Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
ଆଜି ସପ୍ତମ ଭାବସ୍ଥ ଏକାଧିକ ଗ୍ରହ କାର୍ଯ୍ୟହାନି, ମନସ୍ତାପ ଓ ବିବାଦରେ ପରାଜୟକୁ ବରଣ କରିପାରେ। ହଠାତ୍‌ ସକାଳୁ ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିପାରନ୍ତି।
ବୃଷ
ବୃଷ
ଦ୍ୱିତୀୟସ୍ଥ ମଙ୍ଗଳ ହେତୁ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି । ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ । ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ବକ୍ରୀ ବୃହସ୍ପତିଜନିତ କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ପାଇଁ ଦିନଟି ବହୁତ ଭଲ ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି  । ପାରିବାରିକ ସମସ୍ୟାରେ ଚିନ୍ତିତ ରହିବାର ସୂଚନା ରହିଛି ।
କର୍କଟ
କର୍କଟ
ଚତୁର୍ଥ ସ୍ଥାନ ପାପଯୁକ୍ତ ଯୋଗୁ ପରିବାରରେ ସାଧାରଣ କଥାରୁ କଳହ ଘଟିପାରେ । ଅଯଥା ଆଲୋଚନା ଓ ଯୁକ୍ତିତର୍କ ପାରିବାରିକ ସମସ୍ୟାକୁ ବଢ଼ାଇ ଦେଇପାରେ । ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇବାର ଆଶା ରହିଛି ।
ସି˚ହ
ସି˚ହ
ଶୁକ୍ରଙ୍କ ଦୁର୍ବଳତା ଜନିତ ବିଳମ୍ବରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି ।
ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ଆଦି ପାଇବେ।
କନ୍ୟା
ବୃହସ୍ପତିଙ୍କ ଶୁଭତ୍ୱ କାରଣରୁ ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ। ସାହିତ୍ୟ, ସଂସ୍କୃତି ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେଇପାରନ୍ତି।
ତୁଳା
ତୁଳା
ଶନିଙ୍କ କୁପ୍ରଭାବ କାରଣରୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଅତ୍ୟଧିକ ପରିଶ୍ରମଜନିତ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। କାର୍ଯ୍ୟହାସଲ ନିମିତ୍ତ ବିଶେଷ ଅର୍ଥ ବ୍ୟୟ କରି ଦୁଃଖିତ ହେବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣାରୁ ପ୍ରଶଂସିତ ହେବେ।
ବିଛା
ବିଛା
ପାପଗ୍ରହ ବର୍ଜିତ ଦୁର୍ବଳ ଚନ୍ଦ୍ର ମାନସିକ ଅସ୍ଥିରତା ବ୍ୟତୀତ ଆଉ କିଛି କ୍ଷତି ଘଟାଇବେ ନାହିଁ। କର୍ମକ୍ଷେତ୍ରରେ ମିତ୍ର ବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ।
ଧନୁ
ଧନୁ
ଆଜି ଏକ ଭିନ୍ନ ପରିବେଶରେ ବନ୍ଧୁମିଳନ ସାଙ୍ଗକୁ ମୂଲ୍ୟବାନ୍‌ ଦ୍ରବ୍ୟ ପ୍ରାପ୍ତିର ସମ୍ଭାବନା ରହିଛି। ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କୁ ମିଶି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବେ। ଅତିରିକ୍ତ କ୍ଳାନ୍ତି ଅନୁଭବ କରିବା ଦ୍ୱାରା ସ୍ବାସ୍ଥ୍ୟହାନି ଘଟିପାରେ। ଭାବପ୍ରବଣତାର ବଶବର୍ତ୍ତୀ ହୋଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରନ୍ତି।
ମକର
ମକର
ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ ଓ ବନ୍ଧୁ ମିଳନରୁ ଖୁସି ହେବେ। ସନ୍ତାନହେତୁକ ଚିନ୍ତା ଦୂର ହେବା ସମ୍ଭବନା।
କୁମ୍ଭ
କୁମ୍ଭ
ତୃତୀୟସ୍ଥ ରାହୁଙ୍କ କୁପ୍ରଭାବରୁ ମାନସିକ ଅସ୍ଥିରତା ବୃଦ୍ଧି ପାଇବ। ପରିବାରରେ ଅଭାବ ଅସୁବିଧା ଲାଗି ରହିପାରେ। ଧାର୍ମିକ କାର୍ଯ୍ୟ, ବନ୍ଧୁ, ସହକର୍ମୀ, ପଡ଼ୋଶୀଙ୍କ ପାଇଁ ତ୍ୟାଗ କରିବାକୁ ବାଧ୍ୟ ହେବେ। ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ।
ମୀନମୀନ
ଭାଗ୍ୟାଧିପ କେନ୍ଦ୍ରସ୍ଥ ଯୋଗୁ କର୍ମକ୍ଷେତ୍ରରେ ସହଜ ଓ ସୁବିଧାରେ କାମ ହାସଲ କରିବେ। ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ ସନ୍ତୋଷଜନକ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri