Posted inRasifala

ରାଶିଫଳ: ସୋମବାର, ଜାନୁୟାରୀ ୩୦ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରମଙ୍ଗଳ ଯୋଗଜନିତ ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ସ୍ମରଣୀୟ ରହିବ। ଏହାସାଙ୍ଗକୁ ଅର୍ଥ, ସମ୍ମାନ, ଉପଢ଼ୌକନ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି। ଅବଶ୍ୟ ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ବନ୍ଧୁ ମିଳନ, ନୂତନ ବସ୍ତ୍ରାଭରଣ, ସୌଜନମୂଳକ ସାକ୍ଷାତ ମାନସିକ ସ୍ଥିତିକୁ ଋଦ୍ଧିମନ୍ତ କରିବ।
ବୃଷ
ବୃଷ
ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରେ ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ଗୈାରବାନ୍ବିତ ମନେକରିପାରନ୍ତି। ସାହାଯ୍ୟ ଆଶାରେ ସମ୍ପର୍କୀୟମାନେ ସହାୟତାର ହାତ ବଢ଼ାଇବେ। ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ଆଜି ପ୍ରତିଯୋଗିତାରେ ସଫଳତା, ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ।
ମିଥୁନ
ମିଥୁନ
ଭାଗ୍ୟ ସ୍ଥାନରେ ଶୁକ୍ର ଥିବାରୁ ଆଜି ପ୍ରତିଷ୍ଠା ଓ ପ୍ରଶଂସା ମଧ୍ୟରେ ନିଜକୁ ହଜାଇ ଦେଇପାରନ୍ତି। ସକାଳୁ କାହାର ଡାକରା ଆପଣଙ୍କୁ ଚଳଚଞ୍ଚଳ କରାଇପାରେ। ପାରିବାରିକ ସ୍ଥିତି ମନକୁ ବିଷାଦିତ କରିପାରେ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍‌ ନିଷ୍ପତ୍ତି ଏକତରଫା ହୋଇଯାଇପାରେ, ଯାହାକୁ ନେଇ ସମାଲୋଚିତ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
ରାଶ୍ୟାଧିପ ଏକାଦଶସ୍ଥ ଯୋଗୁ ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ। ଗୃହ କିମ୍ବା ଯାନବାହନ କ୍ରୟ କରିବା ଏବଂ ଶିଳ୍ପ, ବାଣିଜ୍ୟ, ପରିବହନ ବାଧାପ୍ରାପ୍ତ ହେବ ନାହିଁ। ଅତୀତ କଥା ଓ ଉପସ୍ଥିତ ସମସ୍ୟା ସମ୍ପର୍କରେ ଚିନ୍ତାକରି ମନ ଉଦ୍‌ବିଗ୍ନ ରହିପାରେ। ବନ୍ଧଙ୍କୁ କଥାରେ ପ୍ରଭାବିତ ହୋଇ ଭୁଲ କାମ କରିପାରନ୍ତି।
ସି˚ହ
ସି˚ହ
ଶନିଙ୍କ ଦୃଷ୍ଟିରେ ଅର୍ଥହାନି, ପାରିବାରିକ ଝଗଡ଼ା, ପରିବହନରେ ସମସ୍ୟା ହୋଇପାରେ। ସାହିତ୍ୟ, ସାମ୍ବାଦିକତା, ଏଜେନ୍ସି ଓ ସଭାସମିତିରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ଆନୁଷ୍ଠାନିକ କାର୍ଯ୍ୟ, ଜମିଜମା, ମାଲିମକଦ୍ଦମା ସମ୍ପର୍କିତ ଦୁଶ୍ଚିନ୍ତା ମଧ୍ୟ ରହିବ।
କନ୍ୟା
 ସକାଳୁ ଆକସ୍ମିକ ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। କର୍ମକ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଭଲ ସମ୍ପର୍କ ନ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତ,ଏଣୁ ସତର୍କ ରହିବା ଭଲ। ଆମତ୍ୀୟଙ୍କ ପରାମର୍ଶରେ ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ।
ତୁଳା
ତୁଳା
ବିଚାର ଅନୁସାରେ କାମ କରିବା ଭଲ, କିନ୍ତୁ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୈାଣସି କର୍ମାରମ୍ଭ କଲେ ଭୁଲ୍‌ କରିବେ। ନିର୍ମାଣାଧୀନ କାମ, ଚୁକ୍ତିପତ୍ର, ବିବାଦୀୟ ଘଟଣା ଓ ଜମିଜମା କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ। ସଭାସମିତି, ଲେଖାପଢ଼ା, କଳା, ସାହିତ୍ୟ, ବକ୍ତୃତା କ୍ଷେତ୍ରରୁ ପ୍ରଶଂସିତ ହେବେ।
ବିଛା
ବିଛା
କିଛି କାମରେ ସନ୍ତୋଷ ପାଇବା ସାଙ୍ଗକୁ କିଛି ବିରକ୍ତିକର ପରିସ୍ଥିତି ମଧ୍ୟ ସାମ୍‌ନାକୁ ଆସିବ। ଅଫିସ୍‌ କାମରେ, ପ୍ରଶାସନିକ ସ୍ତରରେ, ରାଜନୈତିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। ନୂତନ ବସ୍ତ୍ରଭୂଷଣ, ସମ୍ମାନ ପ୍ରାପ୍ତି ଯୋଗ ମଧ୍ୟ ରହିଛି। ବନ୍ଧୁଙ୍କ ପରାମର୍ଶରେ ପାରିବାରିକ ସମସ୍ୟା ସଜାଡ଼ିବାରେ ଯନତ୍ବାନ ହେବେ।
ଧନୁ
ଧନୁ
ପ୍ରତ୍ୟେକ କଥାକୁ ସକାରାତ୍ମକ ଦୃଷ୍ଟିରୁ ବିଚାରକଲେ ଉପକୃତ ହେବେ। ବିରକ୍ତିଭାବ ଦୂରେଇଯିବ, ଧୈର୍ଯ୍ୟ ବୃଦ୍ଧି ପାଇବ, ଯାହାକି ଆଜି ପାଇଁ ତାହାର ଆବଶ୍ୟକତା ରହିଛି। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ମିତ୍ର, ବନ୍ଧୁଙ୍କ ପରାମର୍ଶ ମାନିବା ଭଲ। କଳା, ସଙ୍ଗୀତ, ସାହିତ୍ୟ ଓ ସାମ୍ବାଦିକତାରେ ସମ୍ମାନିତ ହେବେ।
ମକର
ମକର
ଆଜି ବିନୟର ସହ କହି ଯେକେହି ବ୍ୟକ୍ତି ଆପଣଠାରୁ କାମ ହାସଲକରି ନେଇପାରିବ। ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ। ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି। ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରିପାରନ୍ତି କିନ୍ତୁ ବନ୍ଧୁ ସମ୍ପର୍କ ହାନି ଆଶଙ୍କାରେ ଚିନ୍ତିତ ରହିବେ।
କୁମ୍ଭ
କୁମ୍ଭ
ପ୍ରତିବନ୍ଧକ ଆଜି ଆପଣଙ୍କ କାମକୁ ଅଟକାଇ ରଖି ପାରିବ ନାହିଁ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ମଧ୍ୟ ପ୍ରଶଂସିତ ହୋଇପାରନ୍ତି। କିନ୍ତୁ କର୍ମକ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପଡ଼ୋଶୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ମୀନମୀନ
ଆକସ୍ମିକ ଭାବରେ ଜଣେ ବନ୍ଧୁଙ୍କ ସହ ଦେଖା ହୋଇଯିବ, ଯେକି ଆଗାମୀ ସମୟରେ ଆପଣଙ୍କ କାମକୁ ଆସିବେ। ପଡ଼ୋଶୀଙ୍କ କଥାରେ ଚିହ୍ନା ପଡ଼ି କୈାଣସି କାମ କରିବା ଠିକ୍‌ ହେବ ନାହିଁ। ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ, ରାଜନୀତି, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଦିନଟି ବହୁତ ଭଲ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri