Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ
ଆଜି ସାଧାରଣ କଥାରେ ମତାନ୍ତରଜନିତ ପାରିବାରିକ କ୍ଷେତ୍ରରେ ଟେନ୍ସନ ସୃଷ୍ଟି ହୋଇପାରେ। ଜମିଜମା କାରବାର କିମ୍ବା ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ନିର୍ମାଣ କାମ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ କମି କମି ଆସିବାରୁ ଆଶ୍ୱସ୍ତିଲାଭ କରିବେ। ଆନୁଷ୍ଠାନିକ, ସଂଗଠନ, ରାଜନୀତି କ୍ଷେତ୍ରରେ ଫଳପ୍ରଦ ଆଲୋଚନା କରିପାରନ୍ତି। ଶିକ୍ଷା, ସନ୍ତାନ, ପରୀକ୍ଷା, ସଭାସମିତି ପାଇଁ ମଧ୍ୟ ଦିନଟି ମନ୍ଦ ହେବନି। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ଅନୁକୂଳ ଗ୍ରହସ୍ଥିତିରୁ ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, କଦାପି ନିସ୍ଫଳ ହେବନାହିଁ। ଭାଇ, ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହ ଘରୋଇ ଆଲୋଚନା ଫଳପ୍ରଦ ହେବ। କଳା,ସାହିତ୍ୟ ଓ କ୍ରୀଡ଼ା ମନୋରଞ୍ଜନ ପ୍ରୀତିପ୍ରଦ ହେବାର ଆଶା କରାଯାଇପାରେ। ନିର୍ମାଣାଧୀନ କାମ ଓ ଆନୁଷ୍ଠାନିକ କ୍ଷେତ୍ରରେ ଅଗ୍ରଗତି ଘଟିବ।
କର୍କଟ
କର୍କଟ
ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ କାର୍ଯ୍ୟସିଦ୍ଧି କାରଣରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସନ୍ତାନଙ୍କ ବୈବାହିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଯୋଗାଯୋଗ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କୌଣସି ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତଭେଦର ସମ୍ଭାବନା ରହିଛି। ସହକର୍ମୀଙ୍କ ସୌଜନ୍ୟତାରୁ କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାର ସୂଚନା ରହିଛି।
କନ୍ୟା
ସ୍ଥଗିତ ରହିଥିବା କାମଟିକୁ ପୁନଃ ଆରମ୍ଭ କଲେ ସଫଳତା ପାଇବେ। ପାରିବାରିକ ସ୍ଥିତି ଗମ୍ଭୀର ରହିବ ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ। ଅଫିସରେ ଆଲୋଚନା କାଳରେ ଭାବପ୍ରବଣବଶତଃ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ବନ୍ଧୁଙ୍କୁ ପ୍ରିୟକଥା କହି ଘରୋଇ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟିତ ହେବେ।
ତୁଳା
ତୁଳା
ଆଜି ଯେକୌଣସି ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ପ୍ରଶଂସାଲାଭ କରିବେ। ବୁଦ୍ଧିବଳ ଖଟାଇ କାମ ହାସଲ କରିବା ଦିଗରେ ଚେଷ୍ଟିତ ହୋଇପାରନ୍ତି। ବନ୍ଧୁମାନଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବାର ସୂଚନା ରହିଛି।
ବିଛା
ବିଛା
ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍‌ ରହିଲେ ଲାଭ ବଦଳରେ କ୍ଷତିରେ ପଡିବେ। ସବୁ ସମୟରେ ଅଯଥା ଗୁଡିଏ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ବନ୍ଧୁମାନଙ୍କ ନିମନ୍ତ୍ରଣ ରକ୍ଷାକରି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଇପାରନ୍ତି। କର୍ମକ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତାକୁ ନେଇ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ବନ୍ଧୁଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍‌ ଟାଣ ରହିବ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଭ୍ରାତୃ ସମ୍ପର୍କରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ। ଆର୍ଥିକ ସମସ୍ୟା ପ୍ରଗତିର ପଥରୋଧ କରିବ।
ମକର
ମକର
ବୁଝାମଣାର ଅଭାବ କାରଣରୁ ପାରିବାରିକ କ୍ଷେତ୍ରରେ କଳହର ସୂଚନା ରହିଛି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ। ଆନୁଷ୍ଠାନିକ କାମରୁ ଖୁସି ରହିବେ ଏବଂ ପ୍ରଶଂସିତ ମଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ ଅସୁବିଧା ହେବ ନାହିଁ। ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିବ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ଅତି ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ପେଟ ଗୋଳମାଳଜନିତ ପୀଡ଼ାରେ କଷ୍ଟ ଅନୁଭବ କରିବେ।
ମୀନମୀନ
ଅର୍ଥ ଓ ସମ୍ମାନ ପାଇବାରେ ନିଜ ଲୋକମାନଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଆକସ୍ମିକ ଭାବରେ ପରିଜନମାନଙ୍କ ସହ ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ସାହିତ୍ୟ ତଥା ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri