Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ
ମାନସିକ ସୁସ୍ଥତା ଫେରି ପାଇବେ। ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିକଟ ସମ୍ପର୍କୀୟମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକଙ୍କୁ ଦାୟୀ କରିବେ।
ବୃଷ
ବୃଷ
ଈର୍ଷାପରାୟଣ ବ୍ୟକ୍ତିଙ୍କ ପରୋକ୍ଷ ଶତ୍ରୁତା କାରଣରୁ ଭୁଲ୍‌ ନ କରି ମଧ୍ୟ ଦୋଷୀ ବିବେଚିତ ହେବେ। କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଏହା ଘଟିବାର ସମ୍ଭାବନା ଅଧିକ ରହିଛି । ଅର୍ଥ କିମ୍ବା ଆବଶ୍ୟକତା ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସାଧାରଣ ପରିସ୍ଥିତିରେ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି , ଜମିଜମା ବିବାଦର ସମାଧାନ, ବ୍ୟବସାୟ, ପରିବହନରେ ସଫଳତା ହାସଲ କରିବେ। ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। କର୍ମକ୍ଷେତ୍ରରେ, କଳା ସାହିତ୍ୟରେ, ରାଜନୈତିକ କ୍ଷେତ୍ରରେ, ଶିଳ୍ପ, ବାଣିଜ୍ୟରେ ବିଭିନ୍ନ ପ୍ରକାର ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ନୂତନ କର୍ମାରମ୍ଭରେ ସାମାନ୍ୟ ପ୍ରାଥମିକ ପ୍ରତିବନ୍ଧକ ଦେଖାଦେବ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ, ଦୂରଯାତ୍ରା ଓ ବନ୍ଧୁମିଳନଜନିତ ମନ ଖୁସୀ ରହିବ। ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
ସି˚ହ
ସି˚ହ
ଆର୍ଥିକ ସଂକଟ ମଧ୍ୟରେ ଗତି କରିବାକୁ ପଡ଼ିବ। ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ। ସଦାବେଳେ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ। ଅବଶ୍ୟ ଆଜି ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ।
କନ୍ୟା
ଆଜି ଅପରାହ୍ନରେ ହଠାତ୍‌ ବନ୍ଧୁଙ୍କ ଜରିଆରେ ଅଭିଳଷିତ ଜିନିଷଟି ପାଇବେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ଚିତ୍ରା ନକ୍ଷତ୍ରର ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯତ୍ନ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିବ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ, କିନ୍ତୁ ସମ୍ପୂର୍ଣ୍ଣ ସଫଳତା ପାଇବେ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁମିଳନ ଘଟିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି। ଅବଶ୍ୟ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପ୍ରିୟଜନମାନଙ୍କ ସାହାଯ୍ୟରୁ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ। ଆଜି ଦିନ ମଧ୍ୟରେ ଅର୍ଥଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ ରହିବ। ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ବହୁତ ହଇରାଣହରକତ ହେବାକୁ ପଡ଼ିପାରେ।
ମକର
ମକର
ପୂର୍ବାହ୍ନରେ କୌଣସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରିବାକୁ ପଡ଼ିପାରେ। ଆଜିର ଯାତ୍ରା, ବାଣିଜ୍ୟ, ନିର୍ମାଣ ଓ ପରିବହନରେ ସମସ୍ୟା ସୃଷ୍ଟି ହେବ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ସୁଖ ସମ୍ଭୋଗ ଓ ବିଳାସବ୍ୟସନ ଦିଗକୁ ମନ ଚାହିଁବ। ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ
ଆଜି ଯେଉଁ କାମରେ ହାତଦେବେ, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ। ବିଳମ୍ବରେ ହେଲେ ମଧ୍ୟ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri