Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
କୃତ୍ତିକା ନକ୍ଷତ୍ର ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଅସୁବିଧା ହେବ ନାହିଁ। କାମ ହାସଲରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିପାରନ୍ତି କିନ୍ତୁ କରଜକୁ କେନ୍ଦ୍ରକରି କଳହ ଲାଗିପାରେ। ସାଧାରଣ କଥାରେ ଭ୍ରାତୃ ସମ୍ପର୍କ, ବନ୍ଧୁପ୍ରୀତି, ଅର୍ଥପ୍ରାପ୍ତି , ଯାତ୍ରା ଓ ଆଲୋଚନା ବାଧାପ୍ରାପ୍ତ ହେବ।
ବୃଷ
ବୃଷ
ଆପଣ ଅନ୍ୟମାନଙ୍କୁ ମନେଇ ନିଜ ଆଡ଼କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଟା କରିବେ। ରୋହିଣୀ ନକ୍ଷତ୍ର କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଆଜି ଯେମିତି ଆଶା କରୁଛନ୍ତି ସେମିତି ପାଇବାରେ ଅସୁବିଧା ରହିବ ନାହିଁ। ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଉତ୍ପର୍ଣ୍ଣ ହେବ। ଅଶ୍ଳେଷା ନକ୍ଷତ୍ରର ଭୁଲ୍‌ ବୁଝାମଣା ପାରିବାରିକ ସମସ୍ୟାକୁ ବଢ଼ାଇ ଦେଇପାରେ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ।
ସି˚ହ
ସି˚ହ
ଯେତେ ଯାହା କଲେ ମଧ୍ୟ ଆତ୍ମୀୟ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। ବିଳମ୍ବରେ କାମ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି। ପୂର୍ବାଫାଲଗୁନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ନୂତନ ଯୋଜନା କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହେବ। ଆଶା କରୁଥିବା ଦିଗରୁ କିଛି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ରହିବ।
କନ୍ୟା
ଦିନଟି ବହୁତ ଭଲ, ମାତ୍ର କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ ଓ ସାହାଯ୍ୟ ସହଯୋଗ ମିଳିବ। ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ଆଶଙ୍କା ରହିଛି। ଚିତ୍ରା ନକ୍ଷତ୍ର ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କ୍ରୟ କରିବା ସକାଶେ ପରିବାରରୁ ବରାଦ ପାଇପାରନ୍ତି।
ତୁଳା
ତୁଳା
ଆଜି ସ୍ବାତୀ ନକ୍ଷତ୍ରର ମନ ଚାହୁଁ ନ କାମ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହେବେ। ଆଲୋଚନା ପରିସରରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଅତ୍ୟଧିକ ପରିଶ୍ରମଜନିତ ସାମୟିକ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣାରୁ ପ୍ରଶଂସିତ ହେବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ବନ୍ଧୁଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସକାଳୁ ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାରୁ ମନ ଖୁସି ହୋଇଯିବାର ସୂଚନା ରହିଛି।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସଙ୍ଗକୁ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତି ହୋଇପାରେ। ମୂଳା ନକ୍ଷତ୍ର ଜଣେ ବନ୍ଧୁଙ୍କ ସହ ମିଶି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ଦ୍ୱାରା ସୁଫଳ ମିଳିବ। ଭ୍ରମଣ କ୍ଲାନ୍ତି ସହ ସ୍ବାସ୍ଥ୍ୟହାନି ଘଟିପାରେ। ଭାବପ୍ରବଣତାର ବଶବର୍ତ୍ତୀ ହୋଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲାଭଳି କାମ କରିବା ଠିକ୍‌ ହେବ।
ମକର
ମକର
ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଅପରିଚିତ ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଯୁକ୍ତିତର୍କ କାରଣରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମାନଙ୍କର ସହଯୋଗ ଅଭାବରୁ ଅଫିସରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ମାନସିକ ଅସ୍ଥିରତା ବୃଦ୍ଧି ପଛରେ ପାରିବାରିକ ଅଶାନ୍ତି ମୁଖ୍ୟ କାରଣ ହେବ। ପଡ଼ୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇ ପାରିବେ ନାହିଁ। ପାରିବାରିକ, ବ୍ୟବସାୟିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇବେ। ପୂର୍ବଭାଦ୍ର ନକ୍ଷତ୍ର ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧା ଭୋଗିବେ।
ମୀନମୀନ

ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ରେବତୀ ନକ୍ଷତ୍ର ବ୍ୟବସାୟ, ପରିବହନ, ନିର୍ମାଣ ଓ ସଭାସମିତିରେ ସଫଳତା ହାସଲ କରିବେ। ପରୋକ୍ଷ ଶତ୍ରୁତା ମନକୁ ବିଚଳିତ କରିପାରେ ତଥାପି ଅନ୍ୟମାନଙ୍କର ସେବାରେ ମନ ଦେଇ ଖୁସି ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri