Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ
କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ଆଜି ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ସବିଶେଷ ଆଲୋଚନାପୂର୍ବକ ପୂର୍ବ ସ୍ଥୀରିକୃତ ଯାନ, ଯାନ୍ତ୍ରିକ ଜିନିଷ, ଗୃହୋପକରଣ କିଣିବା ପାଇଁ ମନବଳାଇବେ। ଫେରିବା ବାଟରେ ବନ୍ଧୁଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ମଧ୍ୟ କରିବେ।
ବୃଷ
ବୃଷ
କର୍ମଜଞ୍ଜାଳଜନିତ ଟେନ୍ସନ ହେତୁ ଘରୁ ବରାଦ ପାଇଥିବା ଜିନିଷଟି ନେବା ସକାଶେ ଭୁଲିଯାଇପାରନ୍ତି। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିନେବେ। ରୋହିଣୀ ଖଳ ଲୋକଙ୍କ କଥାରେ ପ୍ରଭାବିତ ହୋଇ ଭୁଲ କାମ କରିପାରନ୍ତି। ମାଙ୍ଗଳିକ କାମ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ସ୍ତ୍ରୀଙ୍କୁ ଦାୟୀ କରି ବିଭିନ୍ନ ପ୍ରକାର କଥା କହିପାରନ୍ତି। ମନ ଭଲ ନ ଥିବା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପଡୋଶୀ ଅର୍ଥ ସାହାଯ୍ୟର ଦୃଢ ପ୍ରତିଶ୍ରୁତି ଦେଇ ମନକୁ ଖୁସି କରିଦେଇପାରନ୍ତି।
କର୍କଟ
କର୍କଟ
ମଙ୍ଗଳଙ୍କ ପ୍ରଭାବରେ ବିରକ୍ତିଜନିତ ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ନିର୍ମାଣ କାର୍ଯ୍ୟ ସକାଶେ ପାରିବାରିକ ସହଯୋଗ ସେତେଟା ଉସତ୍ାହଜନକ ହେବନାହିଁ। ଆର୍ଥିକ ଦିଗଟି ମନ୍ଦ ହେବନାହିଁ, କିନ୍ତୁ ଆବଶ୍ୟକତା ପୂରଣ ହୋଇ ନ ପାରେ।
ସି˚ହ
ସି˚ହ
ରାଶିକୁ ଶନି ଦୃଷ୍ଟିଥିବାରୁ ସବୁ ଦିଗରୁ ହଇରାଣ ହୋଇପାରନ୍ତି। କେତେକ କ୍ଷେତ୍ରରେ ଅନୁତାପ କରିବେ ସିନା କିଛି ଲାଭ ମଧ୍ୟ ହେବନି। ବନ୍ଧୁଙ୍କ ମିଥ୍ୟା ଅଭିଯୋଗକୁ ପରୋକ୍ଷ ସମର୍ଥନ ଦେବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ନୂତନ କର୍ମାରମ୍ଭ ସକାଶେ ପରିବାର ସହ ଆଲୋଚନା କରିପାରନ୍ତି।
କନ୍ୟା
କୌଣସି ଭୂମିକା ନ ଥାଇ ମଧ୍ୟ ସବୁ କ୍ଷେତ୍ରରେ ଦୋଷୀ ରୂପେ ପରିଗଣିତ ହୋଇପାରନ୍ତି। କଠିନ ଶ୍ରମ ଓ ଅନିଦ୍ରାଜନିତ ପୁରାତନ ରୋଗ ପୀଡା ଅନୁଭବ କରିବେ। ବନ୍ଧୁଙ୍କ ମାଧ୍ୟମରେ କୌଣସି ଖବର ପାଇ ହତଚକିତ ହେବେ। ଅଧ୍ୟୟନ, ଅଧ୍ୟାପନା, ପ୍ରକାଶନ, ପ୍ରଶାସନ, କଳା ଓ ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତ ବିବ୍ରତ ରହିପାରନ୍ତି। ଆର୍ଥିକ ଦିଗଟି ଦୁର୍ବଳ ରହିଥିବାରୁ ସବୁ କାମରେ ପଛେଇ ଯିବେ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି। ସୁସ୍ଥତା ବଳବତ୍ତର ରହିବାରୁ ଖୁସି ଅନୁଭବ କରିବେ।
ବିଛା
ବିଛା
ମନ କଥା ମନଭିତରେ ରଖି ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ବ୍ୟବସାୟ ଓ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଦୂରାଗତ ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ଧନୁ
ଧନୁ
କାୈଣସି କ୍ଷେତ୍ରରେ ଅତ୍ୟଧିକ ପ୍ରତିକ୍ରିୟା ପ୍ରକାଶ କଲେ ନୂତନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଭୁଲ ବୁଝାମଣା କାରଣରୁ ଅତି ଭଲ ପାଉଥିବା ବ୍ୟକ୍ତିଟି ସହିତ ସମ୍ପର୍କ ହାନି ଘଟିପାରେ। ପରିବାରରେ ମତାନ୍ତରଜନିତ ଆଲୋଚନାର ସିଦ୍ଧାନ୍ତରେ ଉପନୀତ ହୋଇପାରିବେ ନାହିଁ।
ମକର
ମକର
ହାତକୁ ନେଇଥିବା କାମଟି ସହଜରେ ସମ୍ପନ୍ନ ହେବାରୁ ଖୁସି ଅନୁଭବ କରିବେ। ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟରେ ସରକାରୀ କ୍ଷେତ୍ରରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ସମ୍ପର୍କୀୟଙ୍କଠାରୁ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ଅଫିସ୍‌ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ସାମାଜିକ ସ୍ତରରେ କିଛି ନ ବୁଝି କାହା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଭିତରେ ଭିତରେ ଶତ୍ରୁତା ଆଚରଣ କରୁଥିବା ବନ୍ଧୁଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ପ୍ରେସ୍‌, ପବ୍ଲିକେଶନ, ଆଇନ ଅଦାଲତ, ଗବେଷଣା, ଅନୁସନ୍ଧାନ, ନିର୍ମାଣ କାମରୁ ସୁଫଳ ମିଳିବ। ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା କାରଣରୁ ମନ ଖୁସି ରହିବ।
ମୀନମୀନ

ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ବନ୍ଧୁଙ୍କ ବିରୋଧାମତ୍କ କଥାକୁ ଶୁଣି କୈାଣସି ମନ୍ତବ୍ୟ ଦେବା କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆକସ୍ମିକ ଭାବେ ସୃଷ୍ଟି ହୋଇଥିବା ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri