Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ
ଆଜି ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍ସନ ଲାଗିରହିବ। କର୍ମକ୍ଷେତ୍ରରେ ମଧ୍ୟ କାମ କରିବାକୁ ଆଦୌ ଇଚ୍ଛା ହେବନାହିଁ। ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ । ନିର୍ମାଣ କାମ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିବେ।
ବୃଷ
ବୃଷ
ଆଜି ଏକାଧାରରେ ଆନୁଷ୍ଠାନିକ, ସଂଗଠନ, ରାଜନୀତି କ୍ଷେତ୍ରରେ ଫଳପ୍ରଦ ଆଲୋଚନା କରିବେ। ଶିକ୍ଷା, ସନ୍ତାନ, ପରୀକ୍ଷା, ସଭାସମିତି ପାଇଁ ମଧ୍ୟ ଦିନଟି ମନ୍ଦ ହେବନି। ପୁରାତନ ତଥା କ୍ରନିକ ରୋଗରେ ଶରୀର କଷ୍ଟ ଅନୁଭବ କରିପାରନ୍ତି । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବନାହିଁ। ଭାଇ, ବନ୍ଧୁ କିମ୍ବା ପଡ଼ୋଶୀମାନଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ। ସନ୍ତାନଙ୍କ କୃତିତ୍ୱର ଗୌରବରେ ଗୌରବାନ୍ବିତ ହୋଇପାରନ୍ତି ।
କର୍କଟ
କର୍କଟ
ଆଜି ଆକସ୍ମିକ ଭାବରେ ଆର୍ଥିକ ଦିଗରୁ ମନ ଖୁସୀ ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା,ଚଳଚ୍ଚିତ୍ର ସମେତ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ହଠାତ୍‌ କୌଣସି ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ଯୁକ୍ତିତର୍କଜନିତ ପରିବାରରେ ପୁନଶ୍ଚ ସ୍ତ୍ରୀଙ୍କ ସହ ମତଭେଦର ସମ୍ଭାବନା ରହିଛି। ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ । ସଚେତନତା ହେତୁ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
କନ୍ୟା
ଗତକାଲିଠାରୁ ଆପଣ ଯେଉଁଥିପାଇଁ ଚିନ୍ତିତ ରହିଛନ୍ତି ତା’ର ସରଳ ସମାଧାନ ସହଜରେ ହୋଇପାରିବ। ପାରିବାରିକ ପରିସ୍ଥିତି ଗମ୍ଭୀର ରହିବ ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ। ଅଫିସରେ ଭାବପ୍ରବଣ ବଶତଃ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । ବନ୍ଧୁଙ୍କୁ ପ୍ରିୟକଥା କହି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟିତ ହେବେ।
ତୁଳା
ତୁଳା
ଆଜି ପ୍ରତ୍ୟେକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବା ସହ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଜରିଆରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିବା ସହିତ ସ୍ବାସ୍ଥ୍ୟରେ ଉନ୍ନତି ହେତୁ ଚିନ୍ତାମୁକ୍ତ ହେବେ।
ବିଛା
ବିଛା
ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍‌ ରହିଲେ ଲାଭ ବଦଳରେ କ୍ଷତିରେ ପଡ଼ିବେ। ସବୁ ସମୟରେ ଅଯଥାଗୁଡ଼ିଏ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ। ଅନ୍ୟମାନଙ୍କ କଥା ଓ କାମ ମନକୁ ନ ପାଇଲେ ମଧ୍ୟ କିଛି କରିପାରିବେ ନାହିଁ। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ ।
ଧନୁ
ଧନୁ
ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସଙ୍ଗକୁ ମନବଳ ଟାଣ ରହିବ । ଆଶା ପୂରଣରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଭ୍ରାତୃ ସମ୍ପର୍କରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ଆର୍ଥିକ ଦିଗରୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ।
ମକର
ମକର
ଆଜି ହଠାତ୍‌ ଆକସ୍ମିକ କଳହର ସୂଚନା ରହିଛି,ଏଣୁ ଜଗିରଖି କାମ କରିବା ଭଲ ହେବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ,ନତୁବା ଅଦଳବଦଳ ହୋଇଯାଇପାରେ । ଆନୁଷ୍ଠାନିକ କାମରୁ ଖୁସି ରହିବେ ଏବଂ ପ୍ରଶଂସିତ ମଧ୍ୟ ହେବେ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ବାହାରିଛନ୍ତି ସେଥିରେ କୌଣସି ଅସୁବିଧା ହେବ ନାହିଁ। ସମସ୍ୟା ବୃଦ୍ଧି କାରଣରୁ ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିବ। ବନ୍ଧୁମାନଙ୍କ ମେଳରେ ଗାମ୍ଭୀଯର୍‌ୟ ରକ୍ଷା କରି ସମାଲୋଚିତ ହେବେ। ସମସ୍ୟାକୁ ସୁଧାରି ନେବା ସକାଶେ ପରିବାରର ବ୍ୟକ୍ତି ବିଶେଷ ବହୁତ ସାହାଯ୍ୟ କରିପାରନ୍ତି।
ମୀନମୀନ
ଅର୍ଥ ଓ ସମ୍ମାନ ପାଇବାରେ ନିଜ ଲୋକମାନଙ୍କ ସାହାର୍ଯ୍ୟ ଅବିସ୍ମରଣୀୟ ରହିବ। ଆକସ୍ମିକ ଭାବରେ ବନ୍ଧୁମାନଙ୍କ ସହ ଦୂରଯାତ୍ରାର ସୁଯୋଗ ପାଇବେ। ଅଫିସ୍‌ କାମରେ ବ୍ୟସ୍ତ ରହି ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । କଳା ଓ ସାହିତ୍ୟ ତଥା ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?