Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁଁ ମନ ଖୁସି ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରହିବା ଭଲ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ପରିବାରରେ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ସଭାସମିତିରେ ଅଥବା ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ଆପଣ ଚେଷ୍ଟା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ଅପ୍ରୀତିକର ପରିସ୍ଥିତିର ସାମନା କରିପାରେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଅବଶ୍ୟ ଆପଣ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ। ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ର୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲ ରହିବ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ଯେସାକୁ ତେସା ନୀତିରେ କାମ କରିବାକୁ ଇଚ୍ଛା କରିବେ। ଘର ଲୋକଙ୍କୁ ଉପେକ୍ଷା କଲେ ପରେ ଅନୁତାପ କରିବାକୁ ପଡ଼ିପାରେ। ମହିଳାମାନେ ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ଆଜି କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କିନ୍ତୁ କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। କାମ ହାସଲ ପାଇଁ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
ଆଜି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥାରୁ ପରିବାରରେ କଳହ ଦେଖାଦେଇପାରେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ଏବଂ ବିବାଦର ସମାଧାନ ହେବାର ଆଶା ମଧ୍ୟ ରହିଛି। ଖଳଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡ଼ିକୁ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କେତେକ କ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହେବେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନମୀନ
ପାଖ ପଡ଼ୋଶୀଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri