Posted inRasifala

ରାଶିଫଳ: ଶନିବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ
ଆଜି ସମ୍ପର୍କୀୟ ଭାଇ, ପାଖ ପଡୋଶୀ, ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟ ମାନଙ୍କ ପ୍ରଶଂସାର ପାତ୍ର ହେବେ। ଇଛା ନଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ
ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦିତା, ସ୍ତ୍ରୀ ସମ୍ପର୍କରେ ଉନ୍ନତ ମାନର ଫଳ ପାଇବେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ସୃଷ୍ଟି ହେବ। ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଦାୟୀ ହେବାକୁ ପଡିପାରେ, ଏଣୁ ସତର୍କତାର ସହ କାମ କରିବା ଭଲ।
ମିଥୁନ
ମିଥୁନ
ଅଭାବ ଅସୁବିଧା ଲାଗି ରହିଥିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ। ବିଶେଷ କଷ୍ଟ ସ୍ବୀକାର କରିବା ପରେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କର୍କଟ
କର୍କଟ
କିଛି ସୁବିଧା ସଙ୍ଗକୁ କିଛି ଅସୁବିଧା ରହିଥିବାରୁ ମାନସିକ ଦ୍ୱନ୍ଦ ଭିତର ଦେଇ ଗତି କରିବେ। ପାରିବାରିିକ କ୍ଷେତ୍ର ବୁଝାମଣା ଭିତିରେ ଶୃଙ୍ଖଳିତ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ଫାଇଲ୍‌ କାମ ରେ ଅଧିକ ସମୟ ବିନିଯୋଗ କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିବ।
ସି˚ହ
ସି˚ହ
ଭିତରେ ରାଗରେ ଜଳୁଥିଲେ ମଧ୍ୟ ଉପରେ କିଛି କହିବାକୁ ସାହାସ କରି ପାରିବେ ନାହିଁ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜିବୀଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍‌ର ପରିସ୍ଥିତ ସେତେଟା ଜଟିଳ ହେବ ନାହିଁ। ପରିବାରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
କନ୍ୟା
କୈାଣସି ବନ୍ଧୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ। ପାରିବାରିକ ପ୍ରତିକୁଳ ପରିସ୍ଥିତି ଯୋଗୁଁ କର୍ମକ୍ଷେତ୍ରରେ ଚିନ୍ତା କରିଥିବା ଗୁଡିକ ଠିକ୍‌ଭାବେ ସମ୍ପୁର୍ଣ୍ଣ ହେବ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ତୁଳା
ତୁଳା
ଆଜି ନିଜର ପ୍ରତ୍ୟୁମତ୍ନମତିତା କାରଣରୁ ଖୁସୀଗପ ଓ ମଉଜ ମଜଲିସ୍‌ ପାଇଁ ମନ ବଳିବ। କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାର ସମ୍ଭାବନା ରହିଛି। କାର୍ଯ୍ୟବ୍ୟସ୍ତ ଯୋଗଁ ଅବସର ପାଇବେ ନାହିଁ କିମ୍ବା ଖାଦ୍ୟପେୟରେ ମଧ୍ୟ ଠିକ୍‌ ରହିବ ନାହିଁ। ଅଫିସ୍‌ ରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ।
ବିଛା
ବିଛା
ସବୁ ଥାଇ ମଧ୍ୟ କିଛି ନଥିଲା ଭଳି ପରିସ୍ଥିତି ଭିତର ଦେଇ ଗତି କରିବାକୁ ବାଧ୍ୟ ହେବେ। ସତର୍କରେ ନଚଳିଲେ ମିଥ୍ୟାପବାଦ ରେ ନିନ୍ଦିତ ହୋଇପାରନ୍ତି। କୈାଣସି ମହିଳା ଧୋକା ଦେଇ ପାରନ୍ତି,ଏଣୁ ସମସ୍ତଙ୍କୁ ସରଳଭାବରେ ଗ୍ରହଣ କରିବା ଅସୁବିଧାର କାରଣ ହେବ। ମନେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ଧନୁ
ଧନୁ
କୌଶଳ କରି କାମ କରିବା କାରଣରୁ ସମସ୍ତ ଅଭିଳାଷ ପୂରଣ ଦିଗରେ ଅନୁକୂଳ ପରିବେଶ ସୃଷ୍ଟି ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ। ଖଳ ଲୋକମାନଙ୍କ ଦ୍ୱାରା ପ୍ରାୟୋଜିତ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି। ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ।
ମକର
ମକର
ଚିନ୍ତା ନକରି କାମରେ ଆଗକୁ ମାଡି ଚାଲନ୍ତୁ,କୈାଣସି ଅସିବିଧା ନହୋଇ କାମ ହୋଇଯିବ। କଳେ ବଳେ କୈାଶଳରେ ଅର୍ଥ ସଂର୍ଗହ ଅଭିଯାନ ଜାରି ରଖି ସଫଳତା ପାଇବେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ର ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ଭାତୃପ୍ରୀତି ମିଳିପାରେ ଯାହାକି ସହଯୋଗ ରୂପେ ପ୍ରାପ୍ତ ହେବ।
କୁମ୍ଭ
କୁମ୍ଭ
ମନ କଥା ମନ ଭିତରେ ରଖି ବନ୍ଧୁଙ୍କ ସହ ମିଶିପାରିଲେ ସୁଯୋଗ ଆପଣା ଛାଏଁ ଆସିବ। କର୍ମକ୍ଷେତ୍ରରୁ ଯାହା ଓ ଯେତିକି ପାଇବା କଥା ଅବଶ୍ୟ ପାଇବେ। ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟ, ସାମ୍ବାଦିକତା ଓ ସଭାସମିତିରେ ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାର ପୁର୍ନବିଚାର କରିବା ଭଲ ହେବ।
ମୀନମୀନ
ଆଜି ହାତକୁ ନେଇଥିବା କାର୍ଯ୍ୟ ଅବଶ୍ୟ ସୁବିଧାରେ ହୋଇଯିବ ମାତ୍ର ଏଥି ସକାଶେ କଠିନ ପରିଶ୍ରମ କରିବାକୁ ପଡିବ। ଏଜେନ୍ସି, ସାହିତ୍ୟ ଚର୍ଚ୍ଚା, ସଭାସମିତି ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ଉନ୍ନୟନ କାମ ବାଧାପ୍ରାପ୍ତ ହେବ। ଈର୍ଷା ପରାୟଣ ବ୍ୟକ୍ତିମାନେ କାଟୁ ମନ୍ତବ୍ୟ ଦେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ଶନିଚନ୍ଦ୍ରଙ୍କ ଯୋଗ ଗୁରୁଙ୍କ ଦୃଷ୍ଟିରୁ ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ଅଗ୍ରସର ହେବେ। ଦୀର୍ଘ ଦିନରୁ ରହିଥିବା ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯନତ୍ କରିବେ।…

ରାଶିଫଳ: ଶନିବାର , ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାକାଳରେ କୌଣସି ନୂତନ ବନ୍ଧୁଙ୍କ ସହ ବନ୍ଧୁତା ସୃଷ୍ଟିହେବ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଅସୁବିଧା ହେବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri