Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରେ ଉତ୍ସାହ ସଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଅଟକିଥିବା କାମ ପୂରା ଦମ୍‌ରେ କରିବା ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। ସଭାସମିତି, ମନୋରଞ୍ଜନ, ବୈବାହିକ କାମ କିମ୍ବା କୌଣସି ନୂତନ କର୍ମାରମ୍ଭ କରିବାରେ ବ୍ୟସ୍ତ ରହିପାରନ୍ତି।
ବୃଷ
ବୃଷ
ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ଅନ୍ୟମାନେ ସହି ନ ପାରି ବିଭିନ୍ନ ମନ୍ତବ୍ୟ ଦେଇପାରନ୍ତି। ସବୁ କାମରେ ଆଗୁଆ ରହିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ବନ୍ଧୁଙ୍କଠାରୁ ହଠାତ୍‌ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।
ମିଥୁନ
ମିଥୁନ
ଆଜି ଯେତିକି ପାଇବେ ପ୍ରତିଦାନରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିବ। ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ କାମ କଲେ ଅନୁତାପ କରିବାକୁ ପଡ଼ିପାରେ। ଆନୁଷ୍ଠାନିକ କାମରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ତଥାପି ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
କର୍କଟ
କର୍କଟ
ବନ୍ଧୁଙ୍କ କଥାକୁ ଭାଙ୍ଗି ନ ପାରି ସକାଳୁ କୌଣସି କାମରେ ନିଜକୁ ହଜାଇଦେବେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରି ବିଫଳ ହେବେ। କର୍ମକ୍ଷେତ୍ରରେ ପାରୁପର୍ଯ୍ୟନ୍ତ ଚେଷ୍ଟା କରି କାମ କଲେ ମଧ୍ୟ ପଦୁଟିଏ ପ୍ରଶଂସା ଶୁଣିବାକୁ ମିଳିବ ନାହିଁ। ଘରୋଇ କଥାରେ କିଛି ମତ ପାର୍ଥକ୍ୟ ସୃଷ୍ଟି ହେବାରୁ ଆଲୋଚନା ଅସମାପ୍ତ ରହିଯିବ।
ସି˚ହ
ସି˚ହ
ଅସଫଳତାର ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ। ପରିସ୍ଥିତି ବଶତଃ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ ଦୂରସ୍ଥାନକୁ ଯିବାକୁ ପଡିବ। ପୃଷ୍ଠପୋଷକତା ଅଭାବରୁ କାମଗୁଡ଼ିକ ସୁବିଧାରେ ହେବା କଷ୍ଟକର ହୋଇପଡିବ। କୌଣସି ଲୋକର ଚାପର ପ୍ରଭାବରୁ ଧୀରେ ସୁସ୍ଥେ କାମ କରିବାକୁ ବାଧ୍ୟ ହେବେ।
କନ୍ୟା
ଆଜି ଫେରିବା ବେଳକୁ ଯିବା ସମୟର ଆନନ୍ଦ ମନରେ ଆଉ ନ ଥିବ ଏବଂ ନିରାଶ ମନରେ ଫେରିବେ। ଶତ୍ରୁମାନେ ପଛରେ ନାନାଦି କଥା କହିପାରନ୍ତି। ରୋଗୀଣା ସ୍ବାସ୍ଥ୍ୟରେ ସମାନ୍ୟ ବ୍ୟତିକ୍ରମ ଦେଖାଦେବ,ବିଶେଷତଃ ଖାଦ୍ୟପେୟରେ ସତର୍କ ରହନ୍ତୁ। ସତର୍କତା ଅଭାବରୁ ବ୍ୟବସାୟ କ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି।
ତୁଳା
ତୁଳା
ବନ୍ଧୁଙ୍କଠାରୁ ବାଧିଲାଭଳି କଥା ଶୁଣି ସବୁ ଆନନ୍ଦ ପାଣି ଫୋଟକା ପରି ମିଳାଇ ଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆଜି ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ମସ୍‌ଗୁଲ୍‌ ରହିବେ।
ବିଛା
ବିଛା
ଯେତେଟା ଓ ଯେପରି ଆଶଙ୍କା କରୁଥିଲେ ସେପରି କିଛି ହେବନି, ବରଂ କୌଣସି ଖୁସୀର ଖବର ପାଇବେ। ଅନ୍ୟମାନେ କ୍ରମଶଃ ଦୂରେଇ ରହୁଥିବାର ଅନୁଭବ କରିବେ, ଫଳରେ ମନ ଭଲ ରହିବ ନାହିଁ। କଳା, ସାହିତ୍ୟ ଓ ବନ୍ଧୁ ମିଳନ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ଧନୁ
ଧନୁ
ବୁଧଙ୍କ ପ୍ରଭାବରୁ ଅପ୍ରିୟ ସତ୍ୟ ଭାଷଣଜନିତ ମତାନ୍ତରର ସମ୍ଭାବନା ମଧ୍ୟ ରହିଛି। ଭାଙ୍ଗି ପଡ଼ିଥିବା ସମ୍ପକର୍କୁ ପୁଣି ଯୋଡ଼ିବା ସକାଶେ ଚେଷ୍ଟା କରି ମଧ୍ୟ କିଛି ଲାଭ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି କରିବେ। ଦୀର୍ଘଦିନରୁ ଭିତରେ ଭିତରେ କୁହୁଳୁଥିବା ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ।
ମକର
ମକର
ଦିନଟି ସବୁ ଦିଗରୁ ଭଲରେ ଯିବ, କଅଁଳ କଥା କହି ପରକୁ ମଧ୍ୟ ଆପଣାର କରିପାରିବେ। ପ୍ରଶଂସା ଓ ପ୍ରୋତ୍ସାହନ ପାଇ ନିଜର ଭାବାବେଗକୁ ରୋକିପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ, ମାତ୍ର ବହୁତ ତକଲିପି ସହିବାକୁ ପଡ଼ିବ। କିନ୍ତୁ ମନଟା କେଜାଣି କାହିଁକି ଏକ ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନଟା ଭାରାକ୍ରାନ୍ତ ରହିବ। ଶାରୀରିକ ଅସୁସ୍ଥତାଜନିତ କାମଗୁଡିକ ଶୃଙ୍ଖଳିତ ହେବା କଷ୍ଟକର ହୋଇପାରେ। ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ମୀନମୀନ
ଆଜି ଯେତେ ପ୍ରତିବନ୍ଧକ ଆସୁନା କାହିଁକି ସହଜରେ ଅଧୈର୍ଯ୍ୟ ହେବେ ନାହିଁ। ଶେଷ ସମୟ ପର୍ଯ୍ୟନ୍ତ ଚେଷ୍ଟା ଜାରି ରଖିଲେ ନିଶ୍ଚିତ ଉଦ୍ଦେଶ୍ୟ ପୂରଣ ହୋଇପାରିବ। ତଥାପି ପାରିବାରିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିପାରେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ମଧ୍ୟାହ୍ନରେ ଉଚ୍ଚବାଚ ଘଟିବାର ଆଶଙ୍କା ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri