Posted inRasifala

ରାଶିଫଳ: ସୋମବାର, ଜାନୁୟାରୀ ୩୧ ତାରିଖ – Daily Horoscope

ମେଷ
ଅତୀତ ଘଟଣା ମନରେ ବାରମ୍ବାର ଆଲୋଡ଼ନ ସୃଷ୍ଟି କରିବା କାରଣରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। କିନ୍ତୁ ପ୍ରିୟଜନମାନଙ୍କ ସହ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବା ସାମାଜିକ ସ୍ତରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଈର୍ଷା ପରାୟଣ ବ୍ୟକ୍ତିମାନେ କଟୁ ମନ୍ତବ୍ୟ ଦେଇ ପରିବେଶକୁ କଳୁଷିତ କରିପାରନ୍ତି।
ବୃଷ
ବୃଷ
ବିଳମ୍ବରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ, ମାତ୍ର ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ। ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ହାତ ସବୁବେଳେ ଖାଲି ରହିବା ଫଳରେ ନିଜ ପ୍ରିୟବ୍ୟକ୍ତିମାନେ ପାଖ ମାଡ଼ିବେ ନାହିଁ। ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜେନ୍‌ଶିପ୍‌ରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ଏଣୁ ଯାହା କିଛି କହିବେ ଭାବିଚିନ୍ତି କହନ୍ତୁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନ ହାଲୁକା ରହିପାରେ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପାରିବାରିକ ତିକ୍ତତା ବୃଦ୍ଧି ପାଇବାକୁ ନେଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କର୍କଟ
କର୍କଟ
ଖାଇବା ପିଇବାରେ ଅବହେଳା କରି ସ୍ବାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ, ମାତ୍ର ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଅଶ୍ଳେଷା ନକ୍ଷତ୍ରର ମନର ବଳ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କାର୍ଯ୍ୟ ସାଧନ କରିପାରନ୍ତି। କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବ।
ସି˚ହ
ସି˚ହ
ଆଜି ସକାଳୁ ହଠାତ୍‌ ବନ୍ଧୁ ଡାକରା ପାଇ ଦୂରଯାତ୍ରା କରିବେ। ପାରିବାରିକ ସ୍ତରରେ ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। କର୍ମକ୍ଷେତ୍ରରେ ବିବାଦୀୟ ପୃଷ୍ଠଭୂମିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ପରିବାରରେ କୌଣସି ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସ୍ତରରେ ବିଚଳିତ ରହିପାରନ୍ତି।
କନ୍ୟା
ସମସ୍ୟାର ସରଳ ସମାଧାନ ପୂର୍ବକ ପ୍ରତ୍ୟେକ କାର୍ଯ୍ୟକୁ ଯଥା ସମୟରେ ସମ୍ପନ୍ନ କରିବେ। ବନ୍ଧୁ କଥା ରଖି ଯଥା ସମୟରେ ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚତ୍ବେ। ପରିବାରରେ ପରୋକ୍ଷ ସମାଲୋଚନା କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କିଛିନା କିଛି କାରଣରୁ ଟେନ୍‌ସନ ଲାଗିରହିବ। ଆଖି ନ ଦେଖା କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ବ୍ୟବସାୟିକ କ୍ଷେତ୍ର ବିଶେଷ ଭଲ ନ ହେଲେ ମଧ୍ୟ ପ୍ରାୟତଃ ମନ୍ଦ ହେବନି। ସାହିତ୍ୟ, ରାଜନୀତି, ସାମ୍ବାଦିକତା ଆଇନ ଓ ଅଦାଲତ ତଥା ଲେଖାପଢ଼ାରୁ ଶୁଭଫଳ ପାଇବେ।
ବିଛା
ବିଛା
ନିଜର ଅବହେଳା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ସାହିତ୍ୟ, ସଙ୍ଗୀତ, ପ୍ରବଚନ, କଳା, ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ସନ୍ତାନହେତୁକ ଚିନ୍ତା ଦୂର ହେବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅଣହେଳା କରିପାରିବେ ନାହିଁ। ମନ ଭଲ ନ ରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କାମକୁ ସହଜରେ ସମାପନ କରିବାରେ ସଫଳତା ହାସଲ କରିପାରିବେ। ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
କୁମ୍ଭ
କୁମ୍ଭ
ନିଜର ଦୂରଦର୍ଶିତା ଓ ସମୟୋଚିତ ପଦକ୍ଷେପ କାରଣରୁ ପରିବାରରେ ସୁଖ ଶାନ୍ତି ଫେରି ଆସିବ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମୁଣ୍ଡବ୍ୟଥାର କାରଣ ହୋଇପାରେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ବିବାଦୀୟ ଘଟଣାରେ ଚିହ୍ନାପଡ଼ିବା ଠିକ୍‌ ହେବନାହିଁ।
ମୀନମୀନ
ଆଜି ହଠାତ୍‌ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିବ। କୌଣସି କାମ ହାସଲ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଜମିଜମା କିଣାବିକା କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri