Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ
ଆଜି ପାରିବାରିକ କ୍ଷେତ୍ରରେ ଯୁକ୍ତିତର୍କ ମାନସିକ ଅଶାନ୍ତିକୁ ନିମନ୍ତ୍ରଣ କରିପାରେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଜଣେ ସହକର୍ମୀଙ୍କ ଜରିଆରେ ପାଇପାରନ୍ତି। ସାଂସ୍କୃତିକ କିମ୍ବା କ୍ରୀଡ଼ା, ଚଳଚ୍ଚିତ୍ରରେ ସହୃଦୟ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ଅସୁବିଧା ହେବ ନାହିଁ।
ବୃଷ
ବୃଷ
ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ହଠାତ୍‌ ଆପଣଙ୍କୁ ଆକସ୍ମିକ ଯାତ୍ରା କରିବାକୁ ପଡ଼ିପାରେ। ଦିନଭରି ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମିଥୁନ
ମିଥୁନ
ସବୁ ସାହାଯ୍ୟ ଦେବା ସକାଶେ ବନ୍ଧୁ ପ୍ରତିଶ୍ରୁତି ଦେଇ ଶେଷ ସମୟରେ ନାସ୍ତିବାଣୀ ଶୁଣାଇ ପାରନ୍ତି। ବାଟରେ ଯିବା ଆସିବା ସମୟରେ କୌଣସି ଅଜଣା ବ୍ୟକ୍ତିଙ୍କ କଟୁକ୍ତି ଅସହ୍ୟ ହେବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ବହୁତ ଦିନରୁ ଅଟକି ରହିଥିବା କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ।
କର୍କଟ
କର୍କଟ
ପାରିବାରିକ ସମସ୍ୟା ସମାଧାନ ନେଇ ଆଶାୟୀ ହୋଇପାରନ୍ତି। ରାଜନୀତି, ସଂଗଠନ, ସଭାସମିତି, ସାଂସ୍କୃତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ଆମତ୍ୀୟଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବାର ସୁଯୋଗ ଲାଭ କରିବେ।
ସି˚ହ
ସି˚ହ
ଭଲ ସମ୍ପର୍କ ନ ଥିବା ପଡ଼ୋଶୀଙ୍କ ଟାହି, ଟାପରା ମନକୁ ବିଷାଦିତ କରିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ମଧ୍ୟ ବ୍ୟସ୍ତତା ଦ୍ୱିଗୁଣିତ ହୋଇପାରେ। କଳା, ସାହିତ୍ୟ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।
କନ୍ୟା
କର୍ମକ୍ଷେତ୍ରରେ ଯୁକ୍ତିତର୍କ ପୂର୍ବକ ସହକର୍ମୀଙ୍କ ସହ ବାଦବିବାଦ ଜଟିଳ ହୋଇପାରେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅବଶ୍ୟ ଲାଭବାନ୍‌ ହେବେ। ପାରିବାରିକ ଅସ୍ଥିରତା କ୍ରମଶଃ ବୃଦ୍ଧି ପାଉଥିବାରୁ ଦୁଶ୍ଚିନ୍ତା ବହୁଗୁଣିତ ହେବାର ଆଶଙ୍କା ରହିଛି। ଅସ୍ଥିରତା ମଧ୍ୟରେ ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ବାଧ୍ୟହେବେ।
ତୁଳା
ତୁଳା
ଆଜି ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟ ପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିବାର ମଧ୍ୟରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ।
ବିଛା
ବିଛା
କୌଣସି କାମ ତରବରିଆ ଭାବେ ନ କରି ସବୁ ଆଡ଼କୁ ନଜର ଦେଇ କାମ କରିବା ଭଲ ହେବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ବନ୍ଧୁଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ପାଇଁ କର୍ମପନ୍ଥା ଅବଲମ୍ବନ କରିବେ। ସତ୍‌ସଙ୍ଗ ଲାଭ କରିବା ସଙ୍ଗକୁ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲଭିବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ନିଜର ଦୃଢ଼ତା ହେତୁ ମାନସିକ ସ୍ଥିତି ସୁଦୃଢ଼ ରହିବ। ପାରିବାରିକ, ପରିବହନ, ପ୍ରଶାସନିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସାହିତ୍ୟ, ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା କ୍ଷେତ୍ରରେ ସମ୍ମାନିତ ହେବେ। ସବୁଭଲ ଥିଲେ ମଧ୍ୟ କୌଣସି ବିଫଳତାକୁ ନେଇ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିପାରନ୍ତି।
ମକର
ମକର
ଭାବପ୍ରବଣତା ବୃଦ୍ଧି ମାନସିକ ଅସ୍ଥିରତା ସହିତ ଧୈର୍ଯ୍ୟଚ୍ୟୁତି ଘଟାଇପାରେ। ପଡ଼ୋଶୀ, ସହକର୍ମୀ କିମ୍ବା ଆମତ୍ୀୟମାନଙ୍କ ସହୃଦୟତା ମନୋବଳ ବଢ଼ାଇବାରେ ସାହାଯ୍ୟ କରିବ। ଆଜି ସକାଳୁ, ସାଂସ୍କୃତିକ କାର୍ଯ୍ୟକ୍ରମ, ଯୋଗାଯୋଗ, ସଭାସମିତି କ୍ଷେତ୍ରରୁ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆଜି କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଜମିଜମା ସମ୍ପର୍କୀୟ ବିବାଦ ଦେଖାଦେବାର ବହୁତ ସମ୍ଭାବନା ରହିଛି। ଋଣ ପରିଶୋଧ କରିବା ପାଇଁ ବିଭିନ୍ନ ପ୍ରକାରର ଯୋଜନା କରିପାରନ୍ତି।
ମୀନମୀନ
ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ନିଜର ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରିପାରିଲେ ବ୍ୟବସାୟିକ ସ୍ଥିତିକୁ ସୁଦୃଢ଼ କରିପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ତଥାପି ସାମୟିକ ଭାବରେ ପାରିବାରିକ ସମସ୍ୟା ବିଷୟରେ ଚିନ୍ତା କରି ବ୍ୟସ୍ତ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?