Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
ଆଜି ହଠାତ୍‌ ସକାଳୁ ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଅବଶ୍ୟ, ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ନିକଟତମ ପଡ଼ୋଶୀ ସାହାଯ୍ୟ କରିବେ। ସାଧାରଣ କଥାରେ ଭ୍ରାତୃ ସମ୍ପର୍କ, ବନ୍ଧୁପ୍ରୀତି, ଅର୍ଥପ୍ରାପ୍ତି, ଯାତ୍ରା ଓ ଆଲୋଚନା ବାଧାପ୍ରାପ୍ତ ହେବ।
ବୃଷ
ବୃଷ
ଆପଣ ଅନ୍ୟମାନଙ୍କୁ ମନେଇ ନିଜ ଆଡ଼କୁ ଆକର୍ଷିତ କରିବାକୁ ଚେଷ୍ଟା କରିବେ। କିନ୍ତୁ କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଆଜି ଯାହା ଆଶା କରୁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ବହୁତ ଭଲ। ଅପରାହ୍ନେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
କର୍କଟ
କର୍କଟ
 କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଉତ୍ପନ୍ନ ହେବ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ। ଆତ୍ମୀୟଙ୍କ ପରାମର୍ଶ ନେଇ କାମ କଲେ ଉପକୃତ ହେବେ।
ସି˚ହ
ସି˚ହ
ପୂର୍ବର କଳହକୁ ନେଇ ନିଜର ଆତ୍ମୀୟ ଓ ପାଖ ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। ବିଳମ୍ବରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି। ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ ଓ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଆପଣଙ୍କୁ ଡାକ୍ତରଙ୍କ ପାଖକୁ ଦୌଡ଼ିବାକୁ ପଡ଼ିପାରେ।
ତୁଳା
ତୁଳା
କେତେକ କଥାରେ ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହୋଇପାରନ୍ତି। ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଅତ୍ୟଧିକ ପରିଶ୍ରମଜନିତ ଅସୁସ୍ଥତା ଅନୁଭବ କରିବେ। ସାହିତ୍ୟ, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣାରୁ ପ୍ରଶଂସିତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ମିତ୍ର ବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁଠିକ୍‌ ହୋଇଯିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରିବେ।
ଧନୁ
ଧନୁ
ଆଜି ବନ୍ଧୁମିଳନ ସଙ୍ଗକୁ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସମ୍ଭାବନା ରହିଛି। ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କଲେ ସୁଫଳ ମିଳିବ। ଅତିରିକ୍ତ ଭ୍ରମଣ ହେତୁ କ୍ଳାନ୍ତି ଅନୁଭବ କରିପାରନ୍ତି। ଭାବପ୍ରବଣତାର ବଶବର୍ତ୍ତୀ ହୋଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲାଭଳି କାମ କରିବା ଠିକ୍‌ ହେବ ନାହିଁ।
ମକର
ମକର
ଆଜିର କର୍ମକ୍ଷେତ୍ରରେ କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମାନଙ୍କ ସହଯୋଗ ଅଭାବରୁ ଅଫିସରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବେ ଓ ବନ୍ଧୁ ମିଳନରୁ ଖୁସୀ ହେବେ।
କୁମ୍ଭ
କୁମ୍ଭ
ମାନସିକ ଅସ୍ଥିରତା ବୃଦ୍ଧି ପଛରେ ପରିବାରରେ ଅଶାନ୍ତ ବାତାବରଣ ମୁଖ୍ୟ କାରଣ ହୋଇପାରେ। ଯେତେ ଚେଷ୍ଟା କଲେ ମଧ୍ୟ ପଡ଼ୋଶୀଙ୍କ ଭୁଲ୍‌ ଧାରଣା ବଦଳାଇ ପାରିବେ ନାହିଁ। ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପ ସମ୍ପର୍କୀୟ ଯୋଜନା କାର୍ଯ୍ୟକାରୀ କରିବେ। ଆକସ୍ମିକ ଭାବେ ବସ୍ତ୍ରଭୂଷଣ, ଅର୍ଥ ଓ ସମ୍ମାନ ଲାଭ କରିପାରନ୍ତି।
ମୀନମୀନ
ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି ଆଜି ସହଜ ଓ ସୁବିଧାରେ କାମ ହାସଲ କରିବେ। ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ପରିବହନ, ନିର୍ମାଣ ଓ ସଭାସମିତିରେ ସଫଳତା ହାସଲ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri