Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ
ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ବାଧ୍ୟବାଧକତାରେ ଘରର ବାକି ରହିଥିବା କାମକୁ ଅଗ୍ରାଧିକାରଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ବାଧ୍ୟ ହେବେ। ପୂର୍ବ ସ୍ଥିରୀକୃତ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କିଛି ନୂତନ ତଥ୍ୟ ଓ ଅନୁସନ୍ଧାନ କ୍ଷେତ୍ରରେ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ବୃଷ
ବୃଷ
ଆଜି ସକାଳୁ ମତାନ୍ତରଜନିତ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହୋଇପାରେ। ଅଫିସ୍‌ କାମରେ ବ୍ୟସ୍ତ ରହି ଘରୁ ବରାଦ ପାଇଥିବା ଜିନିଷଟି ନେବାକୁ ଭୁଲିଯାଇପାରନ୍ତି। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରୋହିଣୀ ଖଳ ଲୋକମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି ।
ମିଥୁନ
ମିଥୁନ
ଜଣେ ନିକଟ ସମ୍ପର୍କୀୟ ବନ୍ଧୁ ସକାଳୁ ସକାଳୁ କିଛି ନୂଆ ଖବର ଦେବେ, ଯାହାକି ଆପଣଙ୍କୁ ଅଭିଭୂତ କରି ପକାଇବ। ବହୁତ ଦିନରୁ ସମାଧାନ ହୋଇପାରୁ ନ ଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ମନ ଭଲ ନ ଥିବାରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ମନରେ ଅସ୍ଥିରତା ଲାଗି ରହିଲେ ମଧ୍ୟ କିଛି ଆଶା ନେଇ କାମ କରିବେ। କେତେକ କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ସି˚ହ
ସି˚ହ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲରେ କଟିବ। ସବୁ ପାଇଲେ ମଧ୍ୟ ଏଥିପାଇଁ ବହୁତ ମେହେନତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ମିଥ୍ୟା ଅଭିଯୋଗକୁ ପରୋକ୍ଷ ସମର୍ଥନ ଦେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମଧ୍ୟାହ୍ନରେ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ଆଳାପ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
କନ୍ୟା
କୌଣସି କାମରେ ଭୂମିକା ନ ଥାଇ ମଧ୍ୟ ସବୁ କ୍ଷେତ୍ରରେ ଦୋଷୀ ରୂପେ ପରିଗଣିତ ହୋଇପାରନ୍ତି। ଅନ୍ୟମାନଙ୍କ ଭୁଲ ଧାରଣା ବୃଦ୍ଧି ଦିଗରେ ଆପଣଙ୍କ କେତେକ ବନ୍ଧୁ ଖୋରାକ ଯୋଗାଇବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଅଫିସରେ ଥିବା ସମୟରେ ହଠାତ୍‌ କାୈଣସି ଖବର ପାଇ ହତଚକିତ ହେବେ।
ତୁଳା
ତୁଳା
ଯାହା ଦୁଃଖ ଥାଉନା କାହିଁକି ପରିସ୍ଥିତିବଶତଃ ଉପର ମନରେ ହସି ହସି କହିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଓ ଅନ୍ୟମାନେ ଆପଣଙ୍କୁ ପ୍ରଶଂସା କରିବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତ ବିବ୍ରତ ରହିପାରନ୍ତି।
ବିଛା
ବିଛା
ଗତକାଲିଠାରୁ ଯାହା ଓ ଯେତିକି ଆଶା କରୁଥିଲେ ସେହି ପରିମାଣରେ ପାଇପାରିବେ ନାହିଁ। ମନ କଥା ମନଭିତରେ ରଖି ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ବ୍ୟବସାୟ ଓ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
ଧନୁ
ଧନୁ
ସଫଳତାର ଅଭାବ ଓ ସଂଘର୍ଷମୟ ସ୍ଥିତି ହେତୁ ଅଧିକାଂଶ ସମୟ ତର୍କବିବାଦରେ ଅତିବାହିତ ହେବ। କୌଣସି କ୍ଷେତ୍ରରେ ଅତ୍ୟଧିକ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍‌ ହେବ ନାହିଁ। ଅତି ଭଲ ପାଉଥିବା ବ୍ୟକ୍ତିଟି ପ୍ରତି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାମ ହାସଲ କରିବେ।
ମକର
ମକର
ହାତକୁ ନେଇଥିବା କାମଟି ଏତେ ସହଜରେ ହେବାର ଆଶା କରାଯାଇ ନ ପାରେ। ସହକର୍ମୀଙ୍କ ସହାୟତାରୁ ସରକାରୀ କ୍ଷେତ୍ରରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ବନ୍ଧୁଙ୍କଠାରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ଅଫିସ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଦୀର୍ଘଦିନରୁ କୌଣସି ନୂତନ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପିତ ହେବାର ଆଶା ପୂରଣ ହେବ। ଆଜି ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ପ୍ରତ୍ୟେକ କ୍ଷେତ୍ରରେ କିଛି ନ ବୁଝି ନ ଶୁଝି କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ରେସ୍‌, ପବ୍ଲିକେଶନ, ଆଇନ ଅଦାଲତ, ଗବେଷଣା, ଅନୁସନ୍ଧାନ, ନିର୍ମାଣ କାମରୁ ସୁଫଳ ମିଳିବ।
ମୀନମୀନ
ବାସ୍ତବତାକୁ ସର୍ବଦା ପ୍ରାଧାନ୍ୟ ଦେଉଥିବାରୁ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ବନ୍ଧୁଙ୍କ ବିରୋଧାତ୍ମକ କଥା ଶୁଣି କୌଣସି ମନ୍ତବ୍ୟ ଦେବା କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପଡ଼ୋଶୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ମାତିରହି ପାରନ୍ତି। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri