Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ପରିବାର ଓ କର୍ମକ୍ଷେତ୍ରର ସମସ୍ୟା ମନକୁ ବିଷାକ୍ତ କରିବ। ପ୍ରତ୍ୟେକ ଘଟଣାକୁ ସନ୍ଦେହ କରିବା କାରଣରୁ ମନ ଭଲ ରହି ନ ପାରେ। ଅବଶ୍ୟ ସାମାଜିକ ସ୍ତରରେ ମଉଜିଆ କଥା କହି ବନ୍ଧୁ ଗହଣରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟକୁ ନେଇ ଚିନ୍ତିତ ରହିବେ ସତ, କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ।
ବୃଷ
ବୃଷ
ପୂର୍ବରୁ ପରିଶୋଧ କରିବାକୁ ଥିବା ଋଣ, ଦୂରଯାତ୍ରା ଓ ବନ୍ଧୁବର୍ଗଙ୍କ ବିଷୟରେ ଚିନ୍ତା କରିବେ। କର୍ମକ୍ଷେତ୍ରରେ ସ୍ନେହ, ସହାନୁଭୂତି ଯୋଗୁ ଦୁଃଖ କିଛି କ୍ଷଣ ପାଇଁ ଭୁଲିଯିବେ। ମନରେ ଘାରି ହେଉଥିବା ଘଟଣାଗୁଡ଼ିକ ସମାଧାନ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ପୁରାତନ ରୋଗର ପ୍ରାଦୁର୍ଭାବ କ୍ରମଶଃ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟରେ ଧୈର୍ଯ୍ୟ ଓ ସହନଶୀଳତା ଗୁଣରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କାଟିବେ। ବନ୍ଧୁଙ୍କୁ ସାହାଯ୍ୟ କରିବାରେ ସମର୍ଥ ହେବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସମସ୍ୟା ଦେଖା ଦେବ, କିନ୍ତୁ ଅସୁବିଧା ହେବନି। ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ହେତୁ କୌଣସି ନିଷ୍ପତ୍ତି ନେବାରେ ବିଳମ୍ବ ହେବ।
କର୍କଟ
କର୍କଟ
ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ଓ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି। ସାହିତ୍ୟ, କ୍ରୀଡ଼ା, ଶିଳ୍ପ, ବାଣିଜ୍ୟ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଦୈନନ୍ଦିନ ଜୀବନଚର୍ଯ୍ୟା ଆଶା ଓ ନିରାଶା ମଧ୍ୟରେ ଦିନଟି ବିତେଇବେ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି। କାହାଠାରୁ କିଛି ନିଜ ଘର ବିଷୟରେ ଶୁଣି ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ପ୍ରଶଂସାଯୋଗ ରହିଛି।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରିବା ଭଲ ହେବ। କେତେକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ସହକର୍ମୀଙ୍କ ଖାମଖିଆଲ ନୀତି ଫଳରେ କାମଗୁଡ଼ିକ ବିଶୃଙ୍ଖଳିତ ହେବ। ଆଜି ସକାଳୁ ସକାଳୁ ବୁଲିବା ସାଙ୍ଗକୁ କିଛି ନୂତନ ଖବର ପାଇବାର ସୁଯୋଗ ଜୁଟିବ। ଦୂରରେ ଥିବା ସନ୍ତାନଙ୍କଠାରୁ ସୁଖବର ପାଇବେ।
ତୁଳା
ତୁଳା
ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ଆଦୌ ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଗତକାଲିର ଯୋଜନା ଠିକ୍‌ ଭାବରେ ସମ୍ପନ୍ନ କରିବା ପାଇଁ ବହୁତ ପ୍ରକାରର ଚେଷ୍ଟା କରିପାରନ୍ତି।
ବିଛା
ବିଛା
ଆଜି ଦିନଟିରେ ଏକ ମଧୁର ଅନୁଭୂତିକୁ ନେଇ ଦିନଟି କଟିବ। ଆଶା କରିଥିବା ଅର୍ଥ ସାମାନ୍ୟ ବିଳମ୍ବରେ ପାଇବେ। ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଘରେ ବନ୍ଧୁମିଳନ ଓ ଖୁସିର ଆସର ଜମିପାରେ। ବିଦେଶରେ ଥିବା ବନ୍ଧୁ ଆସିପାରନ୍ତି।
ଧନୁ
ଧନୁ
ଆଜି ଆକସ୍ମିକ କଳହ, ଅନ୍ୟମନସ୍କ କାରଣରୁ କିମ୍ବା ଚୋରିଜନିତ ଧନହାନିର ସୂଚନା ରହିଛି। ଆଦୌ ପଟୁନଥିବା ବ୍ୟକ୍ତିମାନଙ୍କ ଦ୍ୱାରା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ। ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସନ୍ତାନହେତୁକ ଚିନ୍ତା ଦୂର ହେବ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ କାମଗୁଡ଼ିକ ଆଶାନୁରୂପ ହେବା କାରଣରୁ ମନ ଖୁସି ହୋଇଯିବ। ଆପଣଙ୍କ ସୁଖ ସୌଭାଗ୍ୟ ଅନ୍ୟର ମନରେ ଈର୍ଷା ସୃଷ୍ଟି କରିପାରେ। ଅତିଥି କିମ୍ବା ବନ୍ଧୁଙ୍କ ମତିଗତି ଓ କାର୍ଯ୍ୟ କଳାପରେ ଆନନ୍ଦିତ ହେବା ବଦଳରେ ଅସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ପରିସ୍ଥିତିରେ ପଡ଼ି କରଜ କରିବାକୁ ବାଧ୍ୟ ହେବେ। ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ନିର୍ଦ୍ଦିଷ୍ଟ ସ୍ଥାନରେ ଉପସ୍ଥିତ ନଥିବା ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ଅଫିସରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିପାରନ୍ତି।
ମୀନମୀନ
ନିଜର ପ୍ରିୟଜନ ଓ ପ୍ରତ୍ୟେକ ଦିଗରୁ ସାହାଯ୍ୟ, ସହଯୋଗର ସୁଅ ବହି ଆସିବ। ବ୍ୟବସାୟ, ପରିବହନ, ସଭାସମିତି, ଆନୁଷ୍ଠାନିକ କାମ ଓ କଚେରି ମାମଲା କ୍ଷେତ୍ରରୁ ଶୁଭ ଫଳ ପାଇବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri