Posted inRasifala

ରାଶିଫଳ:ଗୁରୁବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ଆଜି ଅସ୍ବାଭାବିକ ଚିନ୍ତାଧାରାରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ନିରୁତ୍ସାହିତ ରହିବେ। ବନ୍ଧୁବାନ୍ଧବ, ସହକର୍ମୀ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଫିସକୁ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ଆଜି ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହେତୁ ମନ ବିଶେଷ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜି ଯେଉଁ ଆଶା ନେଇ କାର୍ଯ୍ୟ କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ଅଭାବ ରହିବନି, ଆବଶ୍ୟକତା ପୂରଣ ହେଲେ ମଧ୍ୟ ହାତ ଖାଲି ରହିବ। କର୍ମକ୍ଷେତ୍ରରେ ଜଣେ ଅଜଣା ବ୍ୟକ୍ତି ଆପଣଙ୍କୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଯେଉଁ କାମ ଗତକାଲିଠାରୁ କରିବା ପାଇଁ ବିଚାର କରିଥିଲେ ଆଜି ତାହା ବଦଳିଯିବ। କିଛି ସାହାଯ୍ୟ କରିବାକୁ କହିଥିବା ବ୍ୟକ୍ତିଟି ନାସ୍ତିବାଣୀ ଶୁଣାଇପାରନ୍ତି। ନିକଟସ୍ଥ ବ୍ୟକ୍ତି ପରୋକ୍ଷ ସମାଲୋଚନା କରିପାରନ୍ତି। ଆଜି ପ୍ରଶାସନ, ଆଇନ, ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ।
କନ୍ୟା
ଆଜି ସକାଳୁ ସକାଳୁ ମନଟା କୌଣସି କାରଣରୁ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କର କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରର ଅଧିକାଂଶ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ଲାଭବାନ ହେବେ। କଚେରି ମାମଲା, ପ୍ରଶାସନିକ କ୍ଷେତ୍ର, ସାମ୍ବାଦିକତା, ସକାଶେ ଚିନ୍ତା ବଢ଼ିପାରେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହୋଇପଡ଼ିବ। ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ସାଧାରଣ କଥାକୁ ଗୁରୁତର ସହ ବିଚାରକୁ ନେଇ ହରଡ଼ଘଣାରେ ପଡ଼ିପାରନ୍ତି।
ଧନୁ
ଧନୁ
ସକାଳୁ ସକାଳୁ ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇ କଳହର ରୂପ ନେଇପାରେ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ ଲାଭ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ମଧ୍ୟରେ ଚଳିବାକୁ ପଡ଼ିବ।
ମକର
ମକର
ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ବନ୍ଧୁଙ୍କ ସହ ବାକ୍ୟାଳାପ କରି ସମାଲୋଚିତ ହେବେ। ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ହେତୁ ଖୁସି ରହିପାରନ୍ତି। ବନ୍ଧୁଙ୍କଠାରୁ କିଛି ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ଭାବନା ସୃଷ୍ଟି ହେବ। ମିତ୍ରମାନେ ପରୋକ୍ଷ ଶତ୍ରୁତା କରିବା ସାଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
କୁମ୍ଭ
କୁମ୍ଭ
ଆଜି ଆପଣଙ୍କ ଦ୍ୱିରୁକ୍ତି ବନ୍ଧୁଙ୍କ ମଧ୍ୟରେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିପାରେ। କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ।
ମୀନମୀନ

ସନ୍ତାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ସକାଶେ ଦୁଶ୍ଚିନ୍ତା ଓ ଲେଖାପଢ଼ାରେ ଶିଥିଳତା ମୁଖ୍ୟ ସମସ୍ୟା ହୋଇପାରେ। କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜ ଲୋକଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କୌଣସି ସମସ୍ୟା ସୃଷ୍ଟି ହେବାର ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri