Posted inRasifala

ରାଶିଫଳ: ଶନିବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ
ଆଜି ସମ୍ପର୍କୀୟ ଭାଇ, ପାଖ ପଡୋଶୀ, ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟ ମାନଙ୍କ ପ୍ରଶଂସାର ପାତ୍ର ହେବେ। ଇଛା ନଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ
ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦିତା, ସ୍ତ୍ରୀ ସମ୍ପର୍କରେ ଉନ୍ନତ ମାନର ଫଳ ପାଇବେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ସୃଷ୍ଟି ହେବ। ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଦାୟୀ ହେବାକୁ ପଡିପାରେ, ଏଣୁ ସତର୍କତାର ସହ କାମ କରିବା ଭଲ।
ମିଥୁନ
ମିଥୁନ
ଅଭାବ ଅସୁବିଧା ଲାଗି ରହିଥିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ। ବିଶେଷ କଷ୍ଟ ସ୍ବୀକାର କରିବା ପରେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କର୍କଟ
କର୍କଟ
କିଛି ସୁବିଧା ସଙ୍ଗକୁ କିଛି ଅସୁବିଧା ରହିଥିବାରୁ ମାନସିକ ଦ୍ୱନ୍ଦ ଭିତର ଦେଇ ଗତି କରିବେ। ପାରିବାରିିକ କ୍ଷେତ୍ର ବୁଝାମଣା ଭିତିରେ ଶୃଙ୍ଖଳିତ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ଫାଇଲ୍‌ କାମ ରେ ଅଧିକ ସମୟ ବିନିଯୋଗ କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିବ।
ସି˚ହ
ସି˚ହ
ଭିତରେ ରାଗରେ ଜଳୁଥିଲେ ମଧ୍ୟ ଉପରେ କିଛି କହିବାକୁ ସାହାସ କରି ପାରିବେ ନାହିଁ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜିବୀଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍‌ର ପରିସ୍ଥିତ ସେତେଟା ଜଟିଳ ହେବ ନାହିଁ। ପରିବାରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
କନ୍ୟା
କୈାଣସି ବନ୍ଧୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ। ପାରିବାରିକ ପ୍ରତିକୁଳ ପରିସ୍ଥିତି ଯୋଗୁଁ କର୍ମକ୍ଷେତ୍ରରେ ଚିନ୍ତା କରିଥିବା ଗୁଡିକ ଠିକ୍‌ଭାବେ ସମ୍ପୁର୍ଣ୍ଣ ହେବ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ତୁଳା
ତୁଳା
ଆଜି ନିଜର ପ୍ରତ୍ୟୁମତ୍ନମତିତା କାରଣରୁ ଖୁସୀଗପ ଓ ମଉଜ ମଜଲିସ୍‌ ପାଇଁ ମନ ବଳିବ। କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାର ସମ୍ଭାବନା ରହିଛି। କାର୍ଯ୍ୟବ୍ୟସ୍ତ ଯୋଗଁ ଅବସର ପାଇବେ ନାହିଁ କିମ୍ବା ଖାଦ୍ୟପେୟରେ ମଧ୍ୟ ଠିକ୍‌ ରହିବ ନାହିଁ। ଅଫିସ୍‌ ରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ।
ବିଛା
ବିଛା
ସବୁ ଥାଇ ମଧ୍ୟ କିଛି ନଥିଲା ଭଳି ପରିସ୍ଥିତି ଭିତର ଦେଇ ଗତି କରିବାକୁ ବାଧ୍ୟ ହେବେ। ସତର୍କରେ ନଚଳିଲେ ମିଥ୍ୟାପବାଦ ରେ ନିନ୍ଦିତ ହୋଇପାରନ୍ତି। କୈାଣସି ମହିଳା ଧୋକା ଦେଇ ପାରନ୍ତି,ଏଣୁ ସମସ୍ତଙ୍କୁ ସରଳଭାବରେ ଗ୍ରହଣ କରିବା ଅସୁବିଧାର କାରଣ ହେବ। ମନେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ଧନୁ
ଧନୁ
କୌଶଳ କରି କାମ କରିବା କାରଣରୁ ସମସ୍ତ ଅଭିଳାଷ ପୂରଣ ଦିଗରେ ଅନୁକୂଳ ପରିବେଶ ସୃଷ୍ଟି ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ। ଖଳ ଲୋକମାନଙ୍କ ଦ୍ୱାରା ପ୍ରାୟୋଜିତ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି। ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ।
ମକର
ମକର
ଚିନ୍ତା ନକରି କାମରେ ଆଗକୁ ମାଡି ଚାଲନ୍ତୁ,କୈାଣସି ଅସିବିଧା ନହୋଇ କାମ ହୋଇଯିବ। କଳେ ବଳେ କୈାଶଳରେ ଅର୍ଥ ସଂର୍ଗହ ଅଭିଯାନ ଜାରି ରଖି ସଫଳତା ପାଇବେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ର ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ଭାତୃପ୍ରୀତି ମିଳିପାରେ ଯାହାକି ସହଯୋଗ ରୂପେ ପ୍ରାପ୍ତ ହେବ।
କୁମ୍ଭ
କୁମ୍ଭ
ମନ କଥା ମନ ଭିତରେ ରଖି ବନ୍ଧୁଙ୍କ ସହ ମିଶିପାରିଲେ ସୁଯୋଗ ଆପଣା ଛାଏଁ ଆସିବ। କର୍ମକ୍ଷେତ୍ରରୁ ଯାହା ଓ ଯେତିକି ପାଇବା କଥା ଅବଶ୍ୟ ପାଇବେ। ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟ, ସାମ୍ବାଦିକତା ଓ ସଭାସମିତିରେ ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାର ପୁର୍ନବିଚାର କରିବା ଭଲ ହେବ।
ମୀନମୀନ
ଆଜି ହାତକୁ ନେଇଥିବା କାର୍ଯ୍ୟ ଅବଶ୍ୟ ସୁବିଧାରେ ହୋଇଯିବ ମାତ୍ର ଏଥି ସକାଶେ କଠିନ ପରିଶ୍ରମ କରିବାକୁ ପଡିବ। ଏଜେନ୍ସି, ସାହିତ୍ୟ ଚର୍ଚ୍ଚା, ସଭାସମିତି ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ଉନ୍ନୟନ କାମ ବାଧାପ୍ରାପ୍ତ ହେବ। ଈର୍ଷା ପରାୟଣ ବ୍ୟକ୍ତିମାନେ କାଟୁ ମନ୍ତବ୍ୟ ଦେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri