Posted inRasifala

ରାଶିଫଳ: ବୁଧବାର, ଜୁନ୍‌ ୩୦ ତାରିଖ – Daily Horoscope

ମେଷ
ଆଜି ପରିଜନଙ୍କ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଲାଘବ ହେବ। କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସତ୍‌ସଙ୍ଗ, ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଘରେ ସ୍ତ୍ରୀଙ୍କ ଅମନଯୋଗୀ ଓ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ।
ବୃଷ
ବୃଷ
ଅର୍ଥପ୍ରାପ୍ତିରେ ବିଳମ୍ବ ସୃଷ୍ଟି କରିବା ସହ ବନ୍ଧୁଙ୍କ ସହ କଳହର କାରଣ ପାଲଟି ଯିବ। ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ଏହା ସଙ୍ଗକୁ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ।
ମିଥୁନ
ମିଥୁନ
ପିଲାଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ।
କର୍କଟ
କର୍କଟ
ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି। ପୁନର୍ବସୁ ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ସି˚ହ
ସି˚ହ
ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଆଲୋଚନା ପରିସରରେ କିମ୍ବା ସଭାସମିତିରେ ସମ୍ମାନିତ ହୋଇପାରନ୍ତି। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଭୁଲ୍‌ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ଆଜି ସକାଳୁ ସକାଳୁ ବନ୍ଧୁ ମିଳନ ଓ ଆନୁଷ୍ଠାନିକ କାମରୁ ଖୁସୀ ରହିବେ। ଖୋଜୁଥିବା ଲୋକଟିକୁ ଠିକଣା ଜାଗାରେ ନ ପାଇ ବ୍ୟସ୍ତ ହୋଇପାରନ୍ତି। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୂରେଇ ରହିବେ। ଆମତ୍ୀୟସ୍ବଜନ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ।
ତୁଳା
ତୁଳା
ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ସଭାସମିତିରେ ଯୋଗ ଦେଲେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟକୁ ସହଜରେ ବିଶ୍ୱାସ କରି ପାରିବେନାହିଁ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କହି ବିବାଦୀୟ ହୋଇପାରନ୍ତି। ଅଧସ୍ତନ କର୍ମଚାରୀଙ୍କ ମନମୁଖିଆ ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିପାରେ। ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇପାରନ୍ତି।
ଧନୁ
ଧନୁ
ପାରିବାରିିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ।
ମକର
ମକର
ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ। ବନ୍ଧୁମାନଙ୍କ ସହ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ।
କୁମ୍ଭ
କୁମ୍ଭ
ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ଅବଶ୍ୟ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସିରେ ଅତିବାହିତ ହେବ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି। ଅଯଥା ଗୁଡ଼ାଏ କାଳ୍ପନିକ ବିଷୟବସ୍ତୁକୁ ନେଇ ମନକୁ ଭାରାକ୍ରାନ୍ତ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ଆଜି ଦିନ ଭିତରେ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସହିତ ପାରିବାରିକ କ୍ଷେତ୍ର ମଧ୍ୟ ମନ୍ଦ ହେବନି। କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri