Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିପାରନ୍ତି। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ସ୍ବାସ୍ଥ୍ୟହାନି ସମ୍ପର୍କିତ ସମସ୍ୟା ଓ ପିଲାମାନଙ୍କ ବିବାହ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଭାବୁଥିବେ ଗୋଟିଏ କଥା, କଲାବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟହେବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କିନ୍ତୁ ଆପଣ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ।
କର୍କଟ
କର୍କଟ
ଆଜି ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଆକସ୍ମିକ ଭାବେ ଆଶା କରୁଥିବା ଶୁଭଖବର ଶୁଣି ଖୁସିହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିବାକୁ ଇଚ୍ଛା କରିବେ। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍‌ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ଆଜି ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ବିଷୟରେ ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କିନ୍ତୁ କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିପାରିବେ ନାହିଁ।
ଧନୁ
ଧନୁ
ଆଜି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ କଳହ ଦେଖାଦେଇପାରେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ଏବଂ ମାଲିମକଦ୍ଦମାରେ ଆପୋଷ ସମାଧାନ ଘଟିବ। ଖଳଲୋକଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କେତେକ କ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବନାହିଁ।
ମୀନମୀନ

ପାଖପଡ଼ୋଶୀଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri