Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ପରିବାର ଓ କର୍ମକ୍ଷେତ୍ରର ସମସ୍ୟା ମନକୁ ବିଷାକ୍ତ କରିବ। ପ୍ରତ୍ୟେକ ଘଟଣାକୁ ସନ୍ଦେହ କରିବା କାରଣରୁ ମନ ଭଲ ରହି ନ ପାରେ। ଅବଶ୍ୟ ସାମାଜିକ ସ୍ତରରେ ମଉଜିଆ କଥା କହି ବନ୍ଧୁ ଗହଣରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟକୁ ନେଇ ଚିନ୍ତିତ ରହିବେ ସତ, କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ।
ବୃଷ
ବୃଷ
ପୂର୍ବରୁ ପରିଶୋଧ କରିବାକୁ ଥିବା ଋଣ, ଦୂରଯାତ୍ରା ଓ ବନ୍ଧୁବର୍ଗଙ୍କ ବିଷୟରେ ଚିନ୍ତା କରିବେ। କର୍ମକ୍ଷେତ୍ରରେ ସ୍ନେହ, ସହାନୁଭୂତି ଯୋଗୁ ଦୁଃଖ କିଛି କ୍ଷଣ ପାଇଁ ଭୁଲିଯିବେ। ମନରେ ଘାରି ହେଉଥିବା ଘଟଣାଗୁଡ଼ିକ ସମାଧାନ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ପୁରାତନ ରୋଗର ପ୍ରାଦୁର୍ଭାବ କ୍ରମଶଃ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟରେ ଧୈର୍ଯ୍ୟ ଓ ସହନଶୀଳତା ଗୁଣରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କାଟିବେ। ବନ୍ଧୁଙ୍କୁ ସାହାଯ୍ୟ କରିବାରେ ସମର୍ଥ ହେବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସମସ୍ୟା ଦେଖା ଦେବ, କିନ୍ତୁ ଅସୁବିଧା ହେବନି। ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ହେତୁ କୌଣସି ନିଷ୍ପତ୍ତି ନେବାରେ ବିଳମ୍ବ ହେବ।
କର୍କଟ
କର୍କଟ
ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ଓ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି। ସାହିତ୍ୟ, କ୍ରୀଡ଼ା, ଶିଳ୍ପ, ବାଣିଜ୍ୟ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଦୈନନ୍ଦିନ ଜୀବନଚର୍ଯ୍ୟା ଆଶା ଓ ନିରାଶା ମଧ୍ୟରେ ଦିନଟି ବିତେଇବେ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି। କାହାଠାରୁ କିଛି ନିଜ ଘର ବିଷୟରେ ଶୁଣି ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ପ୍ରଶଂସାଯୋଗ ରହିଛି।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରିବା ଭଲ ହେବ। କେତେକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ସହକର୍ମୀଙ୍କ ଖାମଖିଆଲ ନୀତି ଫଳରେ କାମଗୁଡ଼ିକ ବିଶୃଙ୍ଖଳିତ ହେବ। ଆଜି ସକାଳୁ ସକାଳୁ ବୁଲିବା ସାଙ୍ଗକୁ କିଛି ନୂତନ ଖବର ପାଇବାର ସୁଯୋଗ ଜୁଟିବ। ଦୂରରେ ଥିବା ସନ୍ତାନଙ୍କଠାରୁ ସୁଖବର ପାଇବେ।
ତୁଳା
ତୁଳା
ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ଆଦୌ ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଗତକାଲିର ଯୋଜନା ଠିକ୍‌ ଭାବରେ ସମ୍ପନ୍ନ କରିବା ପାଇଁ ବହୁତ ପ୍ରକାରର ଚେଷ୍ଟା କରିପାରନ୍ତି।
ବିଛା
ବିଛା
ଆଜି ଦିନଟିରେ ଏକ ମଧୁର ଅନୁଭୂତିକୁ ନେଇ ଦିନଟି କଟିବ। ଆଶା କରିଥିବା ଅର୍ଥ ସାମାନ୍ୟ ବିଳମ୍ବରେ ପାଇବେ। ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଘରେ ବନ୍ଧୁମିଳନ ଓ ଖୁସିର ଆସର ଜମିପାରେ। ବିଦେଶରେ ଥିବା ବନ୍ଧୁ ଆସିପାରନ୍ତି।
ଧନୁ
ଧନୁ
ଆଜି ଆକସ୍ମିକ କଳହ, ଅନ୍ୟମନସ୍କ କାରଣରୁ କିମ୍ବା ଚୋରିଜନିତ ଧନହାନିର ସୂଚନା ରହିଛି। ଆଦୌ ପଟୁନଥିବା ବ୍ୟକ୍ତିମାନଙ୍କ ଦ୍ୱାରା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ। ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସନ୍ତାନହେତୁକ ଚିନ୍ତା ଦୂର ହେବ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ କାମଗୁଡ଼ିକ ଆଶାନୁରୂପ ହେବା କାରଣରୁ ମନ ଖୁସି ହୋଇଯିବ। ଆପଣଙ୍କ ସୁଖ ସୌଭାଗ୍ୟ ଅନ୍ୟର ମନରେ ଈର୍ଷା ସୃଷ୍ଟି କରିପାରେ। ଅତିଥି କିମ୍ବା ବନ୍ଧୁଙ୍କ ମତିଗତି ଓ କାର୍ଯ୍ୟ କଳାପରେ ଆନନ୍ଦିତ ହେବା ବଦଳରେ ଅସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ପରିସ୍ଥିତିରେ ପଡ଼ି କରଜ କରିବାକୁ ବାଧ୍ୟ ହେବେ। ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ନିର୍ଦ୍ଦିଷ୍ଟ ସ୍ଥାନରେ ଉପସ୍ଥିତ ନଥିବା ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ଅଫିସରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିପାରନ୍ତି।
ମୀନମୀନ
ନିଜର ପ୍ରିୟଜନ ଓ ପ୍ରତ୍ୟେକ ଦିଗରୁ ସାହାଯ୍ୟ, ସହଯୋଗର ସୁଅ ବହି ଆସିବ। ବ୍ୟବସାୟ, ପରିବହନ, ସଭାସମିତି, ଆନୁଷ୍ଠାନିକ କାମ ଓ କଚେରି ମାମଲା କ୍ଷେତ୍ରରୁ ଶୁଭ ଫଳ ପାଇବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri