Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ
ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ବାଧ୍ୟବାଧକତାରେ ଘରର ବାକି ରହିଥିବା କାମକୁ ଅଗ୍ରାଧିକାରଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ବାଧ୍ୟ ହେବେ। ପୂର୍ବ ସ୍ଥିରୀକୃତ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କିଛି ନୂତନ ତଥ୍ୟ ଓ ଅନୁସନ୍ଧାନ କ୍ଷେତ୍ରରେ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ବୃଷ
ବୃଷ
ଆଜି ସକାଳୁ ମତାନ୍ତରଜନିତ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହୋଇପାରେ। ଅଫିସ୍‌ କାମରେ ବ୍ୟସ୍ତ ରହି ଘରୁ ବରାଦ ପାଇଥିବା ଜିନିଷଟି ନେବାକୁ ଭୁଲିଯାଇପାରନ୍ତି। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରୋହିଣୀ ଖଳ ଲୋକମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି ।
ମିଥୁନ
ମିଥୁନ
ଜଣେ ନିକଟ ସମ୍ପର୍କୀୟ ବନ୍ଧୁ ସକାଳୁ ସକାଳୁ କିଛି ନୂଆ ଖବର ଦେବେ, ଯାହାକି ଆପଣଙ୍କୁ ଅଭିଭୂତ କରି ପକାଇବ। ବହୁତ ଦିନରୁ ସମାଧାନ ହୋଇପାରୁ ନ ଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ମନ ଭଲ ନ ଥିବାରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ମନରେ ଅସ୍ଥିରତା ଲାଗି ରହିଲେ ମଧ୍ୟ କିଛି ଆଶା ନେଇ କାମ କରିବେ। କେତେକ କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ସି˚ହ
ସି˚ହ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲରେ କଟିବ। ସବୁ ପାଇଲେ ମଧ୍ୟ ଏଥିପାଇଁ ବହୁତ ମେହେନତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ମିଥ୍ୟା ଅଭିଯୋଗକୁ ପରୋକ୍ଷ ସମର୍ଥନ ଦେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମଧ୍ୟାହ୍ନରେ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ଆଳାପ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
କନ୍ୟା
କୌଣସି କାମରେ ଭୂମିକା ନ ଥାଇ ମଧ୍ୟ ସବୁ କ୍ଷେତ୍ରରେ ଦୋଷୀ ରୂପେ ପରିଗଣିତ ହୋଇପାରନ୍ତି। ଅନ୍ୟମାନଙ୍କ ଭୁଲ ଧାରଣା ବୃଦ୍ଧି ଦିଗରେ ଆପଣଙ୍କ କେତେକ ବନ୍ଧୁ ଖୋରାକ ଯୋଗାଇବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଅଫିସରେ ଥିବା ସମୟରେ ହଠାତ୍‌ କାୈଣସି ଖବର ପାଇ ହତଚକିତ ହେବେ।
ତୁଳା
ତୁଳା
ଯାହା ଦୁଃଖ ଥାଉନା କାହିଁକି ପରିସ୍ଥିତିବଶତଃ ଉପର ମନରେ ହସି ହସି କହିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଓ ଅନ୍ୟମାନେ ଆପଣଙ୍କୁ ପ୍ରଶଂସା କରିବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତ ବିବ୍ରତ ରହିପାରନ୍ତି।
ବିଛା
ବିଛା
ଗତକାଲିଠାରୁ ଯାହା ଓ ଯେତିକି ଆଶା କରୁଥିଲେ ସେହି ପରିମାଣରେ ପାଇପାରିବେ ନାହିଁ। ମନ କଥା ମନଭିତରେ ରଖି ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ବ୍ୟବସାୟ ଓ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
ଧନୁ
ଧନୁ
ସଫଳତାର ଅଭାବ ଓ ସଂଘର୍ଷମୟ ସ୍ଥିତି ହେତୁ ଅଧିକାଂଶ ସମୟ ତର୍କବିବାଦରେ ଅତିବାହିତ ହେବ। କୌଣସି କ୍ଷେତ୍ରରେ ଅତ୍ୟଧିକ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍‌ ହେବ ନାହିଁ। ଅତି ଭଲ ପାଉଥିବା ବ୍ୟକ୍ତିଟି ପ୍ରତି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାମ ହାସଲ କରିବେ।
ମକର
ମକର
ହାତକୁ ନେଇଥିବା କାମଟି ଏତେ ସହଜରେ ହେବାର ଆଶା କରାଯାଇ ନ ପାରେ। ସହକର୍ମୀଙ୍କ ସହାୟତାରୁ ସରକାରୀ କ୍ଷେତ୍ରରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ବନ୍ଧୁଙ୍କଠାରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ଅଫିସ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଦୀର୍ଘଦିନରୁ କୌଣସି ନୂତନ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପିତ ହେବାର ଆଶା ପୂରଣ ହେବ। ଆଜି ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ପ୍ରତ୍ୟେକ କ୍ଷେତ୍ରରେ କିଛି ନ ବୁଝି ନ ଶୁଝି କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ରେସ୍‌, ପବ୍ଲିକେଶନ, ଆଇନ ଅଦାଲତ, ଗବେଷଣା, ଅନୁସନ୍ଧାନ, ନିର୍ମାଣ କାମରୁ ସୁଫଳ ମିଳିବ।
ମୀନମୀନ
ବାସ୍ତବତାକୁ ସର୍ବଦା ପ୍ରାଧାନ୍ୟ ଦେଉଥିବାରୁ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ବନ୍ଧୁଙ୍କ ବିରୋଧାତ୍ମକ କଥା ଶୁଣି କୌଣସି ମନ୍ତବ୍ୟ ଦେବା କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପଡ଼ୋଶୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ମାତିରହି ପାରନ୍ତି। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri