Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ମନ ଭଲ ନ ଥିବାରୁ ଆଜି ଗୁଡ଼ାଏ କଥା ଚିନ୍ତାକରି ମନକୁ ବିଷାକ୍ତ କରିପାରନ୍ତି। ଅସ୍ବାଭାବିକ ଚିନ୍ତାଧାରା ସୃଷ୍ଟି କରି ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ନିରୁତ୍ସାହିତ ରହିବେ। ଗୃହ, ଭୂମି, ଗାଡ଼ି ପ୍ରଭୃତିକୁ କେନ୍ଦ୍ରକରି କଳହ ସମ୍ଭାବନା ରହିଛି। ଅବଶ୍ୟ, ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରି ସୁଫଳ ପାଇପାରନ୍ତି।
ବୃଷ
ବୃଷ
ଆଜି ସକାଳୁ ଜଣେ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଫିସ୍‌କୁ ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା ହେତୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ଲାଗିରହିବ। ପଡ଼ୋଶୀଙ୍କ ସହାୟତାରେ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜି ଯେଉଁ କାମ କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। କର୍ମକ୍ଷେତ୍ରରେ ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ସି˚ହ
ସି˚ହ
ଯେଉଁ କାମ ଗତକାଲିଠାରୁ କରିବାକୁ ବିଚାରିଥିଲେ ଆଜି ତାହା ବଦଳିଯାଇପାରେ। କିଛି ସାହାଯ୍ୟ କରିବାକୁ କହିଥିବା ବ୍ୟକ୍ତିଟି ନାସ୍ତିବାଣୀ ଶୁଣାଇବ। ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ପ୍ରଶାସନ, ଆଇନ, ଅଦାଲତ, ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ ।
କନ୍ୟା
ଆଜି ସକାଳୁ କୌଣସି ଅତୀତ ଘଟଣାକୁ ନେଇ ମନ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କର କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ତ ନିଶ୍ଚୟ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରର ଅଧିକାଂଶ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟରେ ମନବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ଲାଭବାନ୍‌ ହେବେ । କଚେରି ମାମଲା, ପ୍ରଶାସନିକ କ୍ଷେତ୍ର, ସାମ୍ବାଦିକତା ସକାଶେ ଚିନ୍ତା ବଢ଼ିପାରେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ସୂଚନା ରହିଛି ।
ବିଛା
ବିଛା
କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାଜନିତ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡ଼ିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ନ ପାଇ ମଧ୍ୟ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ସାଧାରଣ କଥାକୁ ଗୁରୁତ୍ୱ ଦେଇ ହରଡ଼ଘଣାରେ ପଡ଼ିପାରନ୍ତି।
ଧନୁ
ଧନୁ
ପଡ଼ୋଶୀଙ୍କ ସହ ସାଧାରଣ କଥାରେ ଯୁକ୍ତିତର୍କ କଳହର ରୂପ ନେଇପାରେ। କାର୍ଯ୍ୟପଦ୍ଧତି ବଦଳାଇ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ ଲାଭ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରି ଭୁଲ୍‌ ସ୍ବୀକାର କରିବାକୁ ବାଧ୍ୟ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ମଧ୍ୟରେ ଚଳିବାକୁ ପଡ଼ିବ।
ମକର
ମକର
ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ବନ୍ଧୁଙ୍କ ସହ ବାକ୍ୟାଳାପ କରି ସମାଲୋଚିତ ହୋଇପାରନ୍ତି। ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ହେତୁ ଖୁସି ରହିପାରନ୍ତି। ବନ୍ଧୁଙ୍କଠାରୁ କିଛି ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହେବ। ବାରମ୍ବାର ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ଆପଣଙ୍କ ଦ୍ୱିରୁକ୍ତି ବନ୍ଧୁମାନଙ୍କ ମଧ୍ୟରେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିପାରେ। ଆପଣଙ୍କ ନୂଆଁ କାମଟିରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ।
ମୀନମୀନ
କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜ ଲୋକଙ୍କ ଈର୍ଷାପରାୟଣତା ହେତୁ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ ସମସ୍ୟା ସୃଷ୍ଟି ସୂଚନା ରହିଛି। ସାମାଜିକ ସ୍ତରରେ ପରର ଛିଦ୍ରକଥା ଶୁଣି ମନକୁ ବିଷାକ୍ତ କରି ପାରନ୍ତି। ନିଜ ଉଦାରତା ଗୁଣରୁ ଅନ୍ୟମାନଙ୍କୁ ଖୁସି କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri