Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ
ଆଜି ଶାରୀରିକ ସୁସ୍ଥତା ସହ ବନ୍ଧୁଙ୍କ ସହାନୁଭୂତି ପାଇବା ଯୋଗୁ ମନ ଖୁସି ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ପରିବାରରେ ସ୍ବାସ୍ଥ୍ୟ ହାନି ସମ୍ପର୍କୀୟ ସମସ୍ୟା ଓ ପିଲାଙ୍କ ବିବାହ ଚିନ୍ତାରେ ବ୍ୟସ୍ତତା ଅନୁଭବ କରିବେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି। ସଭାସମିତିରେ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଆପଣ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନକଲେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ। କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବାରୁ ନୂଆ ଯୋଜନା ସକାଶେ ମନ ବଳାଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱନ୍ଦ୍ୱଯୁକ୍ତ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଆକସ୍ମିକ ଭାବରେ ଆଶା କରୁଥିବା ଶୁଭଖବର ଶୁଣି ଖୁସି ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ର୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକଙ୍କୁ ଉପେକ୍ଷା କରି ଭୁଲ ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ। ପରିବାରରେ ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ଆଜି କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇଯିବେ। ପାରିବାରିକ ଅଶାନ୍ତି ହେତୁକ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିପାରେ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। କଳା, ସଙ୍ଗୀତ, ପ୍ରତିଯୋଗିତା, କ୍ଷେତ୍ରରେ ସଫଳତା ମିଳିପାରେ। ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିପାରିବେ ନାହିଁ। କାମ ହାସଲ ପାଇଁ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
ଆଜି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ କଳହ ଦେଖାଦେଇପାରେ। ଅଫିସ୍‌ରେ ସବୁକଥାକୁ ହାଲୁକା ଭାବିଲେ କ୍ଷତିରେ ପଡ଼ିବେ। ଅସମର୍ଥିତ ସୂତ୍ରରୁ ଖଳଲୋକଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷକୁ ଆଣିବାକୁ ବାଧ୍ୟ ହୋଇପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କେତେକ କ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନମୀନ

ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ବିଭିନ୍ନ ପ୍ରକାର ସମସ୍ୟା ଆସିପାରେ। ହଠାତ୍‌ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?