Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ
ଚନ୍ଦ୍ର କେନ୍ଦ୍ରସ୍ଥ ଗୁରୁ ଗଜକେଶରୀ ଯୋଗ ସୃଷ୍ଟି କରୁଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରା, ମାଙ୍ଗଳିକ କାମ, ସୁନ୍ଦର ପାରିବାରିକ ଜୀବନ ଅତିବାହିତ କରିବେ। ସାମାଜିକ ସ୍ତରରେ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ ଏବଂ ଆତ୍ମୀୟ ସ୍ବଜନଙ୍କୁ ପାଇ ଖୁସି ହୋଇଯିବେ।
ବୃଷ
ବୃଷ
ବୁଧଯୁକ୍ତ ଶୁକ୍ରଜନିତ ଅଟକିଥିବା କାମ ସମ୍ପନ୍ନରେ ସମର୍ଥ ହେବେ। ସବୁଥିରେ ଆଗୁଆ ରହି କାମ କରିବା ହେତୁ କ୍ଳାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କଠାରୁ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟାରୁ ମନ ଭାରାକ୍ରାନ୍ତ ରହିବ। ସାଧାରଣ କଥାକୁ କେନ୍ଦ୍ରକରି କୌଣସି ବନ୍ଧୁ କ୍ଷୁବ୍ଧ ହୋଇ ପାରନ୍ତି।
ମିଥୁନ
ମିଥୁନ
ଆଜି ଯେତିକି ପାଇବେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିବ। ସାମାଜିକ ସ୍ତରରେ କୌଣସି କାର୍ଯ୍ୟ ସମ୍ପନ୍ନ କାରଣରୁ ସମ୍ପର୍କୀୟଙ୍କ ପ୍ରଶଂସାରେ ମସ୍‌ଗୁଲ ହୋଇ ଉଠିବେ। ବୃହସ୍ପତିଙ୍କ ହେତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଆରଦ୍ରା ପରିଶ୍ରମ ମୁତାବକ ଫଳ ନ ପାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ।
କର୍କଟ
କର୍କଟ
ସ୍ବଗୃହୀ ଚନ୍ଦ୍ର ହେତୁ ଆରୋଗ୍ୟ ଲାଭରୁ ଆଶ୍ୱସ୍ତି ଲଭିବେ। ବନ୍ଧୁଙ୍କ କଥାକୁ ଭାଙ୍ଗି ନ ପାରି ସକାଳୁ କୌଣସି କାମରେ ନିଜକୁ ହଜାଇ ଦେଇପାରନ୍ତି। କର୍ମକ୍ଷେତ୍ରରେ ନିଃସ୍ବାର୍ଥପର କାମ କଲେ ମଧ୍ୟ ପ୍ରଶଂସା ଶୁଣିବାକୁ ମିଳିବ ନାହିଁ। ପରିବହନରେ ଅଭିଯୋଗ ଆସିପାରେ କିମ୍ବା ଘରୋଇ କଥାରେ କିଛି ମତ ପାର୍ଥକ୍ୟ ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ରବି ସହ ମଙ୍ଗଳଙ୍କ ସଂଯୋଗ ହେତୁ ଅସଫଳତାର ଚିନ୍ତାଧାରା ମନକୁ ବିବ୍ରତ କରିପାରିବ ନାହିଁ। ପରିସ୍ଥିତି ବଶତଃ ବାଧ୍ୟବାଧକତାରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପୃଷ୍ଠପୋଷକତା ଅଭାବରୁ କାମଗୁଡ଼ିକ ସୁବିଧାରେ ହେବା କଷ୍ଟକର ହୋଇ ପଡ଼ିବ। କାର୍ଯ୍ୟ ହାସଲ ସକାଶେ ଅର୍ଥାଭାବ ପ୍ରତ୍ୟେକ କାମକୁ ବିଳମ୍ବିତ କରିବ।
କନ୍ୟା
ଅଷ୍ଟମସ୍ଥ ବୃହସ୍ପତିଙ୍କ ଯୋଗୁ ଫେରିବା ବେଳକୁ ଯିବା ସମୟର ଆନନ୍ଦ ଆଉ ରହିବ ନାହିଁ। ରୋଗଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାରୁ ଚିନ୍ତିତ ରହିପାରନ୍ତି। ସତର୍କତା ଅବଲମ୍ବନ ନ କଲେ ବ୍ୟବସାୟରେ ଠକାମିରେ ପଡ଼ିପାରନ୍ତି। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତ ସୁଫଳ ଲାଭ କରି ଖୁସି ହେବେ।
ତୁଳା
ତୁଳା
ଆଜି ବନ୍ଧୁଙ୍କ ନିକଟରୁ ବାଧିଲା ଭଳି କଥା ଶୁଣି ସବୁ ଆନନ୍ଦ ପାଣି ଫୋଟକା ପରି କୁଆଡ଼େ ମିଳାଇ ଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦ୍ୱାଦଶରେ କେତୁ ଥିବାରୁ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ମସ୍‌ଗୁଲ୍‌ ରହିପାରନ୍ତି।
ବିଛା
ବିଛା
ବିବାଦୀୟ ପରିସ୍ଥିତିରେ ଯେତେଟା ଓ ଯେପରି ଆଶଙ୍କା, ସେମିତି କିଛି ହେବନି। ଚନ୍ଦ୍ରଙ୍କ ସୁପ୍ରଭାବରୁ କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ କ୍ଷେତ୍ରରେ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। କିଛି କାମ ହାସଲ କରିବା ସକାଶେ ଅନେକ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ।
ଧନୁ
ଧନୁ
ବୁଧଙ୍କ ପ୍ରଭାବରୁ ଅପ୍ରିୟ ସତ୍ୟ ଭାଷଣଜନିତ ମତାନ୍ତରର ସମ୍ଭାବନା ରହିଛି। ଭାଙ୍ଗି ପଡିଥିବା ସମ୍ପର୍କକୁ ପୁଣି ଯୋଡ଼ିବା ସକାଶେ ଚେଷ୍ଟା କରି କିଛି ଲାଭ ପାଇବେ ନାହିଁ। ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ପାରିବାରିକ ସମସ୍ୟାର ସମାଧାନ କରିବେ। କୌଣସି ନୂତନ କାମ ଆରମ୍ଭ କରିବା ପାଇଁ ମନ ବଳାଇପାରନ୍ତି।
ମକର
ମକର
ଦିନଟି ସବୁ ଦିଗରୁ ଭଲରେ ଯିବ। କଅଁଳ କଥା କହି ପରକୁ ଆପଣାର କରିବେ। ପ୍ରଶଂସା ଓ ପ୍ରୋତ୍ସାହନ ଲାଭ କରି ନିଜର ଭାବାବେଗକୁ ରୋକି ପାରିବେ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ମନଟା ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
କୁମ୍ଭ
କୁମ୍ଭ
କୌଣସି ନୂତନ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ ହେବାର ଉଜ୍ଜ୍ୱଳ ଆଶା ରହିଛି। ପୂର୍ବଭାଦ୍ରବ ନକ୍ଷତ୍ର ଯେତିକି ପାଇବେ, ତାହାଠାରୁ ଅଧିକ ଖର୍ଚ୍ଚ କରିବେ। ପ୍ରତ୍ୟେକ କ୍ଷେତ୍ରରେ କିଛି ନ ବୁଝି ନ ଶୁଝି କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ରେସ୍‌, ପବ୍ଲିକେଶନ, ଆଇନ ଅଦାଲତ, ଗବେଷଣା, ଅନୁସନ୍ଧାନ, ନିର୍ମାଣ କାମରୁ ସୁଫଳ ମିଳିବ।
ମୀନମୀନ

ଆଜି ଯେତେ ପ୍ରକାରର ପ୍ରତିବନ୍ଧକ ଆସୁନା କାହିଁକି ଆପଣ କେବେ ପଛକୁ ହଟିବେ ନାହିଁ। ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିପାରେ। ଗତକାଲିର ଯୋଜନା ଓ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଉପସ୍ଥିତ ପରିସ୍ଥିତି ପ୍ରତି ସତର୍କ ରହି କାମ କଲେ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri