Posted inRasifala

ରାଶିଫଳ: ସୋମବାର, ମେ ୩୦ ତାରିଖ – Daily Horoscope

ମେଷ
କର୍ମାଧିପ ଏକାଦଶସ୍ଥ ହେତୁ କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇବେ। ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। କଥା କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବାକୁ ପଡିବ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବେ।
ବୃଷ
ବୃଷ
ଦ୍ୱାଦଶ ସ୍ଥାନରେ ରାହୁ ଯୁକ୍ତ ଶୁକ୍ରଙ୍କ ସଂଯୋଗ ପାରିବାରିକ ଅଶାନ୍ତିର କାରଣ ହୋଇପାରେ। ସହକର୍ମୀ ସୁଯୋଗ ଉଣ୍ଡି ଅସୁବିଧାର ସମ୍ମୁଖୀନ କରାଇ ପାରନ୍ତି। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘର ପାଇଁ ସମୟ ପାଇବେ ନାହିଁ। ବନ୍ଧୁବର୍ଗଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବାର ସୁଯୋଗ ଲାଭ କରିବେ।
ମିଥୁନ
ମିଥୁନ
ବନ୍ଧୁମିଳନ ସାଙ୍ଗକୁ ଦୂରଯାତ୍ରା, ସତ୍‌ସଙ୍ଗ, ପରିଭ୍ରମଣର ସୁଯୋଗ ପାଇପାରିବେ। ରାହୁଙ୍କ କୁପ୍ରଭାବରେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ବନ୍ଧୁ ବିରକ୍ତ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଦୃଢ଼ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନମନାନ୍ତର ଦେଖା ଦେଇପାରେ।
କର୍କଟ
କର୍କଟ
ରାଶ୍ୟାଧିପଙ୍କ ଶୁଭ ସଂସ୍ଥାନରୁ ତଥା ସହଯୋଗ ମନୋଭାବରୁ ସମସ୍ତଙ୍କର ଆଦରଣୀୟ ହେବେ। ଗତକାଲିଠାରୁ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ଆଶା ରହିଛି। ପରିବହନ, ଶିଳ୍ପ, ବାଣିଜ୍ୟରେ ଆଶାଜନକ ଲାଭ ମିଳିବ। ଅଫିସ୍‌ କାମରେ ଆପଣଙ୍କର ସହକର୍ମୀମାନେ ସହଯୋଗର ହାତ ବଢ଼ାଇପାରନ୍ତି।
ସି˚ହ
ସି˚ହ
ସକାଳୁ ସକାଳୁ କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। କୌଣସି ପ୍ରମାଣ ନ ଥାଇ ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ରାଜନୀତି ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିବାରରେ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ।
କନ୍ୟା
କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ଭୁଲ୍‌ ବୁଝାମଣାରୁ ସୁସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆମତ୍ୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। ଚିତ୍ରା ନକ୍ଷତ୍ର ପୁରାତନ ରୋଗରେ ପୀଡ଼ା ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଆନୁଷ୍ଠାନିକ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇପାରିବେ। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ହେତୁ ମନ ଖୁସି ରହିବ।
ବିଛା
ବିଛା
ଅନ୍ୟମାନଙ୍କ କଥା ପ୍ରତି ଧ୍ୟାନ ନ ଦେଇ କାମ କଲେ ଉପକୃତ ହେବେ। ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ପାଇଁ ଅନୁକୂଳତା ଅନୁଭବ କରିବେ। ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ନୀଚ ମନୋଭାବ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
ଯେଉଁ କାମ ପାଇଁ ମନସ୍ଥ କରିଛନ୍ତି ତାହା ଆଜି ହିଁ ପୂର୍ଣ୍ଣତା ଲାଭ କରିବ। ପାରିବାରିକ କ୍ଷେତ୍ରରେ ପଛକଥା ପଛକୁ ପକାଇ କାମ କରି ଚାଲନ୍ତୁ ଭଲ ହେବ। କର୍ମଜଞ୍ଜାଳ ବୃଦ୍ଧି ପାଇପାରେ ା ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ବିଭିନ୍ନ ପ୍ରକାର ସମସ୍ୟା ଓ ଦ୍ୱନ୍ଦ୍ୱ ଭିତରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଦେଖା ଦେବାର ଆଶଙ୍କା ରହିଛି। ପଡ଼ୋଶୀ କେହି ପ୍ରତିବାଦ କରିପାରନ୍ତି, ଯାହାକି ଆପଣଙ୍କ କାମ ପାଇଁ ବାଧକ ସାଜିବ। ଆଜିର ପ୍ରାତଃଭ୍ରମଣ ଓ ମନୋରଞ୍ଜନ ପ୍ରୀତିପ୍ରଦ ହୋଇ ନ ପାରେ।
କୁମ୍ଭ
କୁମ୍ଭ
ବନ୍ଧୁ ପରିଜନଙ୍କ ସହିତ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ। କର୍ମକ୍ଷେତ୍ରରେ ଓ ନିଜ ପରିବେଶରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ସହକର୍ମୀଙ୍କ ସହଯୋଗରେ ବ୍ୟବସାୟ, ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ।
ମୀନମୀନ
କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ଥିଲେ ମଧ୍ୟ ପାରିବାରିକ କନ୍ଦଳ ହେତୁ ନିରୁତ୍ସାହିତ ରହିବେ। ସାମାଜିକ ସ୍ତରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ନିର୍ମାଣ, ପରିବହନରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri