Posted inRasifala

ରାଶିଫଳ: ରବିବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ
ଆଜି ଭାଇ, ପଡ଼ୋଶୀ, ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହେବେ। ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ସ୍ତ୍ରୀ ସମ୍ପର୍କରେ ଉନ୍ନତ ମାନର ଫଳ ପାଇବେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ସୃଷ୍ଟି ହେବ। ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଦାୟୀ ହେବାକୁ ପଡ଼ିପାରେ। ଦେହ ଅସୁସ୍ଥ ଲାଗିପାରେ।
ମିଥୁନ
ମିଥୁନ
ଅଭାବ ଅସୁବିଧା ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ବିଶେଷ କଷ୍ଟ ସ୍ବୀକାର କରିବା ପରେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କର୍କଟ
କର୍କଟ
କିଛି ସୁବିଧା ସାଙ୍ଗକୁ କିଛି ଅସୁବିଧା ରହିଥିବାରୁ ମାନସିକ ଦ୍ୱନ୍ଦ୍ୱ ଭିତର ଦେଇ ଗତି କରିବେ। ପାରିବାରିିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ଫାଇଲ୍‌ କାମରେ ଅଧିକ ସମୟ ବିନିଯୋଗ କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ।
ସି˚ହ
ସି˚ହ
ଭିତରେ ଭିତରେ ରାଗରେ ଜଳୁଥିଲେ ମଧ୍ୟ ଉପରେ କିଛି କହିବାକୁ ସାହସ କରିପାରିବେ ନାହିଁ। ଅଫିସ୍‌ରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି, ତା’ବୋଲି ମନ ବୁଝିବ ନାହିଁ। ପରିବାରରେ ଆନନ୍ଦ ପରିସ୍ଥିତିରୁ ମନ ଭଲ ରହିବ। ସନ୍ତାନହେତୁକ ଚିନ୍ତା ଦୂର ହେବ।
କନ୍ୟା
କୌଣସି ବନ୍ଧୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ କର୍ମକ୍ଷେତ୍ରରେ ଚିନ୍ତା କରିଥିବାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବା ଅନୁଭବ କରିବେ। ଦୂରସମ୍ପର୍କୀୟ ବନ୍ଧୁଙ୍କଠାରୁ ସୁଖବର ପାଇବେ।
ତୁଳା
ତୁଳା
ଆଜି ନିଜର ପ୍ରତ୍ୟୁତ୍ପନ୍ନମତିତା କାରଣରୁ ଖୁସିଗପ ଓ ମଉଜ ମଜଲିସ୍‌ ପାଇଁ ମନ ବଳିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାର ସମ୍ଭାବନା ରହିଛି। କାର୍ଯ୍ୟବ୍ୟସ୍ତତା ଯୋଗୁ ଅବସର ପାଇବେ ନାହିଁ କିମ୍ବା ଖାଦ୍ୟପେୟରେ ମଧ୍ୟ ଠିକ୍‌ ରହିବ ନାହିଁ। ଅଫିସ୍‌ରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବାର ସମ୍ଭାବନା ରହିଛି।
ବିଛା
ବିଛା
ସବୁ ଥାଇ ମଧ୍ୟ କିଛି ନଥିଲା ଭଳି ପରିସ୍ଥିତି ଭିତର ଦେଇ ଗତି କରିବାକୁ ବାଧ୍ୟ ହେବେ। ସତର୍କରେ ନଚଳିଲେ ମିଥ୍ୟାପବାଦରେ ନିନ୍ଦିତ ହୋଇପାରନ୍ତି। ସମସ୍ତଙ୍କୁ ସରଳଭାବରେ ଗ୍ରହଣ କରିବା ଅସୁବିଧାର କାରଣ ହେବ। ଚିନ୍ତା କରୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ। ତଥାପି ଏଥିରେ ସଫଳ ହେବେ।
ଧନୁ
ଧନୁ
କୌଶଳ ପ୍ରୟୋଗ କରି କାମ କରିବା କାରଣରୁ ସମସ୍ତ ଅଭିଳାଷ ପୂରଣ କରିବା ଦିଗରେ ଅନୁକୂଳ ପରିବେଶ ସୃଷ୍ଟି ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ। ଖଳ ଲୋକମାନଙ୍କ ଦ୍ୱାରା ପ୍ରାୟୋଜିତ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି। ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ।
ମକର
ମକର
ଚିନ୍ତା ନ କରି କାମରେ ଆଗକୁ ମାଡ଼ିଚାଲନ୍ତୁ, କୌଣସି ଅସୁବିଧା ନ ହୋଇ କାମ ହୋଇଯିବ। କଳେବଳେ କୌଶଳେ ଅର୍ଥ ସଂଗ୍ରହ ଅଭିଯାନ ଜାରି ରଖି ସଫଳତା ପାଇବେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ଜାତ ବ୍ୟକ୍ତି ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। ଭ୍ରାତୃପ୍ରୀତି ମିଳିପାରେ, ଯାହାକି ସହଯୋଗ ରୂପେ ପ୍ରାପ୍ତ ହେବ।
କୁମ୍ଭ
କୁମ୍ଭ
ମନ କଥା ମନରେ ରଖି ବନ୍ଧୁଙ୍କ ସହ ମିଶିପାରିଲେ ସୁଯୋଗ ଆପଣାଛାଏଁ ଆସିବ। କର୍ମକ୍ଷେତ୍ରରୁ ଯାହା ଓ ଯେତିକି ପାଇବା କଥା ଅବଶ୍ୟ ପାଇବେ। ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟ, ସାମ୍ବାଦିକତା ଓ ସଭାସମିତିରେ ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାର ପୁନର୍ବିଚାର କରିବା ଭଲ ହେବ ।
ମୀନମୀନ
ଆଜି ହାତକୁ ନେଇଥିବା କାର୍ଯ୍ୟ ସୁବିଧାରେ ହୋଇଯିବ। ଏଜେନ୍ସି, ସାହିତ୍ୟ ଚର୍ଚ୍ଚା, ସଭାସମିତି, ମାଙ୍ଗଳିକ କାମ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବାର ସମ୍ଭବନା ଅଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri