Posted inRasifala

ରାଶିଫଳ: ଶନିବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ
ମାନସିକ ସ୍ଥିତି ଦୁର୍ବଳ ରହିବା କାରଣରୁ କୌଣସି କାମ ସୁବିଧାରେ ହେବନାହିଁ। ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନବାହନରେ କ୍ଷତିର ଆଶଙ୍କା ରହିଛି। ପରିସ୍ଥିତିରେ ପଡ଼ି ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବା କାରଣକୁ ନେଇ ବିବ୍ରତବୋଧ କରିବେ ।
ବୃଷ
ବୃଷ
ଆଜିର କର୍ମକ୍ଷେତ୍ରରେ ଅକାଟ୍ୟ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ସକାଳୁ ମନଟା ବିଗିଡି ଯାଇପାରେ। ଆର୍ଥିକ ସ୍ଥିତିରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାର କାର୍ଯ୍ୟବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବନ୍ଧୁଙ୍କ ସାହାଯ୍ୟ ହେତୁ ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବାର ଆଶା ରହିଛି। ରାଜନୀତି, ତଥା ଗଠନମୂଳକ କାର୍ଯ୍ୟ ପ୍ରତି ମନ ବଳିପାରେ। ପରିଜନଙ୍କ ଦ୍ୱାରା ଆହୂତ ହୋଇ ସଭାସମିତିକୁ ନିମନ୍ତ୍ରିତ ହୋଇପାରନ୍ତି।
କର୍କଟ
କର୍କଟ
ପ୍ରତ୍ୟୁତ୍ମନମତିତା ହେତୁ ବିଶେଷ କିଛି ଅସୁବିଧା ହେବନି, କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ତଥାପି ସାମୟିକ ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବାର ସୂଚନା ରହିଛି । ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ ।
ସି˚ହ
ସି˚ହ
ସମସ୍ୟା ବିଜଡିତ ରହିବା କାରଣରୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଅବହେଳା କରିପାରନ୍ତି। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଆଲୋଚନା ପରିସରରେ ବନ୍ଧୁମାନଙ୍କ ପରାମର୍ଶକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।
କନ୍ୟା
ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିବ। କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ କିମ୍ବା ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଲେ ପ୍ରଶଂସିତ ହେବେ ।
ତୁଳା
ତୁଳା
ସକାଳୁ ହିତୈଷୀଙ୍କ ନିକଟରୁ ଶୁଭ ଖବର ପାଇ ଖୁସି ହୋଇଯିବେ। ଖଳ ଲୋକଙ୍କ କଥାକୁ ବିଶ୍ୱାସ କରି ନିଜର ଅତି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯାଇପାରେ। ପ୍ରଶାସନ, ରାଜନୀତି, ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଯାତ୍ରାରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରୁହନ୍ତୁ।
ବିଛା
ବିଛା
ଶନି ଓ ଶୁକ୍ରଙ୍କ ଷଡ଼ାଷ୍ଟକ ସ୍ଥିତି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରେ। ଲକ୍ଷ୍ୟ ହାସଲରେ ଅସୁବିଧା ହେବ ନାହିଁ। ପରିବହନ, ବାଣିଜ୍ୟରେ ପ୍ରତିବନ୍ଧକର ସୂଚନା ରହିଛି। ଅନୁରାଧା ନକ୍ଷତ୍ରର କୌଣସି ମହିଳାଙ୍କ ତରଫରୁ ସମସ୍ୟା ଆସିପାରେ। ଶତ୍ରୁମାନେ ପରୋକ୍ଷରେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିପାରନ୍ତି।
ଧନୁ
ଧନୁ
ପରିବାରର ଖର୍ଚ୍ଚ ପରିମାଣ ବଢ଼ିଯିବା କାରଣରୁ ମାନସିକ ସ୍ଥିତି ବିଗିଡ଼ି ଯାଇପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ଅତି ନିଜର ଲୋକଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କାମ କରିବେ ନାହିଁ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି।
ମକର
ମକର
ଆଶା କରି ନ ଥିବା କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ବନ୍ଧୁଙ୍କ ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଅଯଥା କଳହରୁ ଦୂରେଇ ରୁହନ୍ତୁ,ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ର,ପରିବାର,ଯାନବାହନ,ବନ୍ଧୁ ସମ୍ପର୍କକୁ ଦୃଢ଼ୀଭୂତ କରିବ। ବିନା ଆହ୍ବାନରେ ଅନ୍ୟ ମାନଙ୍କ ସକାଶେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ପୁନଶ୍ଚ ଅଫିସ୍‌ରେ ମଧ୍ୟ ବିନା କାରଣରେ କଳହକୁ ନିମନ୍ତ୍ରଣ କରିପାରନ୍ତି। ଗୁପ୍ତ ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି, ଏଣୁ ସତର୍କତା ବିଧେୟ।
ମୀନମୀନ
ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବିବାଦ ବଢ଼ିପାରେ। ଅଧସ୍ତନ କର୍ମଚାରୀଙ୍କୁ ଅସହ୍ୟ କଟୁକଥା ପ୍ରୟୋଗ କରି ଅପମାନିତ ହେବେ । ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆପଣଙ୍କ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ…

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?