍ରରୁ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ କେତେକ ନୂତନ କାମର ପରିକଳ୍ପନା କରିବା ସଙ୍ଗକୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଜମିଜମା, ବ୍ୟବସାୟ, ପରିବହନ, କ୍ଷେତ୍ର ଭଲ ରହିବ।
ମକର
ମକର
ଆଜି ବାହାର ଦୁନିଆରୁ ଯେତିକି ସ୍ନେହ, ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ ନିଜ ଘରୁ ସେହି ଅନୁପାତରେ ଗାଳି ଖାଇପାରନ୍ତି। କର୍ମକ୍ଷେତ୍ରରେ ଟେନସନ୍‌ କିଛି ମାତ୍ରାରେ କମିଯିବ। ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ ସଙ୍ଗକୁ ସାମାଜିକ କାମରୁ ଖୁସି ରହିବେ। ଅପରାହ୍ନରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ।
କୁମ୍ଭ
କୁମ୍ଭ
ଆଜି ପରିବାରରେ ପିଲାମାନଙ୍କର କିଛି ସମସ୍ୟା ମନକୁ ବିଚଳିତ କରିବ। ଏଣେ କର୍ମକ୍ଷେତ୍ରରେ ମଧ୍ୟ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। କାମ ହାସଲ ନ ହେବା କାରଣକୁ ନେଇ ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରିପାରନ୍ତି। ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟାକୁ କେନ୍ଦ୍ରକରି ନିଜ ପରିସରରେ ସମାଲୋଚିତ ହେବେ।
ମୀନମୀନ

ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ସଂକୁଚିତ ମନେକରିବେ। ମନ ଭଲ ନ ଥିବା କାରଣରୁ କାହାର ଭଲ କଥା ମଧ୍ୟ ଆପଣଙ୍କୁ ଭଲ ଲାଗି ନ ପାରେ। ଅବଶ୍ୟ ଚେଷ୍ଟା କରୁଥିବା କାମ ହୋଇଯିବ ଓ ପାଇବା ଜିନିଷଟି ନିଶ୍ଚିତ ପାଇବେ। ଗୃହକାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri