Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ
ଯେତେ ଚେଷ୍ଟା କଲେ ମଧ୍ୟ ସବୁ ଫସର ଫାଟିଯିବ ଏବଂ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରେ କୌଣସି ବିଜାତୀୟ ବ୍ୟକ୍ତି ସମସ୍ୟା ସୃଷ୍ଟି କରିବେ। ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠାକୁ ସହି ନ ପାରି କଟୁ ମନ୍ତବ୍ୟ ଦେବେ। ଅଶ୍ୱିନୀ ନକ୍ଷତ୍ର ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ।
ବୃଷ
ବୃଷ
ଆଜି କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ବନ୍ଧୁମାନଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। କୃତ୍ତିକା ନକ୍ଷତ୍ରର ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ।
ମିଥୁନ
ମିଥୁନ
ଗତକାଲିର ଯୋଜନା ମୁତାବକ ସଫଳତା ବିଳମ୍ବିତ ସମୟରେ ପାଇବେ। ସାଧାରଣ କଥାକୁ କେନ୍ଦ୍ରକରି ଏବଂ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପୁନର୍ବସୁ ନକ୍ଷତ୍ର ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ।
କର୍କଟ
କର୍କଟ
ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ କିନ୍ତୁ ଏଥିପାଇଁ ଅନ୍ୟମାନଙ୍କ ଦୟା ଉପରେ ନିର୍ଭର କରିବାକୁ ପଡ଼ିପାରେ। ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଡ-ନାମାକ୍ଷର ବ୍ୟକ୍ତି ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ଚିନ୍ତିତ ହୋଇପାରନ୍ତି।
ସି˚ହ
ସି˚ହ
ଆଜି ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ନେଇ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି। ଉତ୍ତରାଫାଲଗୁନୀ ଜମିଜମା କିମ୍ବା ଅର୍ଥ ସମ୍ପର୍କୀୟ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ସ୍ବତନ୍ତ୍ର ଭାବରେ ନିମନ୍ତ୍ରିତ ହେବା ସହ ବନ୍ଧୁ ମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ପୁ-ଚିତ୍ରା ନକ୍ଷତ୍ର ଠିକଣା ଜାଗାରେ ପ୍ରିୟ ଲୋକଟିକୁ ନ ପାଇ ବ୍ୟସ୍ତ ହୋଇପାରନ୍ତି। ସାହାଯ୍ୟ ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ କିନ୍ତୁ ଇଚ୍ଛାଥିଲେ ମଧ୍ୟ କିଛି କରିପାରିବେ ନାହିଁ।
ତୁଳା
ତୁଳା
ଶାରୀରିକ ସୁସ୍ଥତା ରହିଲେ ମଧ୍ୟ ମାନସିକ ସ୍ଥିତି ଭଲ ରହି ନ ପାରେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ପୁନଶ୍ଚ କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରିନେବେ। ସ୍ବାତୀ ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ।
ବିଛା
ବିଛା
ଗତକାଲିର ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବା ଫଳରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ବୈବାହିକ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ପ୍ରସ୍ତାବ ସ୍ଥିରୀକୃତ ହେବ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅନୁରାଧା ନକ୍ଷତ୍ର ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ।
ଧନୁ
ଧନୁ
ମନ ବୁଝିଲା ଭଳି କଥା କହି ଅନ୍ୟକୁ ଆପଣାର କରିବେ। ଉତ୍ତରାଷାଢ଼ା ନକ୍ଷତ୍ରର ଆକସ୍ମିକ ଭାବରେ ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ। ସଭାସମିତିରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ।
ମକର
ମକର
ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଧନିଷ୍ଠା ନକ୍ଷତ୍ର ପୁତ୍ରକନ୍ୟା ହେତୁକ ସମସ୍ୟା ଲାଗି ରହିବାରୁ ମନ ଭଲ ରହିବ ନାହିଁ।
କୁମ୍ଭ
କୁମ୍ଭ
ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଚେଷ୍ଟା କଦାପି ନଷ୍ଫଳ ହେବନି। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରୁଣା ରୋଗରେ କଷ୍ଟ ପାଇବେ। ଅଫିସ୍‌ରେ ସହକର୍ମୀଙ୍କ କ୍ରୋଧିତ ମୁଖାବଲୋକନ କରି ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଶତଭିଷା ନକ୍ଷତ୍ରର ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ମୀନମୀନ

ସକାଳୁ ସକାଳୁ ବିନା କାରଣରେ ଯୁକ୍ତିତର୍କ ହେତୁ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବାରେ ବିଳମ୍ବ ଘଟିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ସାମାଜିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପୂର୍ବଭାଦ୍ରବ ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri