Posted inRasifala

ରାଶିଫଳ: ରବିବାର, ମେ ୩୦ ତାରିଖ – Daily Horoscope

ମେଷ
ଆଜିର ଗ୍ରହସ୍ଥିତି ପଞ୍ଚାନନ ଯୋଗ ସୃଷ୍ଟି କରୁଥିବାରୁ କର୍ମକ୍ଷେତ୍ରରେ ପ୍ରତିଷ୍ଠା ପାଇବେ। ଚନ୍ଦ୍ର ପାପଯୁକ୍ତ କାରଣକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। କଥା କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବାକୁ ପଡ଼ିବ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବେ।
ବୃଷ
ବୃଷ
ରାହୁ ସହ ରବିଙ୍କ ସଂଯୋଗ ପାରିବାରିକ ଅଶାନ୍ତିର କାରଣ ହୋଇପାରେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସହକର୍ମୀ ସୁଯୋଗ ଉଣ୍ଡି ଅସୁବିଧାର ସମ୍ମୁଖୀନ କରାଇ ପାରନ୍ତି। ଏଣେ କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ବନ୍ଧୁବର୍ଗଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ।
ମିଥୁନ
ମିଥୁନ
ଆଜି ସ୍ବଗୃହୀ ବୁଧ ଅନ୍ୟଗ୍ରହ ଯୁକ୍ତ ହୋଇ ଏକାଧାରରେ ବନ୍ଧୁମିଳନ, ଦୂରଯାତ୍ରା, ସତ୍‌ସଙ୍ଗ, ପରିଭ୍ରମଣର ସୁଯୋଗ ପାଇବେ। ସାଧାରଣ କଥାରେ ବନ୍ଧୁ ବିରକ୍ତ ହୋଇପାରନ୍ତି। ଦୃଢ଼ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷାପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନମନାନ୍ତର ଦେଖାଦେଇପାରେ।
କର୍କଟ
କର୍କଟ
ସେବା ଓ ସହଯୋଗ ମନୋଭାବରୁ ସମସ୍ତଙ୍କର ଆଦରଣୀୟ ହେବେ। ଗତକାଲିଠାରୁ ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ସେଥିରେ ନିଶ୍ଚିତ ସଫଳତା ପାଇବେ। ଶନିଙ୍କ ସପ୍ତମସ୍ଥିତିରୁ ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟରେ ମଧ୍ୟ ସମ୍ମାନ ମିଳିବ। ଅଫିସ୍‌ କାମରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇପାରନ୍ତି।
ସି˚ହ
ସି˚ହ
ସକାଳୁ କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲଭିବାରୁ ଆର୍ଥିକ ଦିଗଟି ଭଲ ରହିବ। କୌଣସି ପ୍ରମାଣ ନ ଥାଇ ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବୃହସ୍ପତିଙ୍କ ଶନିକ୍ଷେତ୍ରସ୍ଥ ସ୍ଥିତି କାରଣରୁ ପରିବାରରେ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ।
କନ୍ୟା
କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେ ଜଟିଳ ମଣୁଛନ୍ତି ବାସ୍ତବରେ ସେପରି ହେବନି। ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ ନ ଚଳିଲେ ସମସ୍ୟା ଆସିପାରେ। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ମଙ୍ଗଳ ନୀଚ୍ଚାଭିମୁଖୀ ହେତୁ ସୁସମ୍ପର୍କ କ୍ଷୁଣ୍ଣ ହୋଇପାରେ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଆନୁଷ୍ଠାନିକ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇପାରିବେ। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ । ଭାଗ୍ୟସ୍ଥ ଏକାଧିକ ଗ୍ରହ ଯୋଗୁ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ହେତୁ ମନ ଖୁସି ରହିବ।
ବିଛା
ବିଛା
ଅନ୍ୟମାନଙ୍କ କଥା ପ୍ରତି ଧ୍ୟାନ ନ ଦେଇ ନିଜେ କ’ଣ କରିବା ଉଚିତ ତାହା କଲେ ଭଲ। ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ପାଇଁ ଅନୁକୂଳତା ଅନୁଭବ କରିବେ। ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
ଯେଉଁ କାମ ପାଇଁ ମନସ୍ଥ କରିଛନ୍ତି, ତାହା ଆଜି ହିଁ ପୂର୍ଣ୍ଣତା ଲାଭ କରିବ। ପାରିବାରିକ କ୍ଷେତ୍ରରେ ପଛକଥା ପଛକୁ ପକାଇ କାମ କରି ଚାଲନ୍ତୁ ଭଲ ହେବ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହାକି ମାନସିକ ସ୍ଥିତିର ପରିପନ୍ଥୀ ହୋଇନପାରେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ବିଭିନ୍ନ ସମସ୍ୟା ଓ ଦ୍ୱନ୍ଦ୍ୱ ଭିତରେ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଅନୁଭବ କରିବେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ପଡ଼ୋଶୀ କେହି ପ୍ରତିବାଦ କରିପାରନ୍ତି, ଯାହାକି ଆପଣଙ୍କ କାମ ପାଇଁ ତାହା ବାଧକ ସାଜିବ। ଆଜିର ପ୍ରାତଃ ଭ୍ରମଣ ଓ ମନୋରଞ୍ଜନ ପ୍ରୀତିପ୍ରଦ ହୋଇନପାରେ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ, କିନ୍ତୁ ପାରିବାରିକ ସମସ୍ୟା ଦେଖାଦେବ। ଅବଶ୍ୟ କର୍ମକ୍ଷେତ୍ରରେ ଓ ନିଜ ପରିବେଶରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ।
ମୀନମୀନ
ଅର୍ଥାଭାବ ନ ଥାଇ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ଥିଲେ ମଧ୍ୟ ପାରିବାରିକ କନ୍ଦଳ ସବୁ ସୁଖକୁ ନଷ୍ଟ କରିଦେବ। କର୍ମକ୍ଷେତ୍ରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ନିର୍ମାଣ, ପରିବହନରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri