Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁଁ ମନ ଖୁସି ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରହିବା ଭଲ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ପରିବାରରେ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ସଭାସମିତିରେ ଅଥବା ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ଆପଣ ଚେଷ୍ଟା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ଅପ୍ରୀତିକର ପରିସ୍ଥିତିର ସାମନା କରିପାରେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଅବଶ୍ୟ ଆପଣ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ। ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ର୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲ ରହିବ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ଯେସାକୁ ତେସା ନୀତିରେ କାମ କରିବାକୁ ଇଚ୍ଛା କରିବେ। ଘର ଲୋକଙ୍କୁ ଉପେକ୍ଷା କଲେ ପରେ ଅନୁତାପ କରିବାକୁ ପଡ଼ିପାରେ। ମହିଳାମାନେ ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ଆଜି କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କିନ୍ତୁ କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। କାମ ହାସଲ ପାଇଁ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
ଆଜି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥାରୁ ପରିବାରରେ କଳହ ଦେଖାଦେଇପାରେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ଏବଂ ବିବାଦର ସମାଧାନ ହେବାର ଆଶା ମଧ୍ୟ ରହିଛି। ଖଳଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡ଼ିକୁ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କେତେକ କ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହେବେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନମୀନ
ପାଖ ପଡ଼ୋଶୀଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri