Posted inRasifala

ରାଶିଫଳ: ରବିବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ
କୌଣସି ଜଟିଳ ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସାଧାରଣ କାମ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ପରିବାରରେ ଶାନ୍ତି ଫେରାଇ ଆଣିବା ସକାଶେ ଚେଷ୍ଟିତ ହେବେ। ଆତ୍ମୀୟତାର ପରିଚୟ ଦେଇ ଆସୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇ ପାରନ୍ତି। ଅସାବଧାନବଶତଃ କୌଣସି ଜିନିଷ ପତ୍ର ହରାଇବାକୁ ପଡ଼ିପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ହେତୁ ବନ୍ଧୁମାନଙ୍କ ପ୍ରଶଂସାଭାଜନ ହେବେ। ପ୍ରକାଶନ, ପରିବହନ, ପ୍ରଶାସନ, ଆଇନ, କଳା ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାମରେ ଲଗାଇ କାମ ହାସଲ କରିବେ।
ମିଥୁନ
ମିଥୁନ
ଆଜି ସାଧାରଣ କଥାରେ ତର୍କ ଓ ବିବାଦ ଘଟିବାର ବହୁ ସମ୍ଭାବନା ରହିଛି। ଯାତ୍ରା କାଳରେ ଅସାବଧାନତା ହେତୁ ଅର୍ଥ କିମ୍ବା ଦ୍ରବ୍ୟ ହରାଇବେ। ପରିବାରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ, ଜମିଜମାରେ ଉନ୍ନତ ମାନର ଫଳ ପାଇବେ।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟକଳାପ ଓ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ନିର୍ମାଣାଧୀନ କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଆହୁରି ବହୁତ ସମୟ ଲାଗିପାରେ। ଆଜି ଆପଣ ବିନୟପୂର୍ଣ୍ଣ କଥା କହି କାମ ହାସଲ କରିପାରିବେ। ଆର୍ଥିକ ସ୍ଥିତି ବଦଳିଯିବ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ଉନ୍ନତି କରିବେ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ଗତକାଲି ଯେଉଁ ବକେୟା ଟଙ୍କା ପାଇଁ ଚିନ୍ତା କରୁଥିଲେ, ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ। କର୍ମ କ୍ଷେତ୍ରରେ ବାଧା ଉପୁଜିବ, ତଥାପି ନିରାଶ ହେବେ ନାହିଁ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନ ପାରେ।
କନ୍ୟା
ପ୍ରତ୍ୟେକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା ତଥା ବିବାଦୀୟ ଘଟଣା କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ। ଅବଶ୍ୟ ମାନସିକ କିମ୍ବା ଶାରୀରିକ ଅସୁସ୍ଥତା ମଧ୍ୟ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶତ୍ରୁ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ହେତୁ କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡ଼ିବ। ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ବାକି ରହିଥିବା ଅର୍ଥ ଆଦାୟ କରିବା ପାଇଁ କୌଶଳ ପ୍ରୟୋଗ କରିବାକୁ ପଡ଼ିପାରେ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ମାମୁଲି ଘଟଣାରେ ବନ୍ଧୁଙ୍କ ସହ ଉଚ୍ଚବାଚ ଘଟିପାରେ। ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ବ୍ୟବସାୟ, ବାଣିଜ୍ୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ବିଭିନ୍ନ ଯୋଜନା କରିବାକୁ ମନ ବଳାଇବେ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ଓ ସାଙ୍ଗଠନିକ ସ୍ଥିତିି ସୁଦୃଢ଼ ହୋଇପାରିବ। ପାରିବାରିକ, ପରିବହନ, ନିର୍ମାଣ ଏଜେନ୍‌ଶିପ୍‌, ପ୍ଲଟିଂ କାରବାର ଓ କଳ କାରଖାନା ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ତିକ୍ତତା ଦେଖାଦେଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଶିକ୍ଷା, ପରୀକ୍ଷା, ଆଲୋଚନା ଓ ସଭା ସମିତିରେ ସୁଫଳ ପାଇବେ। ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହୋଇଯିବେ।
କୁମ୍ଭ
କୁମ୍ଭ
ମନୋବଳ ଅକ୍ଷୁଣ୍ଣ ରହିଥିଲେ ମଧ୍ୟ ଶାରୀରିକ ଅସୁସ୍ଥତା କାମକୁ ସ୍ଥଗିତ ରଖିବ। କିନ୍ତୁ ନିଜର ଲୋକମାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମୀନମୀନ

କୌଣସି ପଦସ୍ଥ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ କର୍ମକ୍ଷେତ୍ରକୁ ସରଳୀକୃତ କରିବ। ଆନୁଷ୍ଠାନିକ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିବାରର ଇଚ୍ଛା ବିରୋଧରେ କୌଣସି କାମ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ କାମଟିକୁ ଅବହେଳା କରି ଅନୁତାପ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri