Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟ ଅବସ୍ଥାନ କରିବା କଷ୍ଟକର ହୋଇପାରେ। ଯାତ୍ରା, ବିବାଦ, ଗୃହାରମ୍ଭ କ୍ଷେତ୍ରରେ ସତର୍କତା ରକ୍ଷା ନ କଲେ ସମସ୍ୟାର ସମ୍ମୁଖୀନ ହେବେ। ପରିବାର ଓ କର୍ମକ୍ଷେତ୍ରର ସମସ୍ୟା ସମ୍ପର୍କରେ ଚିନ୍ତା କରି ମନକୁ ବିଷାକ୍ତ କରିପାରନ୍ତି। କୃତ୍ତିକା ନକ୍ଷତ୍ର ମଉଜିଆ କଥା କହି ବନ୍ଧୁମାନଙ୍କୁ ଆପ୍ୟାୟିତ କରିପାରନ୍ତି।
ବୃଷ
ବୃଷ
ପୂର୍ବରୁ ପରିଶୋଧ କରିବାକୁ ଥିବା ଋଣ, ଦୂରଯାତ୍ରା ଓ ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦୁଶ୍ଚିନ୍ତାରେ ସମୟ ଅତିବାହିତ ହେବ। କର୍ମକ୍ଷେତ୍ରରେ ସ୍ନେହ, ସହାନୁଭୂତି ଯୋଗୁ ଦୁଃଖ ଭୁଲିଯିବେ। ମନରେ ଘାରି ହେଉଥିବା ଘଟଣା ସମାଧାନ ସକାଶେ ପରିବାରରୁ ସମର୍ଥନ ପାଇବେ ନାହିଁ। ମୃଗଶିରା ନକ୍ଷତ୍ର ସକାଶେ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇପାରେ।
ମିଥୁନ
ମିଥୁନ
ଆର୍ଥିକ ଉନ୍ନତି, ସମସ୍ୟା ସମାଧାନ ଓ ବନ୍ଧୁ ସମ୍ପର୍କ ସୃଷ୍ଟିରେ ସହାୟକ ହେବ। ପୁନର୍ବସୁ ନକ୍ଷତ୍ର ସମ୍ପର୍କୀୟଙ୍କ ସହଯୋଗ ନେଇ ବନ୍ଧୁଙ୍କୁ ସାହାଯ୍ୟ କରିବାରେ ସମର୍ଥ ହେବେ। ପରିବହନ ଓ ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ମାନସିକ ଦ୍ୱନ୍ଦ୍ୱ ହେତୁ କୌଣସି ନିଷ୍ପତ୍ତି ନେବାରେ ପଛେଇ ଯାଇପାରନ୍ତି।
କର୍କଟ
କର୍କଟ
ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ଅସୁବିଧା ହେବନାହିଁ। ପୁଷ୍ୟା ନକ୍ଷତ୍ର ସକାଶେ କଳା, ସାହିତ୍ୟ, କ୍ରୀଡ଼ା ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ଆଜି ଶତ୍ରୁମାନଙ୍କ କ୍ରୂରତାର ପ୍ରଭାବ ଆପଣଙ୍କର କିଛି କ୍ଷତି କରିପାରିବ ନାହିଁ।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ ଏବଂ ପଦସ୍ଥ ବ୍ୟକ୍ତିଙ୍କ ସୌହାର୍ଦ୍ଦ୍ୟ ଲାଭ କରିବେ। ଈର୍ଷାପରାୟଣ ବନ୍ଧୁଙ୍କ ଦ୍ୱାରା କର୍ମକ୍ଷେତ୍ରରେ ବାଧା ଉପୁଜିପାରେ। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରି ଗାଳି ଶୁଣିପାରନ୍ତି। ମଘା ନକ୍ଷତ୍ର ପରିବାରର କୌଣସି ବ୍ୟତିକ୍ରମ କଥା ଚିନ୍ତାକରି ବ୍ୟସ୍ତ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ସହକର୍ମୀଙ୍କ ଖାମଖିଆଲ କାର୍ଯ୍ୟପଦ୍ଧତି ଫଳରେ କାମ ବିଶୃଙ୍ଖଳିତ ହୋଇପାରେ। ଆଜି ସକାଳୁ ବୁଲିବା ସାଙ୍ଗକୁ କିଛି ନୂତନ ଖବର ପାଇବାର ସୁଯୋଗ ଜୁଟିଯିିବ। ଆଇନ ଅଦାଲତ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜି ହସ୍ତା ନକ୍ଷତ୍ର ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ କାମକୁ ପ୍ରାଧାନ୍ୟ ଦେଇପାରନ୍ତି।
ତୁଳା
ତୁଳା
ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ନିକଟରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଗୃହକୁ ମୂଲ୍ୟବାନ୍‌ ପଦାର୍ଥ ଆଣିପାରନ୍ତି। ଯେତେ ଭଲ କାମ କଲେ ମଧ୍ୟ ଟିକିଏ ଟିକିଏ କଥାରେ ଚିହ୍ନା ପଡ଼ି ସମାଲୋଚିତ ହେବେ। ସ୍ବାତୀ ନକ୍ଷତ୍ର ପାଇଁ ଆଜିର ଯାତ୍ରା, ବ୍ୟବସାୟ ଏବଂ ବିବାଦୀୟ ପରିସ୍ଥିତିରେ କୌଣସି ଅସୁବିଧା ରହିବ ନାହିଁ।
ବିଛା
ବିଛା
ବନ୍ଧୁଙ୍କ ଜରିଆରେ ଆଶା କରିଥିବା ଅର୍ଥ ବିଳମ୍ବରେ ପାଇବେ। ପରୋକ୍ଷ ଶତ୍ରୁତାରୁ ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ। ପୂର୍ବ ନିର୍ଦ୍ଧାରିତ ଯୋଜନାନୁସାରେ ଅନୁରାଧାର ଘରେ ବନ୍ଧୁମିଳନ ଓ ଖୁସିର ଆସର ଜମିପାରେ। ବିଗତ ଦିନର ଘଟଣାକୁ କେନ୍ଦ୍ର କରି କର୍ମକ୍ଷେତ୍ରରେ ଅଘଟଣ ଆଶଙ୍କା କରି ବିବ୍ରତ ହୋଇପାରନ୍ତି।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ରର ସତର୍କତାର ଅଭାବରୁ ଧନହାନିର ଆଶଙ୍କା ଦେଖାଦେବ। ଜମା ପଟୁନଥିବା ବ୍ୟକ୍ତିଙ୍କ ଦ୍ୱାରା ସମସ୍ୟା ଭିତରକୁ ଟାଣି ହୋଇଯିବେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କଷ୍ଟକର ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅନୁତାପ କରିବାକୁ ସମୟ ପାଇବେ ନାହିଁ।
ମକର
ମକର
ଶ୍ରବଣା ନକ୍ଷତ୍ର ସକାଶେ ଚେଷ୍ଟା କରୁଥିବା କାମ ଆଶାନୁରୂପ ହେବାରୁ ମନ ପ୍ରଫୁଲ୍ଲ ରହିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, କାରିଗରି, ପରିବହନରେ ପ୍ରତିବନ୍ଧକର ସାମ୍ନା କରିବେ। ଆର୍ଥିକ ସ୍ବଚ୍ଛଳତା ଥିଲେ ମଧ୍ୟ ପାରିବାରିକ ଅସ୍ଥିରତାରୁ ଶାନ୍ତି ବ୍ୟାହତ ହେବ।
କୁମ୍ଭ
କୁମ୍ଭ
ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ନିର୍ଦ୍ଦିଷ୍ଟ ସ୍ଥାନରେ ଉପସ୍ଥିତ ନଥିବା ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ଶତଭିଷା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ କୌଣସି ଘଟଣା ବିବ୍ରତ କରିପାରେ। ଯାତ୍ରା, ପ୍ରଶାସନ, ଆଇନ, ସାହିତ୍ୟ କ୍ଷେତ୍ରରେ ସୁଫଳ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ ନ କଲେ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି।
ମୀନମୀନ

କାର୍ଯ୍ୟ ସାଧନ ସକାଶେ ପ୍ରତ୍ୟେକ ଦିଗରୁ ସାହାଯ୍ୟର ସୁଅ ବହିବ। ଉତ୍ତରଭାଦ୍ର ନକ୍ଷତ୍ରର ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ବ୍ୟବସାୟ ପ୍ରତିଷ୍ଠାନ, ନୂତନ ଯୋଜନା, ନିର୍ମାଣାଧୀନ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟିହେବ। ସ୍ଥଗିତ କାର୍ଯ୍ୟ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri